• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବନ୍ୟା ସ୍ଥିତି ଉଦବେଗଜନକ: ମୁଖ୍ୟମନ୍ତ୍ରୀ

by Voice of Victims
September 18, 2024
in ମୁଖ୍ୟ ଖବର, ରାଜ୍ୟ
ବନ୍ୟା ସ୍ଥିତି ଉଦବେଗଜନକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ବୁଧବାର ବାଲେଶ୍ୱର ଅଞ୍ଚଳରେ ସୃଷ୍ଟି ହୋଇଥିବା ବନ୍ୟା ସ୍ଥିତିର ଅନୁଧ୍ୟାନ କରିଛନ୍ତି । ଆକାଶ ମାର୍ଗରୁ ବନ୍ୟା ସ୍ଥିତି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ।  ତେବେ ଜିଲ୍ଲାରେ ବନ୍ୟାସ୍ଥିତି ଉଦବେଗଜନକ ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାଛଡ଼ା ସେ କହିଛନ୍ତି ଯେ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ୩ଟିନଦୀର ଜଳସ୍ତର ବୃଦ୍ଧି ପାଇଛି । ବାଲେଶ୍ୱର ଜିଲ୍ଲାର ୬ଟି ବ୍ଲକର ୮ ହଜାର ହେକ୍ଟର ଜମି ଜଳମଗ୍ନ  ହୋଇଛି । ୩ଟି ବ୍ଲକର ୩୫ଟି ଗ୍ରାମପଞ୍ଚାୟତ ଅଧିକ ପ୍ରଭାବିତ ହୋଇଛି ।  ତଳିଆ ଅଞ୍ଚଳରୁ ୨ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇଛି ।  ସେମାନଙ୍କୁ ବନ୍ୟା ଆଶ୍ରୟସ୍ଥଳୀରେ ରଖାଯାଇ ରନ୍ଧା ଖାଦ୍ୟ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।  ଅନ୍ୟପକ୍ଷରେ ଉଦ୍ଧାର କାର୍ଯ୍ୟରେ ୮ ଅଗ୍ନିଶମ, ୩ ଓଡ୍ରାଫ ଓ ୧ଏନଡିଆରଏଫ ଟିମ ମୁତୟନ ହୋଇଛନ୍ତି ।  ସୁବର୍ଣ୍ଣରେଖା ନଦୀରେ ସୃଷ୍ଟ ବନ୍ୟା ନିୟନ୍ତ୍ରଣ ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ସ୍ଥାୟୀ ପ୍ରତିକାର ନିମନ୍ତେ ରୋଡମ୍ୟାପ ପ୍ରସ୍ତୁତ କରିବାକୁ ଇଆଇସିଙ୍କୁ କୁହାଯାଇଛି । ଇଆଇସିଙ୍କ ରିପୋର୍ଟ ମିଳିବା ପରେ ଏନେଇ ପଦକ୍ଷେପ ନିଆଯିବ । ପ୍ରକାଶ ଥାଉକି, ଲଗାଣ ବର୍ଷା ପ୍ରଭାବରେ ବୁଢ଼ାବଳଙ୍ଗ, ସୁବର୍ଣ୍ଣରେଖା ଓ ଜଳକା ନଦୀ ଜଳସ୍ତର ବଢ଼ିଛି । ବାଲେଶ୍ୱର ଜିଲ୍ଲାର ବିଭିନ୍ନ ଗାଁରେ ପାଣି ପଶିଛି । ଲୋକେ ଜଳବନ୍ଦୀ ହୋଇ ଅଛନ୍ତି । ସୁବର୍ଣ୍ଣରେଖା ଓ ଜଳକା ନଦୀ ବିପଦ ସଙ୍କେତ ଟପିଛି । ଆଗକୁ ସୁବର୍ଣ୍ଣରେଖା ଜଳସ୍ତର ଆହୁରି ବଢ଼ିପାରେ ବୋଲି ଅନୁମାନ କରାଯାଉଛି । ଏହା ବସ୍ତା, ଭୋଗରାଇ ଓ ବାଲିଆପାଳରେ ଅଧିକ ବିପଦ ସୃଷ୍ଟି କରିପାରେ । 

Post Views: 26
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In