• About Us
  • Contact Us
Tuesday, April 21, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରାଜ୍ୟରେ ଖୁବ ଶୀଘ୍ର ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହେବ: ଗଣଶିକ୍ଷା ମନ୍ତ୍ରୀ

by Voice of Victims
November 10, 2024
in ମୁଖ୍ୟ ଖବର, ରାଜ୍ୟ
ରାଜ୍ୟରେ ଖୁବ ଶୀଘ୍ର ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହେବ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ଵର: ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟରେ ଖୁବ ଶୀଘ୍ର ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହେବ। ଯ’ଦ୍ଵାରା କି ପ୍ରାଥମିକ ସ୍ତରରେ ଛାତ୍ର ଛାତ୍ରୀଙ୍କ ଗୁଣାତ୍ମକ ଶିକ୍ଷା ପ୍ରଦାନ କରାଯାଇପାରିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରକାଶ କରିଛନ୍ତି। ନବରଙ୍ଗପୁର ଜିଲ୍ଲା ସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଯୋଗ ଦେଇ ମନ୍ତ୍ରୀ ଶ୍ରୀ ଗଣ୍ଡ ଏହି ସୂଚନା ଦେବା ସହ ବିକଶିତ ଭାରତ ବିକଶିତ ଓଡିଶା ଗଠନ ବିଦ୍ୟାଳୟ ସ୍ତରରୁ ହିଁ ଆରମ୍ଭ ହେବ, ଉତ୍ତମ ବ୍ୟକ୍ତି ନିର୍ମାଣ ହେଲେ ହିଁ ଉତ୍ତମ ରାଷ୍ଟ୍ର ଗଠନ ହେବ ବୋଲି ମନ୍ତ୍ରୀ ଶ୍ରୀ ଗଣ୍ଡ ଛାତ୍ର ଛାତ୍ରୀଙ୍କୁ ଉଦବୋଧନ ଦେଇଛନ୍ତି। ଜିଲ୍ଲା ସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଯୋଗ ଦେଇ ମନ୍ତ୍ରୀ ଶ୍ରୀ ଗଣ୍ଡ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ। ଏହି ଅବସରରେ ଜିଲ୍ଲାର ଲୋକ କଳାର ବିବିଧତାକୁ ନେଇ ଛାତ୍ର ଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଧାୟକ ଗୌରୀ ଶଙ୍କର ମାଝୀ, ଜିଲ୍ଲା ଶିକ୍ଷା ଅଧିକାରୀ ଛତ୍ରପତି ସାହୁ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରେଶମ ଲାଲ ନାୟକଙ୍କ ସମେତ ଜିଲ୍ଲାର ପ୍ରମୁଖ ଉପସ୍ଥିତ ଥିଲେ।

Post Views: 41
Share198Tweet124Send
Voice of Victims

Voice of Victims

Recent Posts

  • ଭୋଟର ତାଲିକାରୁ ୯.୮ ଲକ୍ଷ ନାମ ବାଦ୍: ସିଇସିଙ୍କୁ ସସ୍ମିତ ପାତ୍ରଙ୍କ ଚିଠି, ପୁନର୍ବିଚାର ଦାବି
  • ବଦଳିଲେ ଖଣ୍ଡପଡା SDPO, ବିବାହିତ ମହିଳାଙ୍କୁ ପ୍ରେମ ନିବେଦନ ମାମଲାରେ କାର୍ଯ୍ୟାନୁଷ୍ଠାନ
  • ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 
  • ମହିଳାଙ୍କ ବିକାଶ ବିନା ବିକଶିତ ଭାରତ ସ୍ବପ୍ନ ପୂରଣ ହୋଇପାରିବ ନାହିଁ: ରାଷ୍ଟ୍ରପତି ଦୌପଦ୍ରୀ ମୁର୍ମୁ
  • ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ, କଟକରେ ପାଳନ ହେବ ରାଜ୍ୟସ୍ତରୀୟ କୃଷକ ଦିବସ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In