ଭୁବନେଶ୍ୱର : ରାଜଧାନୀରେ ଭୟାବହ ଅଗ୍ନିକାଣ୍ଡ । ମଞ୍ଚେଶ୍ୱର ଶିଳ୍ପାଞ୍ଚଳର ଏକ କପଡ଼ା ଫ୍ୟାକ୍ଟ୍ରିରେ ଲାଗିଛି ନିଆଁ । ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଛି ।
ଏକାସଙ୍ଗେ ୩ଟି ଦମକଳ ବାହିନୀ ନିଆଁ ଲିଭା କାର୍ଯ୍ୟରେ ଲାଗିଛନ୍ତି । ତେବେ ନିଆଁ କିପରି ଲାଗିଲା କାରଣ ଅସ୍ପଷ୍ଟ ରହିଛି ।
