• About Us
  • Contact Us
Sunday, March 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ହୀରାକୁଦ ଜଳଭଣ୍ଡାର:୧୪ ଗେଟ୍ ଖୋଲା

by Voice of Victims
August 9, 2024
in ମୁଖ୍ୟ ଖବର, ରାଜ୍ୟ
ହୀରାକୁଦ ଜଳଭଣ୍ଡାର:୧୪ ଗେଟ୍ ଖୋଲା

ଭୁବନେଶ୍ବର: ପଡ଼ୋଶୀ ଛତିଶଡରେ ଲାଗି ରହିଛି ବର୍ଷା। ଆଉ ଏପରେ ହୀରାକୁଦ ଜଳଭଣ୍ଡାରରେ ବଢିବାରେ ଲାଗିଛି ଜଳସ୍ତର। ଭଣ୍ଡାରକୁ ଇନଫ୍ଲୋ ବଢିବା ଫଳରେ ଆଉ ୬ଟି ଗେଟ୍ ଖୋଲାଯାଇଛି। ଆଗରୁ ୮ଟି ଗେଟ୍ ଦେଇ ଜଳ ନିସ୍କାସିତ ହେଉଥିଲା। ଆଜି ଆହୁରି ୬ଟି ଗେଟ୍ ଖୋଲାଯାଉଛି। ବର୍ତ୍ତମାନ ମୋଟ୍ ୧୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଛି। ସେକେଣ୍ଡରେ ଜଳଭଣ୍ଡାରକୁ ୨ଲକ୍ଷ ୬୧ ହଜାର ୭୬୬ କ୍ୟୁସେକ୍ ଜଳ ପ୍ରବେଶ କରୁଥିବାବେଳେ ପ୍ରତି ସେକେଣ୍ଡରେ ୧ ଲକ୍ଷ ୫୭ ହଜାର ୪୪୮କ୍ୟୁସେକ ଜଳ ନିଷ୍କାସିତ ହେଉଛି। ତେବେ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇ ୬୧୧.୬୭ ଫୁଟରେ ପହଞ୍ଚିଥିବା ଡ୍ୟାମ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ହୀରାକୁଦରେ ଅଧିକ ଗେଟ୍ ଖୋଲାଯିବା ଫଳରେ ତଳିଆ ଅଂଚଳରେ ବନ୍ୟା ଆଶଙ୍କା ବଢ଼ିଯାଇଛି। ହୀରାକୁଦ ଡ୍ୟାମର ୧୪ଟି ଗେଟ୍ ଖୋଲାଯିବା ପରେ ବଢୁଛି ମହାନଦୀର ଜଳସ୍ତର। କଟକ ମୁଣ୍ଡଳୀରେ ମହାନଦୀ ଜଳସ୍ତର କ୍ରମାଗତ ବୃଦ୍ଧି ପାଇବାକୁ ଲାଗିଛି। ଆଜି କଟକର ମୁଣ୍ଡଳି ଦେଇ ୫ ଲକ୍ଷ ୭୮ ହଜାର କ୍ୟୁକେସ୍ ବନ୍ୟା ପାଣି ପ୍ରବାହିତ ହେଉଛି। ମହାନଦୀର ଜଳସ୍ତର ବଢୁଥିବାରୁ ଅବବାହିକାରେ ଥିବା ୧୦ ଜିଲ୍ଲାର ଜିଲ୍ଳାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର।   ଏସବୁ ଜିଲ୍ଲାଗୁଡ଼ିକ ହେଲା ସମ୍ବଲପୁର, ସୋନପୁର, ନୟାଗଡ଼, ଅନୁଗୋଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା। ଏଥିସହ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କ ଉପରେ ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ପରାମର୍ଶ ଦିଆଯାଇଛି। 

Post Views: 30
Share197Tweet123Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In