• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

୯୫ ହଜାର ଟପିଲା ସୁନା ଦର, ୩ଦିନରେ ୫ହଜାର ଟପିଲାଣି ସୁନା ଦର

by Voice of Victims
April 11, 2025
in ଦେଶ ବିଦେଶ, ମୁଖ୍ୟ ଖବର
ସୁନାଦରକୁ ନେଇ କେନ୍ଦ୍ର ସରକାରଙ୍କ ବଡ ଘୋଷଣା! ଏତେ ଟଙ୍କା କମାଇଦେଲେ…

ନୂଆଦିଲ୍ଲୀ: କେତେବେଳେ କମୁଛି ତ କେତେବେଳେ ବଢୁଛି। ସୁନା ଦରରେ ରହୁନି ସ୍ଥିରତା । ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୫, ୪୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୭ ହଜାର ୪୫୦ ଟଙ୍କା ଛୁଇଛି। ତିନି ଦିନରେ ପ୍ରାୟ ୫ହଜାର ଟଙ୍କା ବଢିଲାଣି ରେଟ୍। ଆଜି ପୁଣି ୧୮୫୦ ଟଙ୍କା ବଢ଼ିଲା ସୁନା ଦର। ଆମେରିକାର ବାଣିଜ୍ୟ ଯୁଦ୍ଧ ଯୋଗୁ ପ୍ରଭାବ ପଡ଼ିଛି ।

ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୫ ହଜାର ୪୦୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୭ ହଜାର ୪୫୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୫, ୪୦୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୭ ,୪୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୫, ୫୫୦ ଟଙ୍କା ଓ ୨୨ କ୍ୟାରେଟ୍ ୮୭,୬୦୦ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୫, ୪୦୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୭,୪୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୫, ୪୦୦ ଓ ୮୭ ,୪୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୯୭,୧୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ…

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।

ସଠିକ୍ ଦାମ୍‌ରେ କେମିତି କିଣିବେ ସୁନା

ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ। ସୁନା କିଣିବା ବେଳେ ହଲ୍‌ମାର୍କ ଦେଖି ସୁନା କିଣନ୍ତୁ। ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ। ଅଫ୍ ସିଜନରେ ସୁନା କିଣନ୍ତୁ… କମ୍ ଦାମ୍‌ରେ ସୁନା ଗହଣା କିଣିବାର ଲାଭ ପାଇପାରିବେ ।

Post Views: 63
Share198Tweet124Send
Voice of Victims

Voice of Victims

Recent Posts

  • ଡିଜିସିଏର ନୂଆ ଡିଜି ହେଲେ ବୀର ବିକ୍ରମ ଯାଦବ, ଶ୍ରୀମନ୍ଦିରର ଥିଲେ ମୁଖ୍ୟ ପ୍ରଶାସକ
  • ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର
  • ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ, ପେଟ୍ରୋଲ ନିର୍ଭରଶୀଳତା କମିବ
  • ସାମ୍ବାଦିକଙ୍କ ମାତୃ ବିୟୋଗ
  • ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In