• About Us
  • Contact Us
Sunday, August 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପଞ୍ଚଦଶ ଅର୍ଥ ଆୟୋଗ ଅନୁଦାନ ଜାରି କଲା କେନ୍ଦ୍ର: ଓଡ଼ିଶାକୁ ୪୫୫ କୋଟି

by Voice of Victims
December 25, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ପଞ୍ଚଦଶ ଅର୍ଥ ଆୟୋଗ ଅନୁଦାନ ଜାରି କଲା କେନ୍ଦ୍ର: ଓଡ଼ିଶାକୁ ୪୫୫ କୋଟି

ନୂଆଦିଲ୍ଲୀ : କେନ୍ଦ୍ର ସରକାର ଓଡ଼ିଶା ଓ ରାଜସ୍ଥାନର ଗ୍ରାମୀଣ ସ୍ଥାନୀୟ ସଂସ୍ଥାଗୁଡ଼ିକ ପାଇଁ ୨୦୨୪-୨୫ ଆର୍ôଥକ ବର୍ଷର ପଞ୍ଚଦଶ ଅର୍ଥ ଆୟୋଗ ଅନୁଦାନ ରାଶି ପ୍ରଦାନ କରିଛନ୍ତି। ଓଡ଼ିଶାର ଗ୍ରାମୀଣ ସ୍ଥାନୀୟ ସଂସ୍ଥାଗୁଡ଼ିକ ପାଇଁ ୨୦୨୪-୨୫ ଆର୍ôଥକ ବର୍ଷର ଦ୍ୱିତୀୟ କିସ୍ତି ଅର୍ଥାତ୍ ୩୭୦.୨୦ କୋଟି ଟଙ୍କା ଏବଂ ୨୦୨୪-୨୫ ଆର୍ôଥକ ବର୍ଷ ପାଇଁ ଅଣବନ୍ଧିତ ଅନୁଦାନର ପ୍ରଥମ କିସ୍ତିର ବକେୟା ରାଶି ୮୪.୫୦୮୬ କୋଟି ଟଙ୍କା ପ୍ରଦାନ କରାଯାଇଛି। ଏହି ଅର୍ଥ ଓଡ଼ିଶାର ୩୦ଟି ଜିଲ୍ଲା ଅନ୍ତର୍ଗତ ୩୧୪ଟି ବ୍ଲକର ୬୭୯୪ଟି ପଞ୍ଚାୟତରେ ଖର୍ଚ୍ଚ ହେବ। ରାଜସ୍ଥାନ ପାଇଁ ୨୦୨୪-୨୫ ଆର୍ôଥକ ବର୍ଷର ଅଣବନ୍ଧିତ ଅନୁଦାନର ଦ୍ୱିତୀୟ କିସ୍ତି ଅର୍ଥାତ୍ ୫୬୦.୬୩ କୋଟି ଟଙ୍କା ଏବଂ ୧ମ କିସ୍ତିର ଅଟକି ରହିଥିବା ରାଶି ୨୦୨୪-୨୫ ଆର୍ôଥକ ବର୍ଷ ପାଇଁ ୫୩.୪୧୨୩ କୋଟି ଟଙ୍କାର ଅଣବନ୍ଧିତ ଅନୁଦାନର କିସ୍ତି ପ୍ରଦାନ କରାଯାଇଛି। ବେତନ ଏବଂ ଅନ୍ୟାନ୍ୟ ପ୍ରତିଷ୍ଠା ଖର୍ଚ୍ଚ ବ୍ୟତୀତ ସମ୍ବିଧାନର ଏକାଦଶ ଅନୁସୂଚୀରେ ଥିବା ୨୯ ବିଷୟ ଅଧୀନରେ ପଞ୍ଚାୟତିରାଜ ଅନୁଷ୍ଠାନ (ପିଆରଆଇ)/ ଗ୍ରାମୀଣ ସ୍ଥାନୀୟ ସଂସ୍ଥା (ଆରଏଲବି) ଦ୍ୱାରା ସ୍ଥାନ-ନିର୍ଦ୍ଦିଷ୍ଟ ଆବଶ୍ୟକତା ପାଇଁ ଅଣବନ୍ଧିତ ଅନୁଦାନ ବ୍ୟବହାର କରାଯିବ। (କ) ଓଡିଏଫ ସ୍ଥିତିର ପରିମଳ ଏବଂ ରକ୍ଷଣାବେକ୍ଷଣର ମୌଳିକ ସେବା ପାଇଁ ଅନୁଦାନ ବ୍ୟବହାର କରାଯାଇପାରିବ ଏବଂ ଏଥିରେ ଘରୋଇ ବର୍ଜ୍ୟବସ୍ତୁର ପରିଚାଳନା ଏବଂ ବିଶୋଧନ, ବିଶେଷକରି ମାନବ ମଳ ଏବଂ ବର୍ଜ୍ୟ ପରିଚାଳନା ଏବଂ (ଖ) ପାନୀୟ ଜଳ ଯୋଗାଣ, ବର୍ଷା ଜଳ ସଂରକ୍ଷଣ ଏବଂ ଜଳ ପୁନଃବ୍ୟବହାର ଅନ୍ତର୍ଭୁକ୍ତ ହେବ। ଭାରତ ସରକାର ପଞ୍ଚାୟତିରାଜ ମନ୍ତ୍ରଣାଳୟ ଏବଂ ଜଳଶକ୍ତି ମନ୍ତ୍ରଣାଳୟ (ପାନୀୟ ଜଳ ଓ ପରିମଳ ବିଭାଗ) ମାଧ୍ୟମରେ ଗ୍ରାମୀଣ ସ୍ଥାନୀୟ ସଂସ୍ଥା ପାଇଁ ରାଜ୍ୟମାନଙ୍କୁ ପଞ୍ଚଦଶ ଅର୍ଥ ଆୟୋଗ ଅନୁଦାନ ପ୍ରଦାନ କରିବାକୁ ସୁପାରିସ କରିଛନ୍ତି ଯାହା ପରେ ଅର୍ଥ ମନ୍ତ୍ରଣାଳୟ ଦ୍ୱାରା ପ୍ରଦାନ କରାଯାଇଥାଏ। ଆବଣ୍ଟିତ ଅନୁଦାନଗୁଡିକ ଏକ ଆର୍ôଥକ ବର୍ଷରେ ୨ଟି କିସ୍ତିରେ ସୁପାରିଶ ଏବଂ ପ୍ରଦାନ କରାଯାଏ । ପିଆରଆଇ ତଥା ଆରଏଲବି କୁ ପ୍ରଦାନ କରାଯାଉଥିବା ପଞ୍ଚଦଶ ଅର୍ଥ ଆୟୋଗ ଅନୁଦାନ ତୃଣମୂଳ ସ୍ତରର ଗଣତନ୍ତ୍ରକୁ ସୁଦୃଢ଼ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏହି ଆର୍ôଥକ ସହାୟତା ଗ୍ରାମୀଣ ସ୍ଥାନୀୟ ଶାସନରେ ଉନ୍ନତି ଆଣିବା, ଉତ୍ତରଦାୟିତ୍ୱ ବୃଦ୍ଧି କରିବା ଏବଂ ଗ୍ରାମରେ ଆତ୍ମନିର୍ଭରଶୀଳତାକୁ ପ୍ରୋତ୍ସାହିତ କରୁଛି ।

Post Views: 57
Share198Tweet124Send
Voice of Victims

Voice of Victims

Recent Posts

  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍
  • ମୋଦିଙ୍କୁ ଫୋନ୍ କଲେ ଜେଡି ଭାନ୍ସ, ଆହୁରି ମଜଭୁତ ହେବ ଭାରତ-ଆମେରିକା ସମ୍ପର୍କ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In