• About Us
  • Contact Us
Friday, May 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ମୟୂରଭଞ୍ଜ ଜିଲ୍ଲାରେ ୧୦ ହଜାର କୋଟି ଟଙ୍କାର ଶିଳ୍ପ ପ୍ରତିଷ୍ଠା କରାଯିବ: ମୁଖ୍ୟମନ୍ତ୍ରୀ

by Voice of Victims
May 13, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
କଟକ ହେବ ସ୍ମାର୍ଟ ସିଟି, ଦଶହରା ଅବସରରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବାରିପଦା : ଦୁଇ ଦିନିଆ ମୟୂରଭଞ୍ଜ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  ବିଶୋଇବାସୀଙ୍କୁ ଦେଲେ ୪୨୦.୧୩ କୋଟିର ପ୍ରକଳ୍ପ ଭେଟି ।  ସୋମବାର ରାଇରଙ୍ଗପୁର ଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ୧୨୦ତମ ଜନ୍ମ ଜୟନ୍ତୀ ଉତ୍ସବରେ ଯୋଗ ଦେବା ପରେ ମଙ୍ଗଳବାର ଦ୍ବିତୀୟ ଦିନରେ ବିଶୋଇ ବ୍ଲକ୍‌ରେ କରିଛନ୍ତି ସ୍ଵତନ୍ତ୍ର ସାଧାରଣ ସଭା ।

ବିଶୋଇ ତଥା ରାଇରଙ୍ଗପୁର ସବ୍ ଡିଭିଜନ୍‌କୁ ୪୨୦.୧୩ କୋଟି ଟଙ୍କାର ୧୮୫ଟି ବିଭିନ୍ନ ଜନକଲ୍ୟାଣ ମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।  ବିଶେଷ କରି ପାନୀୟ ଜଳ, ଜନସ୍ୱାସ୍ଥ୍ୟ, ଗ୍ରାମ୍ୟ ଉନ୍ନୟନ, ଶିକ୍ଷା ଓ ଆଦିବାସୀ ଉନ୍ନୟନ ବିଭାଗର ୩୨୮ କୋଟି ଟଙ୍କାର ୧୩୩ ପ୍ରକଳ୍ପର ଉଦଘାଟନ ହେବା ସହିତ ୯୧ କୋଟି ଟଙ୍କାର ୫୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ।

ଆଗକୁ ଶିକ୍ଷା, ଜଳସେଚନ, ଗମନାଗମନ, କୃଷି, ଜଳଶକ୍ତି ଇତ୍ୟାଦି ବିଭାଗର ଅନେକ ପ୍ରକଳ୍ପ ମୟୂରଭଞ୍ଜକୁ ଦିଆଯିବ ।  ନିଜର  ପ୍ରାୟ ଏକ ଘଣ୍ଟାରୁ ଉର୍ଦ୍ଧ୍ୱ ସମୟର ଅଭିଭାଷଣରେ ଡବଲ ଇଞ୍ଜିନ ସରକାରର ବିଭିନ୍ନ ଯୋଜନା ସମ୍ପର୍କରେ ସବିଶେଷ ତଥ୍ୟ ଜଣସାଧାରଣଙ୍କୁ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।  ଶେଷରେ ଆଜିର ଆୟୋଜିତ ସଭସ୍ଥଳୀ ବିଶୋଇର ଧରଣୀଧର ପଡିଆକୁ ଔପଚାରିକ ଭାବରେ ଧରଣୀଧର ଷ୍ଟାଡିୟମ୍ ଭାବରେ ଘୋଷଣା କରିବା ସହିତ ସେଠାରେ ସ୍ଵାଧୀନତା ସଂଗ୍ରାମୀ ଧରଣୀଧର ନାୟକଙ୍କ ଏକ ପ୍ରତିମୂର୍ତ୍ତି ସ୍ଥାପନ ହେବାର ଘୋଷଣା କରିଛନ୍ତି ।

ଏହା ସହିତ ବିଶୋଇ ବ୍ଲକ୍‌ରେ ଏକ ଯୁକ୍ତ ଦୁଇ କଲେଜ ସ୍ଥାପନର ଘୋଷଣା ମଧ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟ ଆଗାମୀ ଦିନରେ ଅନେକ ଶିଳ୍ପ ପ୍ରକଳ୍ପ ସ୍ଥାପନ ହେବ । ଜିଲ୍ଲାରେ ୧୦ ହଜାର କୋଟି ଟଙ୍କାର ଶିଳ୍ପ ପ୍ରତିଷ୍ଠା ହେବ। ଏହି ଶିଳ୍ପାୟନ ଜିଲ୍ଲାର ବିକାଶକୁ ଦ୍ୱିଗୁଣିତ କରିବା ସହିତ ଜିଲ୍ଲାବାସୀଙ୍କ ରୋଜଗାର ଓ ନିଯୁକ୍ତି ପାଇଁ ବ୍ୟାପକ ସୁଯୋଗ ଆଣିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସୂଚନାଯୋଗ୍ୟଯେ ଜିଲ୍ଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ମଧ୍ୟରେ ୩୨୮ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ମୂଲ୍ୟର ୧୩୩ଟି ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଏବଂ ୯୧ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ମୂଲ୍ୟର ୫୨ ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି ।

Post Views: 45
Share199Tweet125Send
Voice of Victims

Voice of Victims

Recent Posts

  • କାଶୀନାଥଙ୍କ ଘରେ ଫୁଟିଲା ଦୁର୍ଲଭ ବ୍ରହ୍ମକମଳ
  • ସ୍ୱାଧୀନତା ସଂଗ୍ରାମୀ ବୀର ବୈଷ୍ଣବ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ !
  • କ୍ୟାଟ ବାର ଆସୋସିଏସନ, କଟକ ତରଫରୁ ମଧୁ ଜୟନ୍ତୀ ଓ ଆଇନଜୀବୀ ଦିବସ ପାଳିତ
  • ମେ ୨ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ
  • ମହିଳା ସଂରକ୍ଷଣକୁ ନେଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନରେ ବିବୃତ୍ତି ରଖିଲେ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In