• About Us
  • Contact Us
Sunday, March 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଦର୍ଶ ଶିକ୍ଷକଙ୍କୁ ବିଦାୟ ସମ୍ବର୍ଦ୍ଧନା

by Voice of Victims
October 22, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ଆଦର୍ଶ ଶିକ୍ଷକଙ୍କୁ ବିଦାୟ ସମ୍ବର୍ଦ୍ଧନା

ରଣପୁର, ୨୨/୧୦ : ନୟାଗଡ ଜିଲ୍ଲା ରଣପୁର ବ୍ଲକର ଆଦର୍ଶ ତଥା ଶ୍ରେଷ୍ଠ ଶିକ୍ଷକଙ୍କ ବିଦାୟ ସମ୍ବର୍ଦ୍ଧନା ସଭା ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟ ତରଫରୁ ଆୟୋଜିତ ହୋଇ ଯାଇଛି | ଏହି କାର୍ଯ୍ୟକ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ପରିଚାଳିତ ହୋଇଥିଲା | ଏହି କାର୍ଯ୍ୟକ୍ରମ ଗୌରାଙ୍ଗପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ୨୦୨୪ ଶିକ୍ଷା ବର୍ଷରେ ଜିଲ୍ଲାର ଶ୍ରେଷ୍ଠ ଶିକ୍ଷକ ସମ୍ମାନ ଲାଭ କରିଥିବା ସନ୍ତୋଷ କୁମାର ମିଶ୍ରଙ୍କ ଉଦ୍ଦେଶ୍ୟରେ ଆୟୋଜିତ ହୋଇଥିଲା | ଏହି ଅବସରର ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ଶିକ୍ଷକ ପ୍ରଶିକ୍ଷଣ ଓ ଶିକ୍ଷା ପ୍ରତିଷ୍ଠାନର ଅଧ୍ୟକ୍ଷ ଡ଼. ବିଜୟ କୁମାର ତ୍ରିପାଠୀ, ମୁଖ୍ୟ ବକ୍ତା ଭାବେ ନରସିଂହପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଅଶୋକ କୁମାର ଦାଶ, ସମ୍ମାନିତ ଅତିଥି ଭାବେ ପିମ୍ପଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶରତ ଚନ୍ଦ୍ର ମିଶ୍ର, ଯଦୁପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କିଶୋର ଚନ୍ଦ୍ର ମିଶ୍ର, ବିଲଗାଡ଼ିଆ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ସୁରେଶ ଚନ୍ଦ୍ର ମାନଧାତା, ମନ୍ଦାକିନୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ସୁବାଷ ଚନ୍ଦ୍ର ବେହେରା, ଶିକ୍ଷକ ଆନନ୍ଦ ଚନ୍ଦ୍ର ପ୍ରଧାନ, ସାଧନ କେନ୍ଦ୍ର ସଂଯୋଜକ ସୁଧାକର ମିଶ୍ର ପ୍ରମୁଖ ଯୋଗ ଦେଇଥିବା ବେଳେ ଗୌରାଙ୍ଗପୁର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ବିଦେଶିନୀ ପତିଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ପରିଚାଳିତ ହୋଇଥିଲା |

ବଜ୍ରକୋଟ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ତଥା ନରସିଂହପୁର କ୍ଲଷ୍ଟରର ସାଧନ କେନ୍ଦ୍ର ସଂଯୋଜକ ସୁଶୀଲ କୁମାର ରଣା ଅତିଥି ପରିଚୟ ପ୍ରଦାନ କରିଥିଲେ | ଅବସରର ନେବାକୁ ଥିବା ଆଦର୍ଶ ଶିକ୍ଷକ ସନ୍ତୋଷ କୁମାର ମିଶ୍ରଙ୍କ ବିଷୟରେ ସମସ୍ତେ ବକ୍ତବ୍ୟ ପ୍ରଦାନ କରି ପ୍ରଂଶସା କରିଥିଲେ | ଶେଷରେ ବିଦ୍ୟାଳୟ ତରଫରୁ ମାନପତ୍ର ଓ ଉପଢୌକନ ପ୍ରଦାନ କରାଯାଇ ଶ୍ରୀ ମିଶ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା | ସହକାରୀ ଶିକ୍ଷୟତ୍ରୀ ପଦ୍ମାବତୀ ବେହେରା ମାନପତ୍ର ପଠନ କରିଥିଲେ ଓ ଶିକ୍ଷକ ଦିଲ୍ଲୀପ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ | ଅଙ୍ଗନବାଡି କର୍ମୀ ପୁଷ୍ପ ମଞ୍ଜରୀ ଦେଇ, କାନନବାଳା ସାହୁ, ଶିକ୍ଷକ ସନ୍ତୋଷ କୁମାର ଗୁରୁ, ଶିକ୍ଷୟତ୍ରୀ ପାର୍ବତୀ ସାହୁଙ୍କ ସମେତ କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ସମ୍ପୂର୍ଣ ସହଯୋଗ କରିଥିଲେ |

Post Views: 38
Share199Tweet124Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In