• About Us
  • Contact Us
Wednesday, April 15, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଦିନରେ ଗରମ, ସନ୍ଧ୍ୟାରେ ବର୍ଷା, ଆସନ୍ତା ୬ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଏଭଳି ପାଗ

by Voice of Victims
April 15, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
୨୪ ଘଣ୍ଟା ପରେ ରାଜ୍ୟରେ ବଢ଼ିବ ତାପମାତ୍ରା: ପଶ୍ଚିମା ଝଡ଼ ଉତ୍ତରପଶ୍ଚିମ ଭାରତକୁ ପ୍ରଭାବିତ ସମ୍ଭାବନା

ଭୁବନେଶ୍ବର: ଦିନରେ ଗରମ, ସନ୍ଧ୍ୟାରେ ବର୍ଷା । ଆସନ୍ତା ୬ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ । ଏଥିପାଇଁ ଉଭୟ ଉପକୂଳ ଓଡ଼ିଶା ସହ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ଗରମ ଅନୁଭୂତ ହେବ ।

ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ପୁରୀ ଏବଂ ଖୋର୍ଦ୍ଧା ଜିଲ୍ଲାର କିଛି କିଛି ଅଞ୍ଚଳରେ ଆଜି ସନ୍ଧ୍ୟାରେ ବର୍ଷା ସହ ବିଜୁଳି ଓ ଘଡଘଡି ହୋଇଛି । ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ହେବା ସମ୍ଭାବନା ରହିଛି ।

ଆସନ୍ତାକାଲି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ପ୍ରବଳ ଗରମ ଓ ଗୁଳୁଗୁଳି ସ୍ଥିତି ଉପୁଜିବ । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଗଞ୍ଜାମ ଏବଂ ଗଜପତି ଭଳି ଜିଲ୍ଲାଗୁଡ଼ିକର କେତେକ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।

ସେହିଭଳି ଆସନ୍ତା ୧୭ ରେ ବଲାଙ୍ଗୀର, ଝାରସୁଗୁଡ଼ା, ସମ୍ବଲପୁର ଏବଂ ସୋନପୁର ଜିଲ୍ଲାକୁ ହିଟ୍ ୱେଭ୍ ଓ୍ୱାର୍ଣ୍ଣିଂ ଦିଆଯାଇଛି । ୧୮ ତାରିଖରେ ବଲାଙ୍ଗୀର, ଝାରସୁଗୁଡ଼ା, ସୁନ୍ଦରଗଡ଼ ସହ ସମ୍ବଲପୁର, ଅନୁଗୁଳ, ସୋନପୁର, ବରଗଡ଼, ଦେଓଗଡ଼, ବୌଦ୍ଧ ଏବଂ କନ୍ଧମାଳ ଜିଲ୍ଲାରେ ହିଟ୍ ୱେଭ୍ ଭଳି ସ୍ଥିତି ଦେଖିବାକୁ ମିଳିପାରେ।

ଆସନ୍ତା ୧୯ରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର, ଅନୁଗୁଳ, ସୋନପୁର, ନୂଆପଡ଼ା, ବୌଦ୍ଧ ଏବଂ ବରଗଡ଼ ଜିଲ୍ଲାର କେତେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି । ଆସନ୍ତା ଏପ୍ରିଲ ୨୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ରହିବ । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Post Views: 9
Share197Tweet123Send
Voice of Victims

Voice of Victims

Recent Posts

  • ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ସମ୍ରାଟ ଚୌଧୁରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
  • ପୁନଃସୀମା ନିର୍ଦ୍ଧାରଣ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ନବୀନଙ୍କ ଚିଠି
  • ବଢିବ ଲୋକସଭା ଆସନ ସଂଖ୍ୟା, ୫୪୩ ରୁ ଆସନ ସଂଖ୍ୟା ବୃଦ୍ଧି ହେବ ୮୫୦
  • ଦିନରେ ଗରମ, ସନ୍ଧ୍ୟାରେ ବର୍ଷା, ଆସନ୍ତା ୬ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଏଭଳି ପାଗ
  • ସିପିଆଇ(ଏମ) ତରଫରୁ ବାବା ସାହେବ୍ ଆମ୍ବେଦକର ଙ୍କ ୧୩୫ ତମ ଜନ୍ମ ଜୟନ୍ତି ପାଳିତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In