• About Us
  • Contact Us
Monday, March 30, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ରାହୁଲଙ୍କ ନାମରେ ଏତଲା

by Voice of Victims
December 19, 2024
in ଦେଶ ବିଦେଶ, ମୁଖ୍ୟ ଖବର
ରାହୁଲଙ୍କ ନାମରେ ଏତଲା

ନୂଆଦିଲ୍ଲୀ: ଆଜି ସଂସଦ ଶିଡ଼ିରୁ ପଡ଼ି ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଆହତ ହୋଇଛନ୍ତି। ସାଂସଦ ଷଡ଼ଙ୍ଗୀଙ୍କ ମୁଣ୍ଡରେ ଲାଗିଛି ଗଭୀର ଆଘାତ। କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ଠେଲି ଦେଇଥିବାରୁ ଏଭଳି ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା କହିଛନ୍ତି ଖୋଦ ପ୍ରତାପ ଷଡଙ୍ଗୀ। ଗୁରୁତର ଅବସ୍ଥାରେ ତାଙ୍କୁ ରାମ ମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଂସଦ ଏଣ୍ଟ୍ରି ଗେଟରେ ଆଜି କିଛି ଏଭଳି ଅପ୍ରୀତିକର ଘଟଣା ଦେଖିବାକୁ ମିଳିଛି।ତେବେ ଏହି ଘଟଣା ପରେ ରାହୁଲ ଗାନ୍ଧୀଙ୍କ ବିରୋଧରେ ଏତଲା କରାଯାଇଛି । ପାର୍ଲିଆମେଣ୍ଟ ଷ୍ଟ୍ରିଟ ପୁଲିସ ଷ୍ଟେସନରେ ଏତଲା ଦିଆଯାଇଛି । ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କେନ୍ଦ୍ର ଆଇନମନ୍ତ୍ରୀ ଅର୍ଜୁନରାମ ମେଘୱାଲ କହିଛନ୍ତି । ଠେଲାପେଲାରେ ପ୍ରତାପ ଷଡ଼ଙ୍ଗୀଙ୍କ ସମେତ ମୋଟ ୨ ଜଣ ସାଂସଦ ଆହତ ହୋଇଛନ୍ତି । ତେବେ ହସ୍ପିଟାଲ ରିପୋର୍ଟ ଆଧାରରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଶ୍ରୀ ମେଘୱାଲ କହିଛନ୍ତି । ଏହାଛଡ଼ା ସେ କହିଛନ୍ତି ଯେ ସମସ୍ତଙ୍କର ଧାରଣା ଦେବାର ଅଧିକାର ରହିଛି । କିନ୍ତୁ ରାହୁଲ ଗାନ୍ଧୀ ଶାରୀରିକ ଆକ୍ରମଣ କରିଛନ୍ତି । କଂଗ୍ରେସ ସବୁବେଳେ ଆମ୍ବେଦକରଙ୍କ ପ୍ରତି ଅନ୍ୟାୟ କରିଛି ବୋଲି ସେ କହିଛନ୍ତି ।  ଅନ୍ୟପଟେ  ରାଜ୍ୟସଭା ବିରୋଧୀଦଳ ନେତା ମଲ୍ଲିକାର୍ଜୁନ ଖଡ଼ଗେ ପାଲଟା ଅଭିଯୋଗ ଆଣିଛନ୍ତି । ବିଜେପି ସାଂସଦଙ୍କ ବିରୋଧରେ ପାଲଟା ଅଭିଯୋଗ ଆଣି ସେ ବାଚସ୍ପତି ଓମ ବିର୍ଲାଙ୍କୁ ଚିଠି ଲେଖିଛନ୍ତି ।

Post Views: 36
Share198Tweet124Send
Voice of Victims

Voice of Victims

Recent Posts

  • Weekly News Paper (March 30 – April 05)
  • ଦେଶର ସମସ୍ତ ପେଟ୍ରୋଲ ପମ୍ପରେ ପର୍ଯ୍ୟାପ୍ତ ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ଉପଲବ୍ଧ: କେନ୍ଦ୍ର
  • ନୂତନ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଏପ୍ରିଲ ୧ ରୁ ଆରମ୍ଭ ହେବ ସୁଭଦ୍ରା ପଞ୍ଜୀକରଣ ପ୍ରକ୍ରିୟା
  • ରତ୍ନ ଭଣ୍ଡାର ଗଣତି କଥା ମୁଁ ଜାଣିନି: ପୁରୀ ଶଙ୍କରାଚାର୍ଯ୍ୟ
  • ଫାଙ୍କା ଗୁଳିଚାଳନା ଭାଇରାଲ ଭିଡିଓ ଘଟଣା, ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କ PSO ନିଲମ୍ବିତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In