• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜିଠାରୁ ରାଜ୍ୟରେ ପୁଣି କଡ଼ାକଡ଼ି ହେବ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ, ଇ-ଡିଟେକସନ ବ୍ୟବସ୍ଥାରେ କଟିବ ଚାଲାଣ

by Voice of Victims
April 2, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଆଜିଠାରୁ ରାଜ୍ୟରେ ପୁଣି କଡ଼ାକଡ଼ି ହେବ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ, ଇ-ଡିଟେକସନ ବ୍ୟବସ୍ଥାରେ କଟିବ ଚାଲାଣ

କଟକ : ଆଜିଠାରୁ ରାଜ୍ୟରେ ପୁଣି କଡ଼ାକଡ଼ି ହେବ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ । ପିୟୁସିସି ନଥିଲେ ଟୋଲଗେଟରେ ଇ-ଡିଟେକସନ ବ୍ୟବସ୍ଥାରେ କଟିବ ଚାଲାଣ। ରାଜ୍ୟ ସରକାର ଏପ୍ରିଲ ୧ ପର୍ଯ୍ୟନ୍ତ ପିୟୁସିସିକୁ କୋହଳ କରିଥିଲେ । ରାଜ୍ୟରେ ବାୟୁର ଗୁଣବତ୍ତା ଦିନକୁ ଦିନ ଖରାପ ହେବାରେ ଲାଗିଛି । ପରିବହନରେ ପରିବେଶ ସୁରକ୍ଷାକୁ ଲକ୍ଷ୍ୟ ରଖି ପ୍ରଦୂଷଣ ଯାଞ୍ଚ ପାଇଁ କଡା ଆଭିମୁଖ୍ୟ ଗ୍ରହଣ କରାଯାଇଛି । ଓଡିଶାରେ ମାତ୍ର ୨୧ ପ୍ରତିଶତ ଗାଡ଼ିରେ ପ୍ରଦୂଷଣ ପ୍ରମାଣପତ୍ର ରହିଛି। ଅନେକ ଗାଡ଼ିର ଏହାର ବ୍ୟାପକ ଉଲ୍ଲଙ୍ଘନ କରୁଛନ୍ତି । ଏହାକୁ ଦୃଷ୍ଟିରେ ରଖି ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ପିୟୁସିସି ଯାଞ୍ଚକୁ କଡ଼ାକଡ଼ି କରାଯାଇଥିଲା । କିନ୍ତୁ ଜନସାଧାରଣ ଏ ନେଇ ସଚେତନ ନ ଥିବାରୁ ପିୟୁସିସି ଯାଞ୍ଚକୁ କୋହଳ କରିଥିଲେ ରାଜ୍ୟ ସରକାର । ଏପ୍ରିଲ୧ ପର୍ଯ୍ୟନ୍ତ ଏହି କୋହଳ ଲାଗୁଥିବା ବେଳେ ଆଜିଠାରୁ ପୁନଶ୍ଚ ପିୟୁସିସି ଯାଞ୍ଚ କଡ଼ାକଡ଼ି ହେବ ।

ଗତ ଚାରି ମାସ ତଳେ ସାଂଘାତିକ ସ୍ଥିତିରେ ଦିଲ୍ଲୀ ପ୍ରଦୂଷଣ । ଦିଲ୍ଲୀରେ ନୋ ପିୟୁସି ନୋ ଫୁଏଲ୍ ନିୟମ ଲାଗୁ ହୋଇଥିଲା । ପ୍ରଦୂଷଣ ସାର୍ଟିଫିକେଟ ନାହିଁ ତ ତେଲ ନାହିଁ । ଦିଲ୍ଲୀ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ ସରକାର ଏହି କଠୋର ପଦକ୍ଷେପ ଗ୍ରହଣ କରିଥିଲେ । ଏହା ବ୍ୟତୀତ, କେବଳ BS-VI ଅନୁପାଳନକାରୀ ଯାନଗୁଡ଼ିକୁ ଦିଲ୍ଲୀରେ ପ୍ରବେଶ କରିବାକୁ ଅନୁମତି ଦିଆଯାଇଥିଲା ।

କେବଳ ଆମ୍ବୁଲାନ୍ସ, ଅଗ୍ନିଶମ ଓ ପୋଲିସ ବିଭାଗର ଗାଡିକୁ ମିଳିବ ରିହାତି । ବାୟୁ ଗୁଣବତ୍ତାମାନ ଅତ୍ୟନ୍ତ ଖରାପ ଥିବା କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ କହିଛି । AQI ମାନ ୨୮୪ରେ ପହଞ୍ଚିଥିଲା । ପ୍ରଦୂଷଣକୁ ନଜରରେ ରଖି ଆଜିଠୁ ସବୁ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ୫୦ ପ୍ରତିଶତ କର୍ମଚାରୀ ୱାର୍କ ଫ୍ରମ ହୋମରେ କାମ କରିବେ । ନିୟମ ଉଲଂଘନ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯାଇଥିଲା । କିଛି ଦିନ ହେଲା ଦିଲ୍ଲୀ-ଏନସିଆରରେ ବାୟୂ ପ୍ରଦ୍ୟୁଷଣ ବଢ଼ିଚାଲିଛି । ପୂର୍ବରୁ ଅନଲାଇନରେ ନର୍ସରୀରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢା ପାଇଁ ସରକାର ନିର୍ଦ୍ଦେଶନାମା ଜାରି କରିଯାଇଥିଲା ।

Post Views: 6
Share197Tweet123Send
Voice of Victims

Voice of Victims

Recent Posts

  • ନାସାର ଐତିହାସିକ ‘ଆର୍ଟେମିସ୍-୨’ ମିଶନ, ୫୦ ବର୍ଷ ପରେ ଜହ୍ନକୁ ଗଲେ ମଣିଷ !
  • ଶକ୍ତିଶାଳୀ ଭୂକମ୍ପରେ ଥରିଲା ଇଣ୍ଡୋନେସିଆ, ତୀବ୍ରତା ୭.୪
  • ଆଜିଠାରୁ ରାଜ୍ୟରେ ପୁଣି କଡ଼ାକଡ଼ି ହେବ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ, ଇ-ଡିଟେକସନ ବ୍ୟବସ୍ଥାରେ କଟିବ ଚାଲାଣ
  • ଡିଜିସିଏର ନୂଆ ଡିଜି ହେଲେ ବୀର ବିକ୍ରମ ଯାଦବ, ଶ୍ରୀମନ୍ଦିରର ଥିଲେ ମୁଖ୍ୟ ପ୍ରଶାସକ
  • ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In