• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଏହି କାରଣ ପାଇଁ ଗଡିପାରିଲାନି କାଳିଆର ନନ୍ଦିଘୋଷ

by Voice of Victims
June 28, 2025
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର
ଏହି କାରଣ ପାଇଁ ଗଡିପାରିଲାନି କାଳିଆର ନନ୍ଦିଘୋଷ

ପୁରୀ: ଶ୍ରୀକ୍ଷେତ୍ରରେ ଚାଲିଛି ଶ୍ରୀଗୁଣ୍ଡିଚା ଯାତ୍ରା । ଧାଡି ପହଣ୍ଡିରେ ବିଜେ ନୀତି ସମ୍ପନ୍ନ ପରେ  ତିନି ରଥରେ ବିଜେ କରିଥିଲେ ଚତୁର୍ଦ୍ଧାମୂର୍ତ୍ତି ।  ଛେରା ପହଁରା ପରେ ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଟଣାଯାଇଥିଲା । ହେଲେ ତାଳଧ୍ୱଜ ରଥ ବାରମ୍ୱାର ପ୍ରତି ୧୦ ମିଟରରେ ମୋଡ଼ ନେଉଥିବାର ରଥ ଟାଣିବାକୁ ଡେରି ହେଉଥିଲା । ବଡ଼ଭାଇଙ୍କ ପଛେ ପଛେ ଆରମ୍ଭ ହୋଇଥିଲା ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଟଣା । ହେଲେ ଅନ୍ଧାର ହୋଇଯାଇଥିବାରୁ ମରିଚିକୋଟରେ ଅଟକିଥିଲା । କିନ୍ତୁ ସିଂହଦ୍ୱାର ସାମ୍ନାରୁ ଇଞ୍ଚେ ମଧ୍ୟ ଘୁଞ୍ଚି ନଥିଲା କାଳିଆର ନନ୍ଦିଘୋଷ ରଥ ।

ତେବେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ବିଳମ୍ୱରେ ଗଡ଼ିବା ନେଇ ଅନେକ ପ୍ରଶ୍ନ ଉଠିଥିଲା । ଏହାପରେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳଙ୍କ ସହ ଆଲୋଚନା କରିଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଆଉ ବିଳମ୍ୱ ହେବା ସତ୍ତ୍ୱେ ମଧ୍ୟ ଆଲୋଚନା ପରେ ସନ୍ଧ୍ୟା ୭.୪୫ରେ ଗଡ଼ିଲା ନନ୍ଦିଘୋଷ ରଥ ।

ହେଲେ ତାହା ମାତ୍ର ଅଳ୍ପବାଟ ପର୍ଯ୍ୟନ୍ତ । ରାତି ହୋଇଯାଇଥିବାରୁ ନନ୍ଦିଘୋଷ ରଥକୁ ଅଳ୍ପବାଟ ପର୍ଯ୍ୟନ୍ତ ଟଣାଯାଇ ଅଟକା ଯାଇଥିଲା । ତେଣୁ ଏବେବି ସିଂହଦ୍ୱାର ଆଗରେ ରହିଛି ନନ୍ଦିଘୋଷ ରଥ । ଆଉ ସେପଟେ ବଳଗଣ୍ଡିରେ ତାଳଧ୍ୱଜ, ମରିଚିକୋଟରେ ଦର୍ପଦଳନ ରଥକୁ ରଖାଯାଇଛି ।

ଏପଟେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ବିଳମ୍ୱରେ ଗଡ଼ିବା ନେଇ ପ୍ରତିକ୍ରିୟା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ରଥଯାତ୍ରାରେ ପୂର୍ବ ବର୍ଷ ଅପେକ୍ଷା ଏବର୍ଷ ଦେଢ ଗୁଣ ଅଧିକ ଲୋକ ହେଇଛନ୍ତି । ତେଣୁ ଶ୍ରଦ୍ଧାଳୁ କର୍ଡନ ଭିତରକୁ ପଶିଯାଇଥିଲେ । ଆଉ ଭକ୍ତଙ୍କୁ କର୍ଡନ ଭିତରୁ ବାହାର କରିବା ପରେ ନନ୍ଦିଘୋଷ ରଥ ଟଣାଗଲା । ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଗଲା । ଏପଟେ ଖୋଲା ଆକାଶ ତଳେ ବଡଦାଣ୍ଡରେ ମହାପ୍ରଭୁଙ୍କୁ ପୁଣି ଗୋଟେ ଦିନ ଦର୍ଶନ କରିବାର ସୌଭାଗ୍ୟ ପାଇ ଭକ୍ତ କିନ୍ତୁ ଭାରି ଖୁସି ।

Post Views: 43
Share199Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In