• About Us
  • Contact Us
Tuesday, September 22, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସୋଆ ଯୁକ୍ତ ୨ରେ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା

by Voice of Victims
September 22, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ସୋଆ ଯୁକ୍ତ ୨ରେ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର, ୨୨/୦୯ : ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ ପରିଚାଳିତ ଯୁକ୍ତ ଦୁଇ ବିଦ୍ୟାଳୟ ଇନଷ୍ଟିଚ୍ୟୁଟ୍ ଅଫ୍ ହାୟର ସେକେଣ୍ଡାରୀ ଏଡୁକେସନ୍ (ଆଇଏଚଏସସି) ପରିସରରେ ଗତ ଶନିବାର ଦିନ ନବାଗତ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ, ଆୟୋଜିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷା ଡକ୍ଟର ଆଶାବରୀ ମହାନ୍ତି କାର୍ଯ୍ୟକ୍ରମରେ ସଭାପତିତ୍ୱ କରିବା ଅବସରରେ ଅଧ୍ୟକ୍ଷା ଓ ଛାତ୍ରଛାତ୍ରୀମାନଙ୍କୁ ଉଦବୋଧନ ଦେଇ କହିଥିଲେ ଯେ କଲେଜ ଜୀବନ ହେଉଛି ଜୀବନର ସୁବର୍ଣ୍ଣ ସମୟ । ଏହି ସମୟକୁ ପାଠପଢ଼ା ସହ ଶୃଙ୍ଖଳା ଓ ସଂସ୍କାର ସହିତ ବିତାଇଲେ ଭବିଷ୍ୟତ ଉଜ୍ଜ୍ୱଳ ହେବ ।

ଏହି ଅବସରରେ ବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀମାନେ ଦେଶର କୋଣ ଅନୁକୋଣ ଓ ବିଦେଶରୁ ମଧ୍ୟ ସେମାନଙ୍କର ବାର୍ତା ଅନଲାଇନ ମାଧ୍ୟମରେ ପଠାଇ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ଉତ୍ସବରେ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଏକାଦଶ ଶ୍ରେଣୀର ନବାଗତଙ୍କୁ ଫୁଲ ଓ ଚନ୍ଦନ ଲଗାଇ ଓ ଉପହାର ଦେଇ ଭବ୍ୟ ସ୍ୱାଗତ କରାଯାଇଥିଲା । ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ମନୋରମ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । କାର୍ଯ୍ୟକ୍ରମରେ ବିଦ୍ୟାଳୟର ଉପାଧ୍ୟକ୍ଷା, ସମସ୍ତ ଅଧ୍ୟାପକ-ଅଧ୍ୟାପିକା ଏବଂ ଶତାଧିକ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ । ଶେଷରେ ଦ୍ୱାଦଶ ଶ୍ରେଣୀର ଛାତ୍ରୀ ନନ୍ଦିତା ପାଣି ଧନ୍ୟବାଦ ଅର୍ପଣ କରିଥିଲେ ।

Post Views: 7
Share196Tweet123Send
Voice of Victims

Voice of Victims

Recent Posts

  • ସୋଆ ଯୁକ୍ତ ୨ରେ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା
  • ଆଇଏଏସ୍‌ରେ ନୂତନ ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏଂଟେସନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ
  • ନ୍ୟାୟରୁ ବଂଚିତଙ୍କ ସ୍ୱର ହୁଅନ୍ତୁ: ଆଇନ ଛାତ୍ରଛାତ୍ରୀଙ୍କୁ ଜଷ୍ଟିସ୍ ମହାପାତ୍ର
  • ଅଙ୍ଗନବାଡ଼ି କର୍ମୀ ଓ ସହାୟିକାଙ୍କ ସମସ୍ୟା ନେଇ ସ୍ୱର ଉଠାଇଲା ସଂଘ, ଦରମାରୁ ଆରମ୍ଭ କରି ମୋବାଇଲ୍ ରିଚାର୍ଜ, ପଦୋନ୍ନତି, ଗ୍ୟାସ୍ ସିଲିଣ୍ଡର ଓ ମାତୃତ୍ୱ ସୁବିଧା—୧୦ ଦଫା ଦାବି ଉପସ୍ଥାପିତ
  • ବନ୍ଦେ ମାତରମ୍ ପ୍ରସଙ୍ଗ: କେନ୍ଦ୍ରର ଜବାବ ମାଗିଲେ ସୁପ୍ରିମକୋର୍ଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In