• About Us
  • Contact Us
Sunday, March 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଚାଷୀଙ୍କୁ ଡରାଇଲାଣି ବର୍ଷା ଭୟ, ଅମଳ ସମୟରେ ଆସୁଛି ୩ ଲଘୁଚାପ

by Voice of Victims
October 22, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
୬ ଓ ୭ ତାରିଖରେ ପ୍ରବଳ ବର୍ଷା!

ଭୁବନେଶ୍ୱର : ଚାଷୀଙ୍କୁ ଡରାଇଲାଣି ବର୍ଷା ଭୟ । ଅମଳ ସମୟରେ ପଛକୁ ପଛ ଆସୁଛି ୩ ଲଘୁଚାପ । ମୌସୁମୀ ରାଜ୍ୟରୁ ବିଦାୟ ନେଇସାରିଥିଲେ ବି ଆହୁରି ସପ୍ତାହେ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪-୨୫ ତାରିଖରେ ଦକ୍ଷିଣ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି । ଏପଟେ ବଙ୍ଗୋପସାଗରରେ ସକ୍ରିୟ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ୨୪ ଘଣ୍ଟାରେ ଉତ୍ତର ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ର ଉପକୂଳରେ ଅବପାତର ରୂପ ନେବ । ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରି ଉତ୍ତର ତାମିଲନାଡୁ, ପୁଡୁଚେରୀ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଗତି କରିବ ଏବଂ ଅଧିକ ଘନୀଭୂତ ହେବ। ତେବେ ଏହା କେତେ ଘନୀଭୂତ ହେବ ଓ କେଉଁ ରୂପ ନେବ ସେ ନେଇ ଆଇଏମ୍ ଡି କୌଣସି ସ୍ପଷ୍ଟ ଚିତ୍ର ଦେଇନି ।

ଏପଟେ ଅବପାତ ଯୋଗୁଁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ୨୫ ତାରିଖ ପର୍ଯ୍ୟନ୍ତ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସେହିଭଳି ଆସନ୍ତା ୨୬ କିମ୍ବା ୨୭ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏଥିସହ ଆସନ୍ତା ୨୯ କିମ୍ବା ୩୦ ତାରିଖ ବେଳକୁ ବଙ୍ଗୋପସାଗରରେ ତୃତୀୟ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବା ଆକଳନ କରାଯାଉଛି। ପ୍ରଥମ ଲଘୁଚାପର ପ୍ରଭାବ ବେଶୀ ପଡ଼ିନପାରେ। କିନ୍ତୁ ଦ୍ବିତୀୟଟିର ପ୍ରଭାବ ଅଧିକ ରହିବ ବୋଲି ପାଣିପାଗ ବିଜ୍ଞାନୀ ଆକଳନ କରିଛନ୍ତି । ତେବେ ବର୍ଷା ଦ୍ବାରା ଧାନ ଓ ଅନ୍ୟାନ୍ୟ ଫସଲରେ ରୋଗପୋକ ଲାଗିବାର ଆଶଙ୍କା ରହିଛି ।

Post Views: 35
Share198Tweet124Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In