• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

କଟକ ତାରକସୀକୁ ମିଳିଲା ଜିଆଇ ଟ୍ୟାଗ୍

by Voice of Victims
March 3, 2024
in ମୁଖ୍ୟ ଖବର, ରାଜ୍ୟ
କଟକ ତାରକସୀକୁ ମିଳିଲା ଜିଆଇ ଟ୍ୟାଗ୍

ଭୁବନେଶ୍ବର: ବିଶ୍ୱ ପ୍ରସିଦ୍ଧ କଟକ ରୁପା ତାରକସୀକୁ ମିଳିଲା ଜିଆଇ ଟ୍ୟାଗ୍। ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ପକ୍ଷରୁ କଟକ ରୁପା ତାରକସୀକୁ ଜିଆଇ ମାନ୍ୟତା ଦେବା ପାଇଁ ୨୦୨୧ ମସିହାରେ ଆବେଦନ କରାଯାଇଥିଲା। ରୁପା ତାରକସୀକୁ ଜିଆଇ ଟ୍ୟାଗ୍ ମିଳିବା ପରେ କାରିଗରଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ଏହି ମାନ୍ୟତା ତାରକସୀ କାରୁକାର୍ଯ୍ୟକୁ ଏକ ନୂତନ ପରିଚୟ ଦେବ ବୋଲି ସେମାନେ ଆଶା ରଖିଛନ୍ତି । ତେବେ କଟକରେ ତାରକସୀ ହବ୍ ପ୍ରତିଷ୍ଠା କରିବା ପାଇଁ ଦାବି କରିଛନ୍ତି ଉତ୍କଳ ସ୍ୱର୍ଣ୍ଣ ରୌପ୍ୟ ଶିଳ୍ପୀ ସଂଘ ସଭାପତି ବ୍ରହ୍ମାନନ୍ଦ ମହାରଣା। ସେ କହିଛନ୍ତି, ଦୀର୍ଘ ଦିନ ପରେ ଆମେ ଜିଆଇ ଟ୍ୟାଗ ପାଇଥିବାରୁ ବହୁତ ଖୁସି ଲାଗୁଛି। ଅନ୍ତର୍ଜାତୀୟ ବଜାରରେ କଟକ ରୁପା ତାରକସୀର ଚାହିଦା ରହିଛି। ଜିଆଇ ଟ୍ୟାଗ୍ ଯୋଗୁ ଏହା ଆମର ଏକ ବ୍ରାଣ୍ଡ ହୋଇଯିବ। ଆମ ଜିନିଷର ଗ୍ୟାରେଣ୍ଟି ରହିବ। ଏହି ଜିଆଇ ମାନ୍ୟତା ଓଡ଼ିଶା ପାଇଁ ଗୌରବର ବିଷୟ ବୋଲି ସୋଶାଲ ମିଡିଆରେ ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ କଟକବାସୀ ଓ ଜିଲ୍ଲା ପ୍ରଶାସନକୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

Post Views: 38
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In