• About Us
  • Contact Us
Sunday, May 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଶେଷ ପର୍ଯ୍ୟାୟରେ ଅଲିଭରିଡଲେଙ୍କ ସଙ୍ଗମ ପର୍ବ

by Voice of Victims
January 17, 2025
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଶେଷ ପର୍ଯ୍ୟାୟରେ ଅଲିଭରିଡଲେଙ୍କ ସଙ୍ଗମ ପର୍ବ

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲାର ଗଞ୍ଜାମ ନିକଟ ଋଷିକୁଲ୍ୟା ମୁହାଣ ସଂଲଗ୍ନ ନୀଳ ସମୁଦ୍ରରେ ବିରଳ ଅଲିଭରିଡ୍‌ଲେ କଇଁଛଙ୍କ ସଙ୍ଗମ ପର୍ବ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତବର୍ଷ ଗଣ ଅଣ୍ଡାଦାନ ପାଇଁ ପାଗ ଅନୁକୂଳ ରହିଛି। ଧୀରେ ଧୀରେ ଦକ୍ଷିଣା ପବନ ଆରମ୍ଭ ହେଲାଣି ଏଣୁ ଚଳିତଥ ଅପେକ୍ଷା ଲକ୍ଷାଧିକ କଇଁଛ ଗଣ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହେବେ ବୋଲି ଆଶା କରାଯାଉଛି। ଅଲିଭ ରିଡଲେ ଙ୍କ ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ଗତବର୍ଷ ଜଳବାୟୁ ପରିବର୍ତ୍ତନ ଯୋଗୁଁ ଗଣଅଣ୍ଡାଦାନ ହୋଇ ନଥିଲା। ପ୍ରାୟ ୨ ହଜାର କଇଁଛ ବିକ୍ଷିପ୍ତ (ସ୍ପୋରାଡିକ୍) ଅଣ୍ଡାଦାନ କରିଥିଲେ କିନ୍ତୁ ଏବର୍ଷ ସମୁଦ୍ରରେ ଲକ୍ଷାଧିକ କଇଁଛଙ୍କ ସମାଗମ ରହିଥିବା ଦେଖିବାକୁ ମିଳିଛି। ଶୀତଋତୁ ଆରମ୍ଭ ହେବା କ୍ଷଣି ନଭେମ୍ବର ମାସରେ ଶ୍ରୀଲଙ୍କା ଉପକୂଳରୁ ଲକ୍ଷାଧିକ ସଂଖ୍ୟାରେ କଇଁଛ ଓଡ଼ିଶା ଉପକୂଳମୁହାଁ ହୋଇଥାନ୍ତି। ଋଷିକୁଲ୍ୟା ମୁହାଣ ସଂଲଗ୍ନ ବାଲୁକାଶଯ୍ୟାରେ କଇଁଛ ଗଣଅଣ୍ଡାଦାନ କରିଥାନ୍ତି। ବର୍ତ୍ତମାନ ସମୁଦ୍ରକୂଳରୁ ୧କିମି ପରେ ୧୦ କିମି ପର୍ଯ୍ୟନ୍ତ ଜଳରାଶି ଭିତରେ କଇଁଛଙ୍କ ମିଳନ ପର୍ବ ଚାଲିଛି। ମିଳନ ପର୍ବ ଶେଷ ପର୍ଯ୍ୟାୟରେ ଥିବା mବେଳେ ଫେବ୍ରୁଆରି ମାସ ଶେଷ ସପ୍ତାହରେ ଗଣଅଣ୍ଡାଦାନ ଆରମ୍ଭ ହେବା ଅନୁମାନ କାରାଯାଉଛି। କଇଁଛଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଗଣଅଣ୍ଡାଦାନ ପୂର୍ବରୁ ବ୍ରହ୍ମପୁର ଡିଏଫ୍‌ଓ ସନି ଖୋଖର୍ ପୁରୁଣାବନ୍ଧ ଠାରୁ ବଟେଶ୍ଵର ପର୍ଯ୍ୟନ୍ତ ପାଞ୍ଚ କିମି ବେଳାଭୂମିରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛନ୍ତି। ଶହେ ମିଟର୍ ବ୍ୟବଧାନରେ ୫୦ ଟି ସେଗମେଣ୍ଟ୍ କରାଯିବା ସହ ସହ ଆଠଟି କୃତ୍ରିମ ପ୍ରଜନନ କେନ୍ଦ୍ର ପ୍ରତିଷ୍ଠା କରିଛି ବନ ବିଭାଗ। ବେଳାଭୂମିର ଦୁଇକିମି ପର୍ଯ୍ୟନ୍ତ ବାଲୁକାଶଯ୍ୟାରେ ସୁରକ୍ଷାବାଡ଼ କରାଯାଇଛି। ଫଳରେ କୁକୁର ଓ ବିଲୁଆ ସେହି ସ୍ଥାନକୁ ଯାଇ ପାରିବେ ନାହିଁ। ପ୍ରତିଦିନ ବୋଟ୍ ମାଧ୍ୟମରେ ଫରେଷ୍ଟରଙ୍କ ତତ୍ତ୍ୱାବଧାନରେ ସମୁଦ୍ରରେ ପାଟ୍ରୋଲିଂ କରାଯାଉଛି। ମିଳନ ପର୍ବ ଠାରୁ ଆରମ୍ଭ କରି ଗଣଅଣ୍ଡାଦାନ ପର୍ଯ୍ୟନ୍ତ ବିଭିନ୍ନ ପର୍ଯ୍ୟାୟରେ ୧୪୦ ଜଣ ସୁରକ୍ଷାକର୍ମୀ ନିୟୋଜିତ ହେଇଛନ୍ତି।

Post Views: 54
Tags: In the final stage
Share198Tweet124Send
Voice of Victims

Voice of Victims

Recent Posts

  • ବାଲିଅନ୍ତା ଭିଡ଼ ହିଂସା ଘଟଣା; ଅତ୍ୟନ୍ତ କ୍ଷବ୍ଧ ମୁଖ୍ୟମନ୍ତ୍ରୀ ଦେଲେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
  • ଆସନ୍ତା ୧୧ରୁ ପୁଣି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟ, ସମାରୋହରେ ରାହୁଲ ଗାନ୍ଧୀ ସାମିଲ
  • ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! ୧୧ରେ ଲଘୁଚାପ ସମ୍ଭାବନା, ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର
  • ‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ ! ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପର ପୂର୍ତ୍ତ ବିଭାଗ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In