• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବିଜେଡି ଛାଡ଼ିଲେ ପୂର୍ବତନ ସାଂସଦ ଭାସ୍କର ରାଓ

by Voice of Victims
September 9, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ବିଜେଡି ଛାଡ଼ିଲେ ପୂର୍ବତନ ସାଂସଦ ଭାସ୍କର ରାଓ

ଭୁବନେଶ୍ୱର: ବିଜେଡି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଏନ ଭାସ୍କର ରାଓ । ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ସୂଚନା ମିଳିଛି । ଜିଲ୍ଲା ସଭାପତି ଚୟନକୁ ନେଇ ଅସନ୍ତୁଷ୍ଟ ଥିବାରୁ ବିଜେଡି ଛାଡ଼ିଥିବା ଜଣାପଡିଛି। ସେ ତାଙ୍କ ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଛନ୍ତି । ତାଙ୍କ ସହ ବହୁ ନେତା ଓ କର୍ମୀ ମଧ୍ୟ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ଜଣାପଡିଛି । ଏଥିସହିତ ‘ବିଜୁ ସ୍ୱାଭିମାନ ମଞ୍ଚ’ ନାମକ ଏକ ନୂତନ ରାଜନୈତିକ ମଞ୍ଚ ଗଠନର ଘୋଷଣା କରିଛନ୍ତି ଭାସ୍କର ।

ସୂଚନା ଯୋଗ୍ୟ; ନୂତନ ଜିଲ୍ଲା ସଭାପତିଙ୍କ ନାମ ଘୋଷଣା ପରେ ପଞ୍ଚାୟତ ନିର୍ବାଚିତ ପ୍ରତିନିଧି,କାଉନସିଲର ଓ ବରିଷ୍ଠ ନେତାମାନ‌େ ଭାସ୍କର ରାଓଙ୍କ ବାସଗୃହରେ ଆଲୋଚନା କରିଥିଲେ । ଜିଲ୍ଲା ସଭାପତି ଚୟନ ନେଇ ଅସନ୍ତୁଷ୍ଟ ଥିଲେ ଏନ୍‍.ଭାସ୍କର ରାଓ । ପୂର୍ବତନ ସାଂସଦ ଭାସ୍କର ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ଦଳ ପ୍ରତି ଥିବା ତାଙ୍କ ଅସନ୍ତୋଷ ବଖାଣିଥିବା ବେଳେ ଦଳର ପ୍ରାଥମିକ ସଦସ୍ୟତା ପଦରୁ ସେ ଇସ୍ତଫା ଦେଇଛନ୍ତି । ସେ କହିଛନ୍ତି ବିଜେଡିର ସଭାପତି ଚୟନ ସମସ୍ତଙ୍କ ମନରେ ଆଘାତ ଦେଇଛି, ପରାଜିତ ବ୍ୟକ୍ତିଙ୍କୁ ସଭାପତି ପଦ ଦିଆଯାଇଛି । ହେଲେ ଦକ୍ଷ ନେତାଙ୍କୁ ପଚରାଯାଉନି ।

Post Views: 63
Share198Tweet124Send
Voice of Victims

Voice of Victims

Recent Posts

  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ
  • ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ
  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In