• About Us
  • Contact Us
Saturday, March 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

୬ ଓ ୭ ତାରିଖରେ ପ୍ରବଳ ବର୍ଷା!

by Voice of Victims
August 4, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
୬ ଓ ୭ ତାରିଖରେ ପ୍ରବଳ ବର୍ଷା!

ଭୁବନେଶ୍ୱର : ସକ୍ରିୟ ମୌସୁମୀ ପ୍ରଭାବରେ ଆଗାମୀ ୬ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ । ଆସନ୍ତା ୬ ଓ ୭ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କେତେକ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ବଜ୍ରପାତ ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ୬ ତାରିଖରେ ରାଜ୍ୟର ୧୫ ଜିଲ୍ଲାରେ ବିଜୁଳି ଘଡଘଡି ସହ ୭ ରୁ ୧୧ ସେମି ବର୍ଷା ହେବା ସମ୍ଭାବନା ରହିଛି । କେନ୍ଦୁଝର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ବାଲେଶ୍ୱର, ମୟୂରଭଞ୍ଜ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଗଞ୍ଜାମ, ଗଜପତି, କନ୍ଧମାଳ ଓ ରାୟଗଡ଼ା ପ୍ରଭୃତି ୧୫ ଜିଲ୍ଲାକୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ବ୍ରଜପାତ ସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି । ୭ ତାରିଖରେ ଦେବଗଡ଼, ସମ୍ୱଲପୁର, ଅନୁଗୋଳ, ବୌଦ୍ଧ, ଢେଙ୍କାନାଳ ଓ କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୮ ତାରିଖରେ କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଅପରପକ୍ଷେ ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍ ଖୋଲାଯାଇଛି । ଏବେ ହୀରାକୁଦରୁ ମୋଟ୍ ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଜଣାଯାଇଛି । ଉପରମୁଣ୍ଡରେ ବର୍ଷା ହୋଇଥିବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟା ଜଳ ପ୍ରବେଶର ମାତ୍ରା ମଧ୍ୟ କ୍ରମାଗତ ଭାବେ ବଢ଼ିବାରେ ଲାଗିଛି । ବର୍ତ୍ତମାନ ପ୍ରତି ସେକେଣ୍ଡରେ ଜଳ ଭଣ୍ଡାର ଭିତରକୁ ପ୍ରବେଶ କରୁଛି ୧ ଲକ୍ଷ ୮୧ ହଜାର ୧୩ ଘନଫୁଟ ବନ୍ୟାଜଳ । ସେପଟେ ୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଚାଲିଛି । ୬ଟି ଗେଟ୍ ମାଧ୍ୟମରେ ୧ ଲକ୍ଷ ୨୬ ହଜାର ୫୭୧ ଘନଫୁଟ ବନ୍ୟାଜଳ ନିଷ୍କାସନ ହେଉଛି । ୬୦୯.୪୩ ଫୁଟରେ ପହଞ୍ଚିଛି ଜଳସ୍ତର ।

Post Views: 24
Share198Tweet124Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In