ଭୁବନେଶ୍ୱର : ଆସନ୍ତା ୨୫ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ବିଜୁଳି, ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ କେନ୍ଦୁଝର, ମୟୂରବଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବାଲେଶ୍ବର ଓ ବୌଦ୍ଧକୁ ୟେଲୋ ଆଲର୍ଟ ଦିଆଯାଇଛି । ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ।
ସେହିପରି ଆସନ୍ତାକାଲି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୪ ତାରିଖ ପରଠାରୁ କମିବ ବର୍ଷା ପରିମାଣ। ଏପଟେ ୨୪ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି। ରାଜ୍ୟରେ ମୌସୁମୀ ଋତୁରେ ଏଯାଏ ସ୍ବାଭାବିକ ବୃଷ୍ଟିପାତ ୮୦୧.୫ ମିଲିମିଟର ବର୍ଷା ହେବା କଥା । ହେଲେ ଏଯାଏ ୭୫୪.୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଏହି ସମୟ ମଧ୍ୟରେ ୨ ଜିଲ୍ଲାରେ ଅତ୍ୟଧିକ ବୃଷ୍ଟିପାତ, ୨୧ ଜିଲ୍ଲାରେ ସ୍ବାଭାବିକ ବର୍ଷା ଓ ବାକି ୭ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି ।
