ଭୁବନେଶ୍ୱର: ଚମକୁଛି ସୁନା, ବଢୁଛି ଦର । ବିଶ୍ବ ବଜାରରେ ଅସ୍ଥିରତା ଓ ଅନିଶ୍ଚତତା ମଧ୍ୟରେ ସୁନାର ଚମକ ବଢ଼ିଚାଲିଛି । ଯଦି ସୁନା କିଣିବାକୁ ଯାଉଛନ୍ତି ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର । ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ୧୦ ଗ୍ରାମ ପିଛା ୯୩ ହଜାର ୮୦୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୫ ହଜାର ୬୦୦ ଟଙ୍କାକୁ ପହଞ୍ଚିଛି ।
ସେହିପରି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୩ ହଜାର ୩୮୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୫, ୬୦୦ ଟଙ୍କା ଛୁଇଁଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୮୫,୬୦୦ ଟଙ୍କା ଓ ୯୩, ୩୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୮୫, ୭୫୦ ଟଙ୍କା ଓ ୯୩, ୫୩୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୮୫,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୯୨, ୩୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୮୫, ୬୦୦ ଓ ୯୨,୩୮୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୩,୦୦୦ ଟଙ୍କା ହୋଇଛି ।
