• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

୨୦୨୬ରେ ପୁରୀରେ ହେବ ପୂର୍ବାଞ୍ଚଳ ପରିଷଦ ବୈଠକ, ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବକୁ ଗ୍ରହଣ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

by Voice of Victims
July 11, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
୨୦୨୬ରେ ପୁରୀରେ ହେବ ପୂର୍ବାଞ୍ଚଳ ପରିଷଦ ବୈଠକ, ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବକୁ ଗ୍ରହଣ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର : ୨୦୨୬ରେ ପୁରୀରେ ହେବ ପୂର୍ବାଞ୍ଚଳ ପରିଷଦ ବୈଠକ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରସ୍ତାବକୁ ଗ୍ରହଣ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଝାଡ଼ଖଣ୍ଡ ର ରାଜଧାନୀ ରାଞ୍ଚି ଠାରେ ପୂର୍ବାଞ୍ଚଳ ପରିଷଦ ବୈଠକରେ ଯୋଗଦେବା ପରେ ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଞ୍ଚିରେ ପୂର୍ବ କ୍ଷେତ୍ରୀୟ ପରିଷଦର ୨୭ ତମ ବୈଠକରେ ଝାଡ଼ଖଣ୍ଡ, ବିହାର, ପଶ୍ଚିମବଙ୍ଗ ଓ ଓଡିଶା ଯୋଗ ଦେଇଥିଲେ । ୪ ରାଜ୍ୟର ଭିନ୍ନ ବିକାଶମୁଖୀ ଯୋଜନାର ପ୍ରଗତିର ସମୀକ୍ଷା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶା ହ। ଏହା ସହ ରାଜ୍ୟ-ରାଜ୍ୟ ମଧ୍ୟରେ ଉପୁଜିଥିବା ବିବାଦ ସୌହାର୍ଦ୍ଦ୍ୟପୂର୍ଣ୍ଣ ଢଙ୍ଗରେ ସମାଧାନ ଉପରେ ଜୋର ଦେଇଛନ୍ତି।

୨୦୪୭ ସୁଦ୍ଧା ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତ ଗଠନ ଲକ୍ଷ୍ୟ ନେଇ ମଧ୍ୟ ଆଲୋଚନା ହୋଇଛି । ପୂର୍ବାଞ୍ଚଳ ରାଜ୍ୟରେ ସାମାଜିକ ଆର୍ଥିକ ବିକାଶ କେମିତି ତ୍ୱରାନ୍ବିତ କରାଯିବ ସେ ନେଇ ଆଲୋଚନା ହୋଇଛି। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କେନ୍ଦ୍ର-ରାଜ୍ୟ ଏବଂ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକ ମଧ୍ୟରେ ଦୃଢ଼ ସହଯୋଗ ଉପରେ ଗୁରୁତ୍ବାରୋପ କରିଛନ୍ତି। ରାଜ୍ୟର ମହିଳା ସଶକ୍ତୀକରଣ, ସ୍ବାସ୍ଥ୍ୟ, ଶିକ୍ଷା ଓ ବିଦ୍ୟୁତ କ୍ଷେତ୍ରରେ ପ୍ରଗତି ଉପରେ ଉପସ୍ଥାପନ କରିଥିଲେ। ଆସନ୍ତା ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ସଂପୂର୍ଣ୍ଣ ମାଓବାଦୀ ମୁକ୍ତ ପାଇଁ ଲକ୍ଷ୍ୟ ରହିଛି ।

Post Views: 124
Share198Tweet124Send
Voice of Victims

Voice of Victims

Recent Posts

  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ
  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In