• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସୁରୁଖୁରୁ ରଥଯାତ୍ରା ଉପରେ ଗୁରୁତ୍ବ, ସହରର ବିଭିନ୍ନ ସ୍ଥାନରେ ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା ନେଇ ଆଲୋଚନା

by Voice of Victims
June 3, 2025
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର, ସମସ୍ୟା
ସୁରୁଖୁରୁ ରଥଯାତ୍ରା ଉପରେ ଗୁରୁତ୍ବ, ସହରର ବିଭିନ୍ନ ସ୍ଥାନରେ ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା ନେଇ ଆଲୋଚନା

ପୁରୀ : ଜୁନ ୨୭ ତାରିଖ ବିଶ୍ବପ୍ରସିଦ୍ଧ ରଥଯାତ୍ରା ନେଇ ପୋଲିସ ଡିଜି ୱାଇ ବି ଖୁରାନିଆଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ରଥଯାତ୍ରାରେ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରିବା ସହ ବରିଷ୍ଠ ପୋଲିସ ଅଧିକାରୀମାନେ ସ୍ଵତନ୍ତ୍ର କାର୍ଯ୍ୟ ପାଇଁ ନିୟୋଜିତ ହେବେ । ସହରର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ସିସିଟିଭି ସ୍ଥାପନ, ଟ୍ରାଫିକ ସୁପରିଚାଳନା ନିମନ୍ତେ ରୋଡ ଡିଭାଇଡର, ଡ଼ିଲିନେଟର ଓ ଟ୍ରାଫିକ ଜୋନ ବ୍ୟବସ୍ଥା, ସହରର ବିଭିନ୍ନ ସ୍ଥାନରେ ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା ।

ସେହିପରି ସମୁଦ୍ର କୂଳରେ ପୋଲିସ ପକ୍ଷରୁ ପାଟ୍ରୋଲିଂ ଓ ଅସ୍ଥାୟୀ ପୋଲିସ ଆଉଟପୋଷ୍ଟ ଖୋଲାଯିବା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଛି । ଏହାବ୍ଯତୀତ ରେଳବାଇ ପୋଲିସ ପକ୍ଷରୁ ପୁରୀ, ଭୁବନେଶ୍ବର, ଖୋର୍ଦ୍ଧା, ଜଟଣୀ ଆଦି ରେଳ ଷ୍ଟେସନରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା । ଆରପିଏଫ ସହ ଉପଯୁକ୍ତ ସମନ୍ଵୟ ରଖି କାର୍ଯ୍ୟ କରିବାକୁ ଡିଜିପି ପରାମର୍ଶ ଦେଇଥିଲେ।

ପୁରୀ ସହରରେ ଅପରାଧ ନିୟନ୍ତ୍ରଣ ପାଇଁ ସମସ୍ତ ଥାନା ଅଞ୍ଚଳରେ ଅପରାଧୀଙ୍କ ବିରୋଧରେ ସ୍ଵତନ୍ତ୍ର ଡ୍ରାଇଭ, ହୋଟେଲ ଏବଂ ଲଜ ଗୁଡିକରେ ନିୟମିତ ଯାଞ୍ଚ, ରକ୍ଷକ ଯାନ ମୁତୟନ, K-9 ସ୍କ୍ବାର୍ଡ ମୁତୟନ, ଦଳାଚକଟା ଭଳି ପରିସ୍ଥିତିକୁ ଏଡାଇବା ନିମନ୍ତେ ସଜାଗ ତଥା ସ୍ୱତନ୍ତ୍ର ବ୍ୟବସ୍ଥା, ଅତି ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ପାଇଁ ସ୍ୱତନ୍ତ୍ର ହେଲିପ୍ୟାଡ଼, ପୋଲିସ ଫୋର୍ସଙ୍କ ରହଣି ନିମନ୍ତେ ସ୍ୱତନ୍ତ୍ର ସୁବିଧା, ଶୃଙ୍ଖଳିତ ରଥଟଣା, ବ୍ୟାରିକେଡ଼ ବ୍ୟବସ୍ଥା, ଜିଲ୍ଲା ପ୍ରଶାସନ ସହ ମିଶି ବିଭିନ୍ନ ଅସୁବିଧାର ସମାଧାନ ଏବଂ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ନିମନ୍ତେ ସ୍ୱତନ୍ତ୍ର ସୁବିଧା ଆଲୋଚନା କରିଥିଲେ ଡିଜିପି । ଏହାସହ ବୈଠକରେ ଆପାତକାଳୀନ ପରିସ୍ଥିତିର ମୁକାବିଲା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା । ଏହି ଅବସରରେ ବହୁ ବରିଷ୍ଠ ପୋଲିସ ଅଧିକାରୀ ଆଭାସୀ ମାଧ୍ୟମରେ ଯୋଗ ଦେଇଥିଲେ ।

Post Views: 51
Share198Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In