• About Us
  • Contact Us
Saturday, August 15, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଏକନାଥ ସିନ୍ଦେଙ୍କୁ ହତ୍ୟା ଧମକ, ସୁରକ୍ଷା ବଢାଇଲା ପୋଲିସ

by Voice of Victims
February 20, 2025
in ଦେଶ ବିଦେଶ, ମୁଖ୍ୟ ଖବର
ଏକନାଥ ସିନ୍ଦେଙ୍କୁ ହତ୍ୟା ଧମକ, ସୁରକ୍ଷା ବଢାଇଲା ପୋଲିସ

ନୂଆଦିଲ୍ଲୀ: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କୁ ହତ୍ୟା ଧମକ ମିଳିଛି । ଇମେଲ ଜରିଆରେ ସିନ୍ଦେଙ୍କ କାରକୁ ଉଡାଇବାକୁ ଧମକ ମିଳିଛି । ମନ୍ତ୍ରଣାଳୟ ସହିତ ଗୋରେଗାଓଁ ଏବଂ ଜେଜେମାର୍ଗ ଥାନା ପୋଲିସକୁ ଧମକପୂର୍ଣ୍ଣ ଇମେଲ ମିଳିଛି । ମୁମ୍ବାଇ ପୋଲିସ ଏବଂ କ୍ରାଇମବ୍ରାଞ୍ଚ ଏକନାଥ ସିନ୍ଦେଙ୍କୁ ଜୀବନରୁ ମାରିଦେବାକୁ ଧମକ ଦେଇଥିବା ଆଇପି ଠିକଣା ପତ୍ତା ଲଗାଇବାକୁ ଚେଷ୍ଟା କରାଯାଉଛି । ଇମେଲ ଜରିଆରେ ଧମକ ମିଳିବା ପରେ ମହାରାଷ୍ଟ୍ର ପୋଲିସ ଉପମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ବଢାଇଦେଇଛି । ତେବେ ଏହା ପ୍ରଥମ ଥର ପାଇଁ ନୁହେଁ, ପୂର୍ବରୁ ଏକନାଥ ସିନ୍ଦେଙ୍କୁ ମାରିବାକୁ ଧମକ ମିଳିଛି । ଏହାପୂର୍ବରୁ ଫେବୃଆରୀ ୨୦୨୪ରେ ଜଣେ କଲେଜ ଛାତ୍ର ଏକନାଥ ସିନ୍ଦେ ଏବଂ ତାଙ୍କ ପୁଅକୁ ଜୀବନରୁ ମାରିଦେବାକୁ ଧମକ ମିଳିଥିଲା । ଏହି ଧମକ ସୋସିଆଲ ମିଡିଆରେ ଜାରି କରାଯାଇଥିଲା । ପୋଲିସ ଏହି ମାମଲାରେ ଜଣେ ୧୯ ବର୍ଷୀୟ ଛାତ୍ରଙ୍କୁ ପୋଲିସ ଗିରଫ କରିଛି । ତେବେ ଦିଲ୍ଲୀରେ ରେଖା ଗୁପ୍ତା ମୁଖ୍ୟମନ୍ତ୍ରୀ ଶପଥ ନେଉଥିବା ବେଳେ ଏପଟେ ଶିବସେନା ନେତା ଏକନାଥ ସିନ୍ଦେଙ୍କୁ ହତ୍ୟା ଧମକ ମିଳିଛି । ସୂଚନାଯୋଗ୍ୟ, କିଛି ଦିନ ତଳେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଦିଲ୍ଲୀରେ ଭେଟି ଫେରିବା ପରେ ସିନ୍ଦେ ଅସୁସ୍ଥ ହୋଇପଡ଼ିଥିଲେ । ଏହାପରେ ସେ ନିଜ ଗାଁ ସତାରା ଚାଲି ଯାଇଥିଲେ । ସେଠାରେ ଦୁଇ ଦିନ ରହିବା ପରେ ସିନ୍ଦେ ରବିବାର ସନ୍ଧ୍ୟାରେ ମୁମ୍ବାଇ ଫେରିଥିଲେ ।

Post Views: 59
Tags: Eknath Sinde was threatened with death
Share198Tweet124Send
Voice of Victims

Voice of Victims

Recent Posts

  • ଭାରତରେ ପୁଣି ଭୂକମ୍ପ ଝଟକା, ନାସିକରେ ଦୁଇଥର ଥରିଲା ଭୂମି
  • ସରକାରୀ ଜମିରେ ଗଞ୍ଜେଇ ଚାଷ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ୬ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ୱ ସଚିବ
  • ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ସବୁ ପାଇଲଟଙ୍କ ହେବ ଟେଷ୍ଟ
  • UPSC ବୈଠକ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
  • ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In