• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଭୁବନେଶ୍ୱର ୧ ନଂ ହାଟରେ ଅଗ୍ନିକାଣ୍ଡ ଘଟଣା, ପ୍ଲାଷ୍ଟିକ୍ ସାମଗ୍ରୀ ବ୍ୟବହାର ପାଇଁ ଲାଗୁଛି ନିଆଁ: ମେୟର

by Voice of Victims
January 20, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଭୁବନେଶ୍ୱର ୧ ନଂ ହାଟରେ ଅଗ୍ନିକାଣ୍ଡ ଘଟଣା, ପ୍ଲାଷ୍ଟିକ୍ ସାମଗ୍ରୀ ବ୍ୟବହାର ପାଇଁ ଲାଗୁଛି ନିଆଁ: ମେୟର

ଭୁବନେଶ୍ବର: ଭୁବନେଶ୍ବର ୧ ନମ୍ବର ହାଟରେ ସ୍ଥିତି ଅନୁଧ୍ୟାନ କଲେ ବିଏମସି ମେୟର ଓ କମିଶନର । କିଛି ଦୋକାନୀ ନିୟମ ମାନୁନାହାନ୍ତି ବୋଲି କହିଛନ୍ତି ବିଏମସି ମେୟର ସୁଲୋଚନା ଦାସ । ପ୍ଲାଷ୍ଟିକ୍ ଓ ଦହନଶୀଳ ସାମଗ୍ରୀ ଯୋଗୁ ନିଆଁ ଜୋରରେ ଲାଗିଥିଲା । ବିଏମସିର ତାଗିଦ୍ ପରେ ବି ଦୋକାନୀ ଶୁଣୁନାହାନ୍ତି ବୋଲି କହିଛନ୍ତି ସୁଲୋଚନା । ସେପଟେ ବିଏମସି କମିଶନର କହିଛନ୍ତି, ଦୋକାନୀ ବହୁଳ ମାତ୍ରାରେ ପ୍ଲାଷ୍ଟିକ୍ ବ୍ୟବହାର କରୁଛନ୍ତି। ପାଲ ପକାଇ ରାସ୍ତାକୁ ସଙ୍କୁଚିତ କରିଦେଇଛନ୍ତି ।

ସୂଚନା ଅନୁସାରେ  ଗତକାଲି ବିଳମ୍ବିତ ରାତି ପାଖାପାଖି ଗୋଟାଏ ରେ ହଠାତ ୟୁନିଟ- ୧ ହାଟର ଗୋଟିଏ ଦୋକାନରେ ନିଆଁ ଲାଗିଥିଲା । ଚାହୁଁଚାହୁଁ ନିଆଁ ଭୟଙ୍କର ରୂପ ଧାରଣ କରିଥିଲା । କେହି କିଛି ବୁଝିବା ଆଗରୁ ନିଆଁର କରାଳ ଆଁରେ ଗୋଟିଏ ପରେ ଗୋଟିଏ ଦୋକାନ ଜଳି ଚାଲିଥିଲା । ପାଖାପାଖି ୪୦ଟି ଦୋକାନ ଏହି ନିଆଁରେ ଜଳିଯାଇଛି । ଗୋଟିଏ ଦୋକାନରେ ନିଆଁ ଲାଗିବା ଫଳରେ ଅନ୍ୟ ଦୋକାନକୁ ବ୍ୟାପି ଯାଇଥିଲା । ନିଆଁର ପ୍ରକୋପ ଭୟଙ୍କର ହୋଇଥିବାରୁ ଲିଭାଇବା ପାଇଁ ଆସିଥିବା ୭୦ରୁ ଅଧିକ ଅଗ୍ନିଶମ କର୍ମଚାରୀ ହାଟ ଭିତରକୁ ପଶିପାରିନଥିଲେ ।  ନିଆଁ ଲିଭାଇବା ପାଇଁ କଳ୍ପନା, ତମାଣ୍ଡୋ, ସଚିବାଳୟ, ଚନ୍ଦ୍ରଶେଖରପୁର, ବାଲିପାଟଣା ଓ ପାହାଳ ଦମକଳବାହିନୀ ସହ ସେଣ୍ଟ୍ରାଲ୍ ଷ୍ଟ୍ରାଇକ୍ ଫୋର୍ସ ଘଟଣାସ୍ଥଳରେ ପହଞ୍ଚି ଲିଭାଇବା ପାଇଁ ପ୍ରାଣମୂର୍ଚ୍ଛା ଉଦ୍ୟମ କରିଥିଲେ । ୧୩ଟି ଦମକଳବାହିନୀ ପହଂଚି ନିଆଁକୁ ଆୟତ୍ତ କରିଥିଲେ। ପ୍ରାୟ ୧ଘଣ୍ଟା ପରେ ନିଆଁ ଆୟତ୍ତ ହୋଇଥିଲା ।

Post Views: 31
Share198Tweet124Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In