• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ନରସିଂହପୁର କ୍ଲଷ୍ଟରରେ ନିପୁଣ ଓଡିଶା ମେଳା

by Voice of Victims
February 4, 2025
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ନରସିଂହପୁର କ୍ଲଷ୍ଟରରେ ନିପୁଣ ଓଡିଶା ମେଳା

ରଣପୁର (ଭିଓଭି) : ରଣପୁର ବିଜ୍ଞାପିତ ପରିଷଦ ଅନ୍ତର୍ଗତ ମଙ୍ଗରାଜପୁର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନରସିଂହପୁର କ୍ଲଷ୍ଟରର ନିପୁଣ ଓଡିଶା ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ କ୍ଲଷ୍ଟରର ସି.ଆର.ସି.ସି. ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ପରିଚାଳିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ରଣପୁର ବିଜ୍ଞାପିତ ପରିଷଦ ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ମୁଖ୍ୟ ବକ୍ତା ଭାବେ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ରସାନନ୍ଦ ପ୍ରଧାନ, ସମ୍ମାନିତ ଅତିଥି ଭାବେ ବରିଷ୍ଠ ଆଇନୀଜୀବୀ ଦିଲ୍ଲୀପ କୁମାର ନନ୍ଦ, ବରିଷ୍ଠ ସାମ୍ବାଦିକ ବିଶ୍ୱ ରଞ୍ଜନ ଆଚାର୍ଯ୍ୟ, ଆଇନୀଜୀବୀ ଶିଶିର କୁମାର ଦାଶ, ବିଦ୍ୟାଳୟ ସଭାପତି ପ୍ରକାଶ ମହାନ୍ତି, ମଙ୍ଗରାଜପୁର ପ୍ରଧାନ ଶିକ୍ଷୟିତ୍ରୀ ଶାନ୍ତିଲତା ଦେଇ, ପ୍ରଶାନ୍ତ କୁମାର ତ୍ରିପାଠୀ ପ୍ରମୁଖ ଯୋଗ ଦେଇଥିଲେ । ଶିକ୍ଷକ ଅଜୟ କୁମାର ସାହୁ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଭ୍ରମରବର ତାଡ଼ ଶ୍ଳୋକ ପାଠ କରିଥିଲେ | ଅତିଥିମାନେ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ଧୂପ, ଦୀପ, ପୁଷ୍ପମାଲ୍ୟାର୍ପଣ କରି କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । ଛାତ୍ରଛାତ୍ରୀମାନେ ଚନ୍ଦନ, ପୁଷ୍ପ ଓ ଉତ୍ତରୀୟ ପ୍ରଦାନ କରି ଅତିଥିମାନଙ୍କୁ ସ୍ୱାଗତ ଜଣାଇଥିଲେ ।

ଶିକ୍ଷକ ଭାଗବତ ଜେନା ପିଲାମାନଙ୍କୁ ବିଭିନ୍ନ ଗପ ଗୀତ ମାଧ୍ୟମରେ ଜୀବନରେ ଶିକ୍ଷାର ଗୁରୁତ୍ୱକୁ ବୁଝାଇ ଥିଲେ । ଏହି ନିପୁଣ ମେଳାରେ କ୍ଲଷ୍ଟରର ୮ଟି ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ଅଂଶ ଗ୍ରହଣ କରିଥିଲେ । ଏହି ମେଳାରେ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀରେ ସାମନ୍ତରାୟ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ପ୍ରଥମ ସ୍ଥାନ, ହଂସରା ପ୍ରାଥମିକ ବିଦ୍ୟାଳୟ ଦ୍ଵିତୀୟ ସ୍ଥାନ ଓ ନରସିଂହପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୃତୀୟ ସ୍ଥାନ ଅଧିକାର କରଥିବା ଜଣାପଡିଛି । ସମସ୍ତ ପିଲାଙ୍କୁ ପେନ, ପେନସିଲ, ରବର, କଟର, ଖାତା ଆଦି ପୁରସ୍କାର ପ୍ରଦାନ କରାଯାଇଥିଲା । ଶିକ୍ଷୟତ୍ରୀ କବିତା ଜେନା ଧନ୍ୟବାଦ ଅର୍ପଣ କରିଥିଲେ | କାର୍ଯ୍ୟକ୍ରମ ପରିଚାଳନାରେ କ୍ଲଷ୍ଟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସମେତ ମଙ୍ଗରାଜପୁର ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଓ ସମସ୍ତ ସଦସ୍ୟସଦସ୍ୟା ଉପସ୍ଥିତ ରହି ସହଯୋଗ କରିଥିଲେ ।

Post Views: 93
Share204Tweet127Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In