• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଦିଲ୍ଲୀ ଦଳଚକଟା ପରେ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ, ମୃତକଙ୍କ ପରିବାରଙ୍କୁ ୧୦ ଲକ୍ଷ ଟଙ୍କା ସହାୟତା

by Voice of Victims
February 16, 2025
in ଦେଶ ବିଦେଶ, ମୁଖ୍ୟ ଖବର
ଦିଲ୍ଲୀ ଦଳଚକଟା ପରେ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ, ମୃତକଙ୍କ ପରିବାରଙ୍କୁ ୧୦ ଲକ୍ଷ ଟଙ୍କା ସହାୟତା

ନୂଆଦିଲ୍ଲୀ: ଶନିବାର ବିଳମ୍ବିତ ରାତିରେ ରାଜଧାନୀ ଦିଲ୍ଲୀରେ ଥିବା ରେଳ ଷ୍ଟେସନରେ ଦଳଚକଟା ସ୍ଥିତି ଦେଖାଦେଇଛି । କୁମ୍ଭମେଳାକୁ ଯିବା ପାଇଁ ନୂଆଦିଲ୍ଲୀ ରେଳ ଷ୍ଟେସନରେ ଭିଡ଼ ଜମିଥିଲା । ନୂଆଦିଲ୍ଲୀ ରେଳ ଷ୍ଟେସନରେ ଟ୍ରେନ୍ ବାତିଲ ଯୋଗୁଁ ଭିଡ଼ ଅଧିକ ଥିଲା, ଯାହା ଫଳରେ ଅଣାୟତ ସ୍ଥିତି ସୃଷ୍ଟି ହୋଇଥିଲା । ଏଥିରେ ପାଖାପାଖି ୧୮ ଜଣଙ୍କ ମୃତ୍ୟୁ ଘଟିଛି। ବହୁ ଲୋକ ଆହତ ହୋଇଥିବା ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡ଼ିଛି । ୧୮ ମୃତକଙ୍କ ମଧ୍ୟରେ ୧୪ ଜଣ ମହିଳା, ୪ ଶିଶୁ ଅଛନ୍ତି । ତେବେ ଖବର ପାଇ ରେଳବାଇ କର୍ତ୍ତୃପକ୍ଷ ଓ ସୁରକ୍ଷାକର୍ମୀ ଘଟଣାସ୍ଥଳରେ ପହଞ୍ଚିଥିଲେ । ଦଳାଚକଟା ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ଷ୍ଟେସନରେ ଥିବା ଯାତ୍ରୀମାନଙ୍କୁ ୪ଟି ସ୍ବତନ୍ତ୍ର ଟ୍ରେନରେ ନିଆଯାଇଛି । ଆହୁରି ସ୍ବତନ୍ତ୍ର ଟ୍ରେନ ଚଳାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ସ୍ଥିତି ନିୟନ୍ତ୍ରଣକୁ ଆସିଥିବା ରେଳ ମନ୍ତ୍ରୀ ସୂଚନା ଦେଇଛନ୍ତି । ସେହିପରି ମୃତକଙ୍କ ପରିବାରଙ୍କୁ ୧୦ଲକ୍ଷ ଟଙ୍କା ଲେଖାଏଁ, ଗୁରୁତର ଆହତଙ୍କ ପାଇଁ ଅଢ଼େଇ ଲକ୍ଷ ଟଙ୍କା ଲେଖାଏଁ ଓ ସାମାନ୍ୟ ଆହତଙ୍କ ପାଇଁ ଲକ୍ଷେ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛି ରେଳ ମନ୍ତ୍ରାଳୟ । ସେପଟେ ମିଳିଥିବା ସୂଚନା ଅନୁସାରେ ୧୮ ମୃତକଙ୍କ ମଧ୍ୟରେ ୯ଜଣ ବିହାରର, ୮ଜଣ ଦିଲ୍ଲୀର ଓ ଜଣେ ହରିୟାଣାର ବୋଲି ସୂଚନା ମିଳିଛି । ଘଟଣାସ୍ଥଳରେ ପହଁଚି ସ୍ଥିତି ନିରିକ୍ଷଣ କରିଛନ୍ତି ଲୋକସଭା ବାଚସ୍ପତି ଓମବିର୍ଲା । ଅନ୍ୟପଟେ ଦଳାଚକଟାରେ ୧୮ଜଣଙ୍କ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ମୋଦି । ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏଥିସହ ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ମଧ୍ୟ ଦଳାଚକଟା ଘଟଣାକୁ ନେଇ ଦୁଖ ପ୍ରକାଶ କରିଛନ୍ତି ।

Post Views: 75
Tags: High-level probe ordered after Delhi riots
Share200Tweet125Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In