• About Us
  • Contact Us
Sunday, August 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

by Voice of Victims
March 21, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

ଭୁବନେଶ୍ବର: ବରିଷ୍ଠ କଂଗ୍ରେସ ନେତା ତଥା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ ହୋଇଯାଇଛି । ୬୬ ବର୍ଷ ବୟସରେ ଭୁବନେଶ୍ଵରର ଏକ ଘରୋଇ ଡାକ୍ତରଖାନାରେ ଶୁକ୍ରବାର ତାଙ୍କର ଦେହାନ୍ତ ହୋଇଯାଇଛି। ସେ ୨୦୧୪ରେ ଆଳି ବିଧାନସଭା ଆସନରୁ କଂଗ୍ରେସ ଟିକେଟରେ ନିର୍ବାଚିତ ହୋଇଥିଲେ। ତାଙ୍କ ବିୟୋଗରେ ପିସିସି ସଭାପତି ଭକ୍ତ ଚରଣ ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି।

ସ୍ବର୍ଗତଃ ଦେବେନ୍ଦ୍ର ଶର୍ମା ତୃଣମୂଳ ସ୍ତରରେ ଜଣେ ଭଲ ସଂଗଠକ ଥିଲେ। ସେ କଂଗ୍ରେସ ଟିକେଟ୍‌ରେ ୨୦୧୪ରେ ନିର୍ବାଚିତ ହୋଇଥିଲେ। ଏହି ଖବରରେ ଆଳି ଓ ରାଜକନିକା ଅଞ୍ଚଳରେ ଏକ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ସେ ଦୀର୍ଘ ଦିନ ହେବ କିଡନୀ ଜନିତ ରୋଗରେ ପୀଡ଼ିତ ଥିଲେ। ପ୍ରାୟ ୩ ବର୍ଷ ହେବ ଏନେଇ ସେ ଚିକିତ୍ସିତ ହେଉଥିଲେ। ପୂର୍ବରୁ ତାଙ୍କର ଏକ କିଡନୀ ମଧ୍ୟ ପ୍ରତ୍ୟାରୋପଣ କରାଯାଇଥିଲା।

ସୂଚନା ଅନୁଯାୟୀ, ଆଳିର ପୂର୍ବତନ ବିଧାୟକ ଡ. ଦିବାକର ଶର୍ମାଙ୍କ ପୁଅ ତଥା କବିରାଜ ଜଗନ୍ନାଥ ଶର୍ମାଙ୍କ ନାତି ହେଉଛନ୍ତି ଦେବେନ୍ଦ୍ର। ସେ ୧୯୫୯ ମସିହା ମାର୍ଚ୍ଚ ୧୮ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ। ମୟୂରଭଞ୍ଜ ଆଇନ ମହାବିଦ୍ୟାଳୟରୁ ସେ ଆଇନରେ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ଏହା ସହିତ ସେ ବିଜ୍ଞାନରେ ମଧ୍ୟ ସ୍ନାତକ ଡିଗ୍ରୀ ହାସଲ କରିଥିଲେ।ଶାରୀରିକ ସମସ୍ଯା କାରଣରୁ ସେ ରାଜନୀତିକୁ ଆସିବେନି ବୋଲି ପୂର୍ବରୁ କହିଥିଲେ।

Post Views: 69
Share200Tweet125Send
Voice of Victims

Voice of Victims

Recent Posts

  • ପିଆଜ ପାଇଁ ପକେଟ୍‌କୁ ମହଙ୍ଗା ମାଡ଼, କେଜି ଛୁଇଁଲା ୫୦ ଟଙ୍କା
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ଆଗାମୀ ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ
  • ପାର୍ବଣ ପୂର୍ବରୁ ମହଙ୍ଗା ହେଲା ଚିନି, ଖାଉଟିଙ୍କ ଚିନ୍ତା ବଢ଼ାଇଲା ଦରବୃଦ୍ଧି
  • ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଜାପାନ ପ୍ରତିରକ୍ଷା ମନ୍ତ୍ରୀ
  • ଜୟପୁରରେ ସରକାରୀ ସ୍କୁଲରେ ପହଞ୍ଚିଥିଲେ CJP କର୍ମୀ, ବାହାର କରିଦେଲେ ଗ୍ରାମବାସୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In