• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

୨୦୩୫ ସୁଦ୍ଧା ସ୍ଥାପନ ହେବ ଭାରତର ମଡ୍ୟୁଲାର ଅନ୍ତରୀକ୍ଷ କେନ୍ଦ୍ର: ଇସ୍ରୋ ଅଧ୍ୟକ୍ଷ

by Voice of Victims
May 22, 2025
in ଦେଶ ବିଦେଶ, ମୁଖ୍ୟ ଖବର, ରାଜ୍ୟ
୨୦୩୫ ସୁଦ୍ଧା ସ୍ଥାପନ ହେବ ଭାରତର ମଡ୍ୟୁଲାର ଅନ୍ତରୀକ୍ଷ କେନ୍ଦ୍ର: ଇସ୍ରୋ ଅଧ୍ୟକ୍ଷ

ଭୁବନେଶ୍ୱର: ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଅର୍ଥାତ୍ ଇସ୍ରୋ ମହାକାଶରେ ୨୦୩୫ ସୁଦ୍ଧା ଏକ ମଡ୍ୟୁଲାର ମହାକାଶ କେନ୍ଦ୍ର – “ଭାରତୀୟ ଅନ୍ତରୀକ୍ଷ ଷ୍ଟେସନ୍‌’’ ସ୍ଥାପନ କରିବାର ଯୋଜନା ରଖିଛି ବୋଲି ବୁଧବାର ଇସ୍ରୋର ଅଧ୍ୟକ୍ଷ ତଥା ମହାକାଶ ବିଭାଗର ସଚିବ ଡକ୍ଟର ଭି. ନାରାୟଣନ୍ କହିଛନ୍ତି।

ବିଏଏସ୍‌ର ସ୍ଥାପନା ମହାକାଶ ଗବେଷଣା ଏବଂ ତତ୍‌ସମ୍ପର୍କିତ ଅତ୍ୟାଧୁନିକ ମହାକାଶ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ଭାରତର ସ୍ଥିତିକୁ ସୁଦୃଢ଼ କରିବ ବୋଲି ସେ କହିଛନ୍ତି । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟରେ ଛାତ୍ରଛାତ୍ରୀ, ଗବେଷକ ଏବଂ ଫ୍ୟାକଲ୍ଟିମାନଙ୍କ ସହିତ ଆଲୋଚନା ପରିପ୍ରେକ୍ଷୀରେ ଏହି ସୂଚନା ଦେଇଛନ୍ତି ଇସ୍ରୋର ଅଧ୍ୟକ୍ଷ ।

ଭାରତର ପ୍ରଥମ ମାନବ ମହାକାଶ ମିଶନ, ‘ଗଗନାୟନ’ ୨୦୨୭ ମାର୍ଚ୍ଚ ସୁଦ୍ଧା କାର୍ଯ୍ୟକାରୀ ହେବା ନିମନ୍ତେ ପ୍ରଚେଷ୍ଟା ଚାଲିଥିବା ବେଳେ ଏଥି ନିମନ୍ତେ ୪ ଜଣ ଟେଷ୍ଟ ପାଇଲଟଙ୍କୁ ମହାକାଶଚାରୀ ଭାବେ ପ୍ରଶିକ୍ଷଣ ଦିଆଯାଉଥିବା ସେ ପ୍ରକାଶ କରିଛନ୍ତି । ଏହା ପୂର୍ବରୁ ମନୁଷ୍ୟ ନ ଥାଇ ଏହି ପରୀକ୍ଷା କରାଯିବ ।

ସେହିପରି ୨୦୪୭ ସୁଦ୍ଧା ଭାରତ ବିଶ୍ୱରେ ଏକ ମହାକାଶ ଶକ୍ତି ଭାବେ ନିଜକୁ ପ୍ରସ୍ତୁତ କରିବାର ଲକ୍ଷ୍ୟ ରଖିଛି । ଏପର୍ଯ୍ୟନ୍ତ ଋଷିଆ, ଯୁକ୍ତରାଷ୍ଟ ଆମେରିକା ଏବଂ ଚୀନ୍ ହିଁ ମହାକାଶକୁ ମାନବ ପଠାଇବାରେ ସଫଳ ହୋଇପାରିଛନ୍ତି ବୋଲି ସେ କହିଥିଲେ । ଜଣେ ରକେଟ ବିଶେଷଜ୍ଞଭାବେ ପରିଚିତ ଡକ୍ଟର ନାରାୟଣନ କହିଥିଲେ ଯେ ଯଦିଓ ଭାରତର ମହାକାଶ ଅଭିଯାନ ୧୯୬୨ରେ ଆରମ୍ଭ ହୋଇଥିଲା ଏହି ଯାତ୍ରା ଖୁବ୍ ଲମ୍ବା ଥିଲା । ଦେଶ ଏବେ ଜଣେ ଭାରତୀୟଙ୍କୁ ନିରାପଦ ଭାବେ ଚନ୍ଦ୍ରକୁ ପଠାଇ ପୁଣି ସଫଳତାର ସହ ଫେରାଇ ଆଣିବା ନିମନ୍ତେ ଲକ୍ଷ୍ୟ ରଖିଛି ।

ସେ କହିଥିଲେ ୧୯୬୯ ମସିହାରେ ଯେତେବେଳେ ଇସ୍ରୋ ପ୍ରତିଷ୍ଠା ହୋଇଥିଲା ସେତେବେଳକୁ ଯୁକ୍ତରାଷ୍ଟ୍ର ଆମେରିକା ସଫଳତାର ସହ ନିଲ ଆର୍ମଷ୍ଟ୍ରଙ୍ଗଙ୍କୁ ଚନ୍ଦ୍ରକୁ ପଠାଇସାରିଥିଲା । ତେବେ ବିଳମ୍ବରେ ଆରମ୍ଭ ହେବା ସତ୍ୱେ ଇସ୍ରୋ ଖୁବ୍ ଦୃଷ୍ଟାନ୍ତମୂଳକ ବିକାଶ କରିପାରିଛି । ୧୯୮୦ ମସିହାରେ ପ୍ରଥମ ଥର ପାଇଁ ଭାରତ ମହାକାଶକୁ ୩୫ କେଜିର ସାଟେଲାଇଟ୍ ପଠାଇବାରେ ସଫଳ ହୋଇପାରିଥିଲା ।

Post Views: 41
Share199Tweet124Send
Voice of Victims

Voice of Victims

Recent Posts

  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ
  • ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ
  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In