• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଭାରତର ଡିଜିଟାଲ ଷ୍ଟ୍ରାଇକ୍, ପାକିସ୍ତାନ ସରକାରଙ୍କ ୱେବସାଇଟ୍ ଏବଂ ଏକ୍ସ ଆକାଉଣ୍ଟ ବ୍ୟାନ୍

by Voice of Victims
April 24, 2025
in ଦେଶ ବିଦେଶ, ମୁଖ୍ୟ ଖବର
ଭାରତର ଡିଜିଟାଲ ଷ୍ଟ୍ରାଇକ୍, ପାକିସ୍ତାନ ସରକାରଙ୍କ ୱେବସାଇଟ୍ ଏବଂ ଏକ୍ସ ଆକାଉଣ୍ଟ ବ୍ୟାନ୍

ନୂଆଦିଲ୍ଲୀ: ପହଲଗାମ୍ ଆତଙ୍କୀ ହମଲା ପରେ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ପାକିସ୍ତାନ ସହ ଗୋଟେ ପରେ ଗୋଟେ ସମ୍ପର୍କ କାଟୁଛନ୍ତି ଭାରତ ସରକାର । ଭାରତ ପାକିସ୍ତାନ ଉପରେ ଡିଜିଟାଲ ଷ୍ଟ୍ରାଇକ କରିଛି । ଭାରତ ସରକାର ପାକିସ୍ତାନ ସରକାରର ସୋସିଆଲ ଆକାଉଣ୍ଟକୁ ବ୍ୟାନ୍ କରିଛି । ଗତକାଲି ପାକିସ୍ତାନ ସହ ସିନ୍ଧୁ ଜଳ ଚୁକ୍ତି ବ୍ୟାନ୍ କରିବା ସହ ଭିସାକୁ ମଧ୍ୟ ବନ୍ଦ କରିଥିଲେ।

ଆଜି ପାକିସ୍ତାନ ଉପରେ ଡିଜିଟାଲ୍ ଷ୍ଟ୍ରାଇକ୍ କରିଛି ଭାରତ। ପାକିସ୍ତାନ ସରକାରଙ୍କ X ହ୍ୟାଣ୍ଡେଲର କୌଣସି ପୋଷ୍ଟ ଭାରତରେ ଦେଖିପାରିବେନି । ପାକିସ୍ତାନର ସରକାରୀ ୱେବସାଇଟ୍ ମଧ୍ୟ ଭାରତରେ ବ୍ଲକ୍ କରାଯାଇଛି । ଭାରତରେ https://pakistan.gov.pk/କୁ ଆକ୍ସେସ୍ କରିପାରିବେନି । ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟିରେ ଏହି ନିଷ୍ପତ୍ତି ନିଆଯାଇଛି । ପାକିସ୍ତାନ ସୋସିଆଲ ମିଡିଆକୁ ଭାରତରେ ବନ୍ଦ କରିବାର ନିଷ୍ପତ୍ତି ନେଇଛନ୍ତି ଭାରତ ସରକାର।

IT ମନ୍ତ୍ରଣାଳୟ ନେଲା ପାକିସ୍ତାନ ବିରୋଧରେ ପଦକ୍ଷେପ । ଏନେଇ ‘x’ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରିଥିଲେ IT ମନ୍ତ୍ରଣାଳୟ । ଆଉ ଆଇଟି ମନ୍ତ୍ରଣାଳୟର ଅନୁରୋଧ ମଧ୍ୟ ରଖିଲା ‘x’ । ଭାରତରେ ପାକିସ୍ତାନର ସରକାରୀ ‘x’ ହ୍ୟାଣ୍ଡେଲ୍ ବ୍ଲକ୍ ।

ଗତକାଲି ହୋଇଥିବା CCS ବୈଠକରେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଗୃହମନ୍ତ୍ରୀ ଅମିତ ଶାହ ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଉପସ୍ଥିତ ଥିଲେ । ଯେଉଁମାନେ ପରଦା ପଛରେ ଷଡ଼ଯନ୍ତ୍ର ରଚୁଛନ୍ତି” ସେମାନଙ୍କୁ ଛଡ଼ାଯିବ ନାହିଁ ।

ସୂଚନାଯୋଗ୍ୟ, ଏପ୍ରିଲ ୨୨ରେ ପହଲଗାମରେ ବଡ଼ ଆତଙ୍କୀ ଆକ୍ରମଣ ହୋଇଛି । ଏହି ଘଟଣାରେ ୨୫ ଭାରତୀୟଙ୍କ ସହିତ ଜଣେ ନେପାଳୀ ନାଗରିକଙ୍କ ମୃତ୍ୟୁ ହୋଇଛି । ଏହି ଆକ୍ରମଣରେ ଲସ୍କର-ଏ-ତୋଏବାର ପ୍ରକ୍ସୀ ୱିଙ୍ଗ ଦ ଟିଆରଏଫ ନିଜକୁ ଦାୟୀ କରିଛି । ଜମ୍ମୁ କଶ୍ମୀରରେ ସର୍ଚ୍ଚ ଅପରେସନ ଜାରି ରଖିଛି ସେନା ।

Post Views: 158
Share198Tweet124Send
Voice of Victims

Voice of Victims

Recent Posts

  • ଡିଜିସିଏର ନୂଆ ଡିଜି ହେଲେ ବୀର ବିକ୍ରମ ଯାଦବ, ଶ୍ରୀମନ୍ଦିରର ଥିଲେ ମୁଖ୍ୟ ପ୍ରଶାସକ
  • ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର
  • ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ, ପେଟ୍ରୋଲ ନିର୍ଭରଶୀଳତା କମିବ
  • ସାମ୍ବାଦିକଙ୍କ ମାତୃ ବିୟୋଗ
  • ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In