• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଡ୍ରେନରେ ବୁଡି ମୃତ୍ୟୁ ଘଟଣାରେ ସରକାରଙ୍କ କଡା କାର୍ଯ୍ୟାନୁଷ୍ଠାନ: ସହକାରୀ ଯନ୍ତ୍ରୀ ନିଲମ୍ବିତ

by Voice of Victims
June 20, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଡ୍ରେନରେ ବୁଡି ମୃତ୍ୟୁ ଘଟଣାରେ ସରକାରଙ୍କ କଡା କାର୍ଯ୍ୟାନୁଷ୍ଠାନ: ସହକାରୀ ଯନ୍ତ୍ରୀ ନିଲମ୍ବିତ

ଭୁବନେଶ୍ୱର: ରାଜଧାନୀରେ ନାଳରେ ଭାସିଯାଇ ଗୋଟିଏ ଛୋଟ ପିଲା ମୃତ୍ୟୁବରଣ କରିବା ଘଟଣାରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏହି ଘଟଣାର ତଦନ୍ତ ରିପୋର୍ଟ ହସ୍ତଗତ ହେବାପରେ ଆଜି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‍ସି)ର ଡ୍ରେନେଜ ଡିଭିଜନରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀ ସନ୍ତୋଷ କୁମାର ଦାସଙ୍କୁ ନିଲମ୍ବନ କରାଯିବା ସହିତ ତାଙ୍କ ବିରୁଦ୍ଧରେ ବିଭାଗୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଉଲ୍ଲେଖନୀୟ ଯେ ଗତ ୧୮ତାରିଖ ଦିନ ତିନି ନମ୍ବର ୟୁନିଟ୍‍ ଅଞ୍ଚଳରେ ଜଣେ ୯ବର୍ଷର ବାଳକ ନାଳରେ ଭାସିଯାଇ ମୃତ୍ୟୁବରଣ କରିଥିଲେ। ନାଳରେ ଭାସୁଥିବା ଗୋଟିଏ ବେଲୁନ୍‍ ଆଣିବାକୁ ଯାଇ ବାଳକଟି ଏଭଳି ଦୁର୍ଘଟଣାର ଶିକାର ହୋଇଥିବାବେଳେ ରାଜ୍ୟ ସରକାର ଏହାକୁ ଗମ୍ଭୀରତାର ସହ ଗ୍ରହଣ କରିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହିତ ମୃତ ବାଳକର ପରିବାର ପାଇଁ ୪ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଥିଲେ। ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ଘଟଣାସ୍ଥଳ ପରିଦର୍ଶନ କରିବା ସହିତ କର୍ତ୍ତୃପକ୍ଷଙ୍କ ଠାରୁ ଏ ସଂକ୍ରାନ୍ତୀୟ ରିପୋର୍ଟ ତଲବ କରିଥିଲେ। ଏହି ଘଟଣାରେ ଦୋଷୀଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଥିଲେ। କର୍ତ୍ତୃପକ୍ଷ ମଧ୍ୟ ତୁରନ୍ତ ଘଟଣାର ସରଜମିନ ତଦନ୍ତ କରି ରିପୋର୍ଟ ଦେଇଥିଲେ। ଋିପୋର୍ଟଟି ହସ୍ତଗତ ହେବାପରେ ଆଜି ସରକାରଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଯେଉଁ ସ୍ଥାନରେ ପିଲାଟି ନାଳରେ ପଡି ଭାସି ଯାଇଥିଲା ସେହି ସ୍ଥାନରେ ବାଡ ଲଗାଯାଇନଥିବା ରିପୋର୍ଟରେ ଦର୍ଶାଯାଇଥିଲା। ଏଭଳି ସମ୍ବେଦନଶୀଳ ସ୍ଥାନରେ ବାଡ ନଲଗାଇବା ପାଇଁ ୫ ନମ୍ବର ଡ୍ରେନ ଡିଭିଜନ ଦାୟିତ୍ୱରେ ଥିବା ସହକାରୀ ଯନ୍ତ୍ରୀ ଶ୍ରୀ ଦାସଙ୍କୁ ଦାୟୀ କରାଯାଇଛି। ତଦନୁଯାୟୀ ରାଜ୍ୟ ସରକାର କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ ସହିତ ଶ୍ରୀ ଦାସଙ୍କୁ ଆଜି ନିଲମ୍ବନ କରିଛନ୍ତି।

Post Views: 26
Share200Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In