• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

୧୯ ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭିତ୍ତପ୍ରସ୍ତର ସ୍ଥାପନ, ଖର୍ଚ୍ଚ ହେବ ୪,୬୦୦ କୋଟି ଟଙ୍କା

by Voice of Victims
January 20, 2024
in ମୁଖ୍ୟ ଖବର, ରାଜ୍ୟ
୧୯ ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭିତ୍ତପ୍ରସ୍ତର ସ୍ଥାପନ, ଖର୍ଚ୍ଚ ହେବ ୪,୬୦୦ କୋଟି ଟଙ୍କା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ  ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। ଏଥିପାଇଁ ୪,୬୦୦ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ଅବସରରେ ବିଭିନ୍ନ ସ୍ଥାନରେ ଆୟୋଜିତ କାର୍ୟ୍ୟକ୍ରମରେ ଲୋକମାନଙ୍କର ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା। କେନ୍ଦ୍ରାପଡାରେ ୧୫ ହଜାର ରୁ ଅଧିକ ଚାଷୀ ଉପସ୍ଥିତ ଥିଲେ । ସେମାନଙ୍କ ମଧ୍ୟରୁ ପ୍ରାୟ ୧୦ ହଜାର ଥିଲେ ମହିଳା। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ଏହି ପ୍ରକଳ୍ପ ଦ୍ୱାରା ଚାଷୀ ଭାଇଭଉଣୀମାନେ ବହୁଳ ଭାବେ ଉପକୃତ ହେବେ। ବିଶେଷ କରି ପିଇବା ପାଣି ଯୋଗାଣ କ୍ଷେତ୍ରରେ ସୁବିଧା ହେବ। ଏହା ସହିତ ମାଛ ଚାଷ, ପଶୁପାଳନ ଆଦିରେ ମଧ୍ୟ ସହାୟକ ହେବ। ଏହି ପ୍ରକଳ୍ପ ସବୁ ଭୂତଳ ଜଳ ସ୍ତର ବୃଦ୍ଧି କରି ପରିବେଶକୁ ସନ୍ତୁଳିତ କରିବ। ଆମର ନିରନ୍ତର ବିକାଶ ପାଇଁ ଏପରି ପ୍ରକଳ୍ପ ଖୁବ୍‌ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ସହିତ ବନ୍ୟା ନିୟନ୍ତ୍ରଣରେ ମଧ୍ୟ ଏହି ପ୍ରକଳ୍ପଗୁଡିକ ସହାୟକ ହେବ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୨୦ରେ ଅନ୍ତଃ ନଦୀ ଜଳାଶୟ ପାଇଁ ୧୧ ହଜାର ୭୦୦ କୋଟି ଟଙ୍କାରେ ଯୋଜନା ଆରମ୍ଭ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ୩ଟି ପର୍ୟ୍ୟାୟରେ ୭୨ଟି ପ୍ରକଳ୍ପ ପାଇଁ କାର୍ୟ୍ୟକ୍ରମ ପ୍ରସ୍ତୁତ କରାଯାଇଛି। ଆଜି ୧୩ଟି ଜିଲ୍ଲା- ବରଗଡ, ବଲାଙ୍ଗିର, ବୌଦ୍ଧ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଳାହାଣ୍ଡି, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ ଜିଲ୍ଲାରେ ୧୯ଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ରଖାଗଲା।ଏଥି ସହିତ ସେ ଆହୁରି ମଧ୍ୟ କହିଥିଲେ ଯେ ଆମର ସବୁ କାର୍ୟ୍ୟକ୍ରମ ଲୋକମତ ଓ ଜନ ସହଭାଗିତା ଭିତ୍ତିରେ କରାଯାଉଛି। ସେ କହିଲେ ତାଙ୍କ ନିର୍ଦ୍ଦେଶରେ୫-ଟି  ଅଧ୍ୟକ୍ଷ ବିଭିନ୍ନ ଜିଲ୍ଲାକୁ ଗସ୍ତ କରିବା ସମୟରେ ଲୋକଙ୍କ ଠାରୁ ଏପରି ପ୍ରକଳ୍ପ ପାଇଁ ପ୍ରସ୍ତାବ ଆସିଥିଲା। ଲୋକଙ୍କ ପ୍ରସ୍ତାବକୁ ଗ୍ରହଣ କରାଯାଇ ଏହି ସବୁ ପ୍ରକଳ୍ପ କାର୍ୟ୍ୟକାରୀ କରାଯାଉଛି। ସେ ପୁଣି କହିଥିଲେ ଯେ ୫-ଟି  ଉପକ୍ରମରେ ଏହି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ କାର୍ୟ୍ୟ ଏକ ଗୁରୁତ୍ୱପୂର୍ଣ୍ଣ କାର୍ୟ୍ୟକ୍ରମ। ଏହି ପ୍ରକଳ୍ପଗୁଡିକର ନିର୍ମାଣ କ୍ଷେତ୍ରରେ  ବୈଷୟିକ ଜ୍ଞାନ କୌଶଳର ପ୍ରୟୋଗ ସହିତ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ କାର୍ୟ୍ୟ ସମ୍ପନ୍ନ କରିବା ପାଇଁ ଗୁରୁତ୍ୱ ଦିଆଯାଇଛି। ଏହି ପ୍ରକଳ୍ପ ଦ୍ୱାରା କୌଣସି ଲୋକ ବିସ୍ଥାପିତ ହେବେ ନାହିଁ। 
ରାଜ୍ୟରେ ଚାଷୀମାନଙ୍କର କଲ୍ୟାଣାର୍ଥେ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ପ୍ରକଳ୍ପ ଚାଷୀର ବିକାଶ ଓ ପରିବେଶର ସୁରକ୍ଷା ପାଇଁ ଉଦ୍ଦିଷ୍ଟ। ଆମର କାଳିଆ ଯୋଜନା, କୃଷକମାନଙ୍କ ପାଇଁ ବିନା ସୁଧରେ ଋଣ ସୁବିଧା, ଶସ୍ୟ ବୀମା ପ୍ରିମିୟମ ପ୍ରଦାନ ଇତ୍ୟାଦି କାର୍ୟ୍ୟକ୍ରମ ରାଜ୍ୟରେ ଚାଷୀମାନଙ୍କର ଆତ୍ମବିଶ୍ୱାସକୁ ବୃଦ୍ଧି କରିଛି। ଚାଷୀର ଉନ୍ନତି ହେଲେ ରାଜ୍ୟର ଉନ୍ନତି ହେବ। ସେମାନଙ୍କ ଉନ୍ନତି ପାଇଁ ଆମେ କାମ କରୁଛୁ ଓ ଆଗାମୀ ଦିନରେ କାମ କରି ଚାଲିବୁ ସେ କହିଥିଲେ। କାର୍ୟ୍ୟକ୍ରମରେ ଯୋଗ ଦେଇ ବଲାଙ୍ଗୀରରେ ଉପସ୍ଥିତ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ କହିଲେ ଯେ ଚାଷୀମାନଙ୍କର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ସଂକଳ୍ପ ରହିଛି। ଖରାଦିନେ ଯେପରି ପାଣି ପାଇବେ ସେଥିପାଇଁ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପ ଆରମ୍ଭ କରିଛନ୍ତି। କେନ୍ଦ୍ରାପଡ଼ା ମହାକାଳପଡାଠାରେ ଉପସ୍ଥିତ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ  ଅତନୁ ସବ୍ୟସାଚୀ ନାୟକ କହିଲେ ଯେ କେନ୍ଦ୍ରାପଡାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି। କେବଳ ଏହି ପ୍ରକଳ୍ପ ନୁହେଁ, କେନ୍ଦ୍ରାପଡାରେ ଅନେକ ପ୍ରକଳ୍ପ କାର୍ୟ୍ୟକାରୀ ହେଉଛି। ଆର୍ସେଲର୍ ମିତ୍ତଲ ପ୍ରକଳ୍ପ ପାଇଁ ସେ ମୁଖ୍ୟମନ୍ତ୍ରୀ ଓ ୫-ଟି  ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଦେଇଥିଲେ।  ୫-ଟି ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ କହିଲେ ଯେ ମୁଖ୍ୟମନ୍ତ୍ରୀ ରାଜ୍ୟର ସବୁ ସ୍ଥାନର ଉନ୍ନତି ପାଇଁ ପ୍ରକଳ୍ପ କରୁଛନ୍ତି। କେନ୍ଦ୍ରାପଡାର ସବୁ ବିକାଶ କାର୍ୟ୍ୟକ୍ରମରେ ଲୋକଙ୍କ ଭରପୁର ସହଯୋଗ ମିଳୁଛି ବୋଲି ପ୍ରକାଶ କରି ସେ କେନ୍ଦ୍ରାପଡାବାସୀଙ୍କୁ ଧନ୍ୟବାଦ ଦେଇଥିଲେ। କେନ୍ଦ୍ରାପଡାରେ ଆର୍ସେଲର୍ ମିତ୍ତଲ ନିପନ୍ ଷ୍ଟିଲ ପ୍ରକଳ୍ପ ପାଇଁ ଜାପାନ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଖୁବ୍ ଉଦ୍ୟମ କରିଥିଲେ ବୋଲି ପ୍ରକାଶ କରି ସେ କହିଲେ ଲୋକଙ୍କ ସହଯୋଗରେ ମୁଖ୍ୟମନ୍ତ୍ରୀ ଖୁବ୍ ଶୀଘ୍ର ଏଥିପାଇଁ ଶୁଭ ଦେବେ।  ବଉଦ କଣ୍ଟାମାଳ ରେ ଉପସ୍ଥିତ ବିଧାୟକ ଶ୍ରୀ ମହିଧର ରଣା ମଧ୍ୟ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ।

Post Views: 37
Share198Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In