• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ପୁଣି ଅଭିଯୋଗ କଲା ବିଜେଡି

by Voice of Victims
May 22, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ପୁଣି ଅଭିଯୋଗ କଲା ବିଜେଡି

ଭୁବନେଶ୍ବର: ଚିଲିକା ବିଧାୟକ ତଥା ଖୋର୍ଦ୍ଧାର ବିଜେପି ବିଧାନସଭା ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ପୁଣି ଥରେ ଅଭିଯୋଗ କରିଛି ବିଜେଡି। ଏ ନେଇ ଦଳ ତରଫରୁ ଏକ ପ୍ରତିନିଧୀ ମଣ୍ଡଳୀ ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି। ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ସେମାନେ ଦାବି କରିଛନ୍ତି। ଦଳ ଅଭିଯୋଗ କରିଛି ଯେ, ପ୍ରଶାନ୍ତ ଜଗଦ୍ଦେବ ଆସନ୍ତା ୨୪ ତାରିଖରେ ଖୋର୍ଦ୍ଧା ଜିଲ୍ଲାପାଳ ଅଫିସ ଏବଂ ଏସଡିପିଓ ଅଫିସ ଉପରେ ଆକ୍ରମଣ କରିବେ ବୋଲି ଧମକ ଦେଇଛନ୍ତି। ଏହି ଧମକ ସେ ଖୋଲିଖୋଲି ପ୍ରେସମିଟ କରି କହିଛନ୍ତି ବୋଲି ବିଜେଡି ଅଭିଯୋଗ କରିଛି। ଖୋର୍ଦ୍ଧାରେ ଆସନ୍ତା ୨୫ ତାରିଖ ଦିନ ନିର୍ବାଚନ ରହିଛି। ତା ପୂର୍ବ ଦିନ ଅର୍ଥାତ 24 ତାରିଖରେ ସେ ଏପରି କାଣ୍ଡ କରିବେ ବୋଲି ସେ ଧମକ ଦେଇଛନ୍ତି। ଏହି ସାମ୍ବାଦିକ ସମ୍ମିଳନୀରେେ ପ୍ରଶାନ୍ତ କହିଛନ୍ତି ଯେ, ମୁଁ ମୋ ଗୁଣ୍ଡାର ଆଖ୍ୟା ପାଇଁ ଗର୍ବିତ ଆଉ ଏସବୁରେ ବିଫଳ ହେଲେ ମୁଁ ନିର୍ବାଚନ କରାଇ ଦେବି ନାହିଁ। ଦଳ କହିଛି ଯେ, ପ୍ରଶାନ୍ତ ଜଗଦ୍ଦେବ ଜଣେ କୁଖ୍ୟାତ ଗୁଣ୍ଡା। ପୂର୍ବରୁ ସେ ଜେଲ ଯାଇଛନ୍ତି ଆଉ ବେଲରେ ଆସିଛନ୍ତି। ତେଣୁ କିପରି ୨୫ ତାରିଖରେ ବିନା କୌଣସି ବ୍ୟାଘାତରେ ଶୃଙ୍ଖଳିତ ଭାବେ ନିର୍ବାଚନ ହେବ ଏଥିପାଇଁ ଅଧିକ ସଂଖ୍ୟକ ପୋଲିସ ମୁତୟନ କରାଯାଉ ବୋଲି ନିର୍ବାଚନ କମିଶନଙ୍କୁ ଅବଗତ କରିଛି ବିଜେଡି ।

Post Views: 36
Share201Tweet126Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In