• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଗୀତ ଗାଉଗାଉ ଟଳି ପଡ଼ିଲେ ଅତିରିକ୍ତ ଜିଲ୍ଲାପାଳ

by Voice of Victims
July 11, 2024
in ମୁଖ୍ୟ ଖବର, ରାଜ୍ୟ
ଗୀତ ଗାଉଗାଉ ଟଳି ପଡ଼ିଲେ ଅତିରିକ୍ତ ଜିଲ୍ଲାପାଳ

ଭୁବନେଶ୍ବର: ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ବିରେନ୍ଦ୍ର କୁମାର ଦାଶଙ୍କ ହୃଦଘାତରେ ଗତକାଲି ବିଳମ୍ବିତ ରାତିରେ ପରଲୋକ ଘଟିଛି।  ନିର୍ବାଚନ ପ୍ରକ୍ରିୟା ସୁରୁଖୁରୁରେ ସମାପନକୁ ନେଇ ଗତକାଲି ସନ୍ଧ୍ୟାରେ ପାରଳାଖେମୁଣ୍ଡି ବୃନ୍ଦାବନ ପ୍ୟାଲେସ ପରିସରରେ ଜିଲ୍ଲା ପ୍ରଶାସନର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କର ଏକ ବନ୍ଧୁ ମିଳନ କାର୍ୟ୍ୟକ୍ରମ ଆୟୋଜିତ ହୋଇଥିଲା। ସେଠାରେ ଯୋଗଦେଇ ମଞ୍ଚରେ ଜଗନ୍ନାଥଙ୍କ ଏକ ଭଜନ ଗାଇବାକୁ ପ୍ରସ୍ତୁତ ହେବା ସମୟରେ ହୃଦଘାତର ଶୀକାର ହୋଇଥିଲେ। ତୁରନ୍ତ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କର ଦେହାନ୍ତ ହୋଇଥିଲା।ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ବିରେନ୍ଦ୍ର କୁମାର ଦାସଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ଵର୍ଗତ ଦାସ ଜଣେ ନିଷ୍ଠାପର, ଦାୟିତ୍ଵ ସମ୍ପନ୍ନ ଅଧିକାରୀ ଭାବେ ଜନସାଧାରଣଙ୍କ ହିତ ପାଇଁ ସର୍ବଦା କର୍ମରତ ଥିଲେ। ଉଚ୍ଚକୋଟୀର ପ୍ରଶାସନିକ ଦକ୍ଷତା ପାଇଁ ସେ ସବୁମହଲ ରେ ପ୍ରଶଂସିତ ଥିଲେ। ତାଙ୍କ ବିୟୋଗରେ ରାଜ୍ୟ ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଦାସଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।

Post Views: 30
Share198Tweet124Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In