• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ପ୍ରଖ୍ୟାତ ଓଡିଆ ଚଳଚ୍ଚିତ୍ର ବ୍ୟକ୍ତିତ୍ବ ସାଧୁ ମେହେରଙ୍କ ପରଲୋକ

by Voice of Victims
February 2, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ପ୍ରଖ୍ୟାତ ଓଡିଆ ଚଳଚ୍ଚିତ୍ର ବ୍ୟକ୍ତିତ୍ବ ସାଧୁ ମେହେରଙ୍କ ପରଲୋକ

ଭୁବନେଶ୍ବର: ପ୍ରଖ୍ୟାତ ଓଡିଆ ତଥା ହିନ୍ଦି ଚଳଚିତ୍ର ଅଭିନେତା ତଥା ନିର୍ଦ୍ଦେଶକ ସାଧୁ ମେହେରଙ୍କ ପରଲୋକ ହୋଇଯାଇଛି। ୮୪ ବର୍ଷ ବୟସରେ ମୁମ୍ବାଇସ୍ଥିତ ତାଙ୍କ ବାସ ଭବନରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ଉଭୟ ଓଡିଆ ଏବଂ ହିନ୍ଦି ଚଳଚିତ୍ର ଜଗତରେ ଶୋକର ଛାୟା ଖେଳିଯାଇଛି। ସାଧୁ ମେହେର ଓଡ଼ିଆ, ସମ୍ବଲପୁରୀ ଓ ହିନ୍ଦୀ ଆଦି ପ୍ରାୟ ୨୭ରୁ ଅଧିକ ସିନେମାରେ ଅଭିନୟ କରିଛନ୍ତି । ୧୯୬୯ ମସିହାରେ ସେ ଭୂବନ ସୋମ କଥାଚିତ୍ରରୁ ଅଭିନୟ ଜୀବନ ଆରମ୍ଭ କରିଥିଲେ । ଏଥିରେ ସେ ଏକ ମୂକ ପକ୍ଷୀଧରାଳୀ ଚରିତ୍ରରେ ଅଭିନୟ କରିଥିଲେ । ୧୯୭୪ର ଚଳଚ୍ଚିତ୍ର ଅଙ୍କୁର ତାଙ୍କୁ ଜାତୀୟ ସ୍ଥରରେ ଜଣେ ଭଲ ଅଭିନେତାର ସ୍ୱୀକୃତି ଦେଇଥିଲା । ଅଙ୍କୁର ଫିଲ୍ମ ପାଇଁ ଶ୍ରେଷ୍ଠ ଅଭିନେତା ଭାବେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଥିଲେ ସାଧୁ ମେହେର। ୨୦୧୭ ମସିହାରେ ସାଧୁ ମେହେରଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ଚଳଚ୍ଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ପଦ୍ମଶ୍ରୀ ସାଧୁ ମେହେରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ଶୋକ ବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପଦ୍ମଶ୍ରୀ ସାଧୁ ମେହେର ତାଙ୍କର ବଳିଷ୍ଠ ଅଭିନୟ ଓ ନିର୍ଦ୍ଦେଶନା ପାଇଁ ଓଡିଶା ସମେତ ଜାତୀୟ ସ୍ତରରେ ଜଣେ ପ୍ରଶଂସନୀୟ ବ୍ୟକ୍ତିତ୍ୱ ଥିଲେ। ଉଭୟ ହିନ୍ଦି ଓ ଓଡିଆ ଚଳଚ୍ଚିତ୍ରରେ ସେ ତାଙ୍କର ନିଖୁଣ ଅଭିନୟର ଛାପ ଛାଡି ଯାଇଛନ୍ତି। ସେ ହେଉଛନ୍ତି ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ସମ୍ମାନିତ ହୋଇଥିବା ପ୍ରଥମ ଓଡିଆ ଅଭିନେତା। କଳା କ୍ଷେତ୍ରରେ ପାରଦର୍ଶିତା ପାଇଁ ଅନେକ ସମ୍ମାନ ଓ ପୁରସ୍କାରରେ ସେ ସମ୍ମାନିତ ହୋଇଛନ୍ତି। ତାଙ୍କ ବିୟୋଗ କଳା ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି।

Post Views: 45
Share202Tweet127Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In