• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପହଲଗାମ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ ଭାରତର ବଡ଼ ପଦକ୍ଷେପ

by Voice of Victims
April 23, 2025
in ଦେଶ ବିଦେଶ, ମୁଖ୍ୟ ଖବର
ପହଲଗାମ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ ଭାରତର ବଡ଼ ପଦକ୍ଷେପ

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ ଭାରତର ବଡ଼ ପଦକ୍ଷେପ। ଦୁଇ ଦେଶ ମଧ୍ୟରେ ନେହେରୁ ସରକାରଙ୍କ ସମୟରେ ସ୍ବାକ୍ଷରିତ ସିନ୍ଧୁଜଳ ଚୁକ୍ତିକୁ ରଦ୍ଦ କରାଯାଇଛି । ଏହା ସହିତ ଓ୍ବାଘା-ଅଟାରୀ ସୀମାକୁ ବନ୍ଦ କରିଦିଆଯାଇଛି । ପାକିସ୍ତାନୀଙ୍କ ଭିସା ରଦ୍ଦ ହୋଇଛି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ସୁରକ୍ଷା ସଂପର୍କିତ କ୍ୟାବିନେଟ୍ କମିଟି (ସିସିଏସ) ପରେ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ଆତଙ୍କୀଙ୍କୁ ଦୃଢ ଜବାବ ଦେବାକୁ ପ୍ରସ୍ତୁତ ଏହି ବୈଠକରେ ଅନେକ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବୈଠକ ପରେ କେନ୍ଦ୍ର ବୈଦେଶିକ ସଚିବ ବିକ୍ରମ ମିସ୍ରି ସରକାରଙ୍କ ନିଷ୍ପତ୍ତି ସଂପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।  ସିସିଏସ ବୈଠକରେ ନିଆଯାଇଥିବା ଆଉ ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି କ୍ରମେ ପାକିସ୍ତାନ ସହ ସିନ୍ଧୁ ଜଳ ବୁଝାମଣା ରଦ୍ଦ କରାଯାଇଛି । ୪୮ ଘଣ୍ଟା ମଧ୍ୟରେ ଭାରତ ଛାଡ଼ିବାକୁ ପାକିସ୍ତାନ ନାଗରିକଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ପାକିସ୍ତାନ ନାଗରିକଙ୍କ ସମସ୍ତ ଭିସା ବାତିଲ ।

୭ ଦିନ ମଧ୍ୟରେ ଭାରତ ଛାଡ଼ିବେ ପାକିସ୍ତାନ ହାଇକମିଶନରେ ଥିବା ସେନା ଅଧିକାରୀ । ମେ ପହିଲାରୁ ହାଇକମିଶନରେ କର୍ମଚାରୀ ସଂଖ୍ୟା ୫୫ରୁ ୩୦କୁ ହ୍ରାସ କରାଯାଇଛି । ଇସଲାମାବାଦରୁ ମଧ୍ୟ ଭାରତ ନିଜର ସେନାଅଧିକାରୀଙ୍କୁ ପ୍ରତ୍ୟାହାର କରିବ । ଆତଙ୍କବାଦୀଙ୍କ ବିରୋଧରେ ନିଆଯିବ ଜିରୋ ଟଲରାନ୍ସ ପଦକ୍ଷେପ । ଅଟାରୀ ସୀମା ଚେକ୍ ପୋଷ୍ଟକୁ ବନ୍ଦ କରିବାକୁ ନିଷ୍ପତ୍ତି । ଭାରତୀୟ ସୀମାରେ କଡ଼ା ସୁରକ୍ଷା ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ  । ଯେଉଁମାନେ ଘଟଣାରେ ସଂପୃକ୍ତ, ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ । ଏହା ସହିତ, ଭାରତ ପାକିସ୍ତାନରୁ ଏହାର କୂଟନୀତିଜ୍ଞଙ୍କୁ ଫେରାଇ ନେଉଛି ଓ ପାକିସ୍ତାନୀ ଉଚ୍ଚାୟୁକ୍ତଙ୍କୁ ଭାରତ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Post Views: 94
Share200Tweet125Send
Voice of Victims

Voice of Victims

Recent Posts

  • ଡିଜିସିଏର ନୂଆ ଡିଜି ହେଲେ ବୀର ବିକ୍ରମ ଯାଦବ, ଶ୍ରୀମନ୍ଦିରର ଥିଲେ ମୁଖ୍ୟ ପ୍ରଶାସକ
  • ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର
  • ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ, ପେଟ୍ରୋଲ ନିର୍ଭରଶୀଳତା କମିବ
  • ସାମ୍ବାଦିକଙ୍କ ମାତୃ ବିୟୋଗ
  • ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In