• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସୋମନାଥ ବିଦ୍ୟାପୀଠରେ ୧୯୭୮ ବ୍ୟାଚ ଛାତ୍ରଛାତ୍ରୀଙ୍କ ବନ୍ଧୁ ମିଳନ

by Voice of Victims
December 22, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ସୋମନାଥ ବିଦ୍ୟାପୀଠରେ ୧୯୭୮ ବ୍ୟାଚ ଛାତ୍ରଛାତ୍ରୀଙ୍କ ବନ୍ଧୁ ମିଳନ

ଜଗତସିଂହପୁର: ରବିବାର ତା(୨୧. ୧୨. ୨୦୨୫)ରିଖ ଦିନ ମଣ୍ଡାସାହି ସ୍ଥିତ ଜାହାନପୁରର ସୋମନାଥ ବିଦ୍ୟାପୀଠରେ ୧୯୭୮ ବ୍ୟାଚ ଛାତ୍ରଛାତ୍ରୀ ମାନଙ୍କର ଏକ ବନ୍ଧୁ ମିଳନ ଏବଂ ଗୁରୁ ପୂଜନ ଉତ୍ସବ ଅନୁଷ୍ଠିତ ହୋଇ ଯାଇଅଛି | ପୂର୍ବତନ ପ୍ରଧାନ ଶିକ୍ଷକ ତଥା ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶ୍ରୀଯୁକ୍ତ ଲିଙ୍ଗରାଜ ମିଶ୍ର, ପ୍ରୋକ୍ତନ ଶିକ୍ଷକ ପ୍ରଫୁଲ କୁମାର ପଟ୍ଟନାୟକ, ଶ୍ରୀଯୁକ୍ତ ନିର୍ମଳ କୁମାର ଜେନା, ଶ୍ରୀଯୁକ୍ତ କୃଷ୍ଣ ଚନ୍ଦ୍ର ନନ୍ଦ, ଶ୍ରୀଯୁକ୍ତ ବିଷ୍ଣୁ ଚରଣ ଜେନା, ଶ୍ରୀଯୁକ୍ତ ବିଷ୍ଣୁ କୃଷ୍ଣ ନନ୍ଦ, ଶ୍ରୀଯୁକ୍ତ ନାରାୟଣ ଚନ୍ଦ୍ର ଜେନା, ଶ୍ରୀଯୁକ୍ତ ସୁରେନ୍ଦ୍ର କୁମାର ବେହେରା ଏହି ଗୁରୁ ପୂଜନ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ୧୯୭୮ ବ୍ୟାଚ ଛାତ୍ରଛାତ୍ରୀ ମାନଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ |

ପ୍ରାରମ୍ଭରେ ଏହି ବ୍ୟାଚ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା | ଛାତ୍ରଛାତ୍ରୀମାନେ ଅତିତର ସ୍ମୃତିଚାରଣ କରିବା ସଙ୍ଗେ ସଙ୍ଗେ ଗୁରୁଜନ ମାନଙ୍କର ଆଶୀର୍ବାଦ କାମନା କରିଥିଲେ | ଏହି ସଭାରେ ଶ୍ରୀଯୁକ୍ତ ପ୍ରେମାନନ୍ଦ ନାୟକ ସଭାପତିତ୍ୱ କରିଥିଲା ବେଳେ ଶ୍ରୀଯୁକ୍ତ ଅଜୟ କୁମାର ପଟ୍ଟନାୟକ ଅତିଥି ପରିଚୟ ପ୍ରଦାନ କରିବା ସହିତ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ | ଶେଷରେ ରବିନାରାଣ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ | ୧୯୭୮ ବ୍ୟାଚ ତରଫରୁ ମୋ ସ୍କୁଲ ଅଭିଯାନ ଅନୁଯାୟୀ ବର୍ତ୍ତମାନର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ନିର୍ମଳ କୁମାର ଜେନାଙ୍କୁ ୧୦ ହଜାର ଟଙ୍କାର ଅର୍ଥରାଶି ବିଦ୍ୟାଳୟର ଉନ୍ନତି ନିମନ୍ତେ ପ୍ରଦାନ କରାଯାଇଥିଲା | ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଶ୍ରୀଯୁକ୍ତ ରାମଚନ୍ଦ୍ର ମହାପାତ୍ର, ଶ୍ରୀଯୁକ୍ତ କାର୍ତ୍ତିକ ଚନ୍ଦ୍ର ସ୍ୱାଇଁ, ଶ୍ରୀଯୁକ୍ତ ବାମଦେବ ସାହୁ, ନିରୁପମା ବେହେରା, ସନ୍ଧ୍ୟା ଜେନା, ମନୋରମ ଭୂୟାଁ, ମଞ୍ଜୁ ଜେନାଙ୍କ ସହିତ ପୁରାତନ ଛାତ୍ରଛାତ୍ରୀ ଏବଂ ବର୍ତ୍ତମାନର ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ | ପ୍ରାରମ୍ଭରେ ଦିବ୍ୟଙ୍ଗତ ଶିକ୍ଷକ ଓ ସହପାଠୀ ମାନଙ୍କ ଉଦ୍ଦେଶ୍ୟରେ ଏକ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା |

Post Views: 39
Share199Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In