• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଧ୍ୟାତ୍ମିକ

ଇସ୍କନର ଅଦିନିଆ ରଥଯାତ୍ରା ବନ୍ଦ

by Voice of Victims
November 5, 2024
in ଆଧ୍ୟାତ୍ମିକ, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଇସ୍କନର ଅଦିନିଆ ରଥଯାତ୍ରା ବନ୍ଦ

ଭୁବନେଶ୍ୱର : ଆସନ୍ତା ୯ ତାରିଖରେ ଆମେରିକାର ହ୍ୟୁଷ୍ଟନ୍‌ରେ ହେବନି ଇସ୍କନ ରଥଯାତ୍ରା। ଏହି ଅଦିନିଆ ରଥଯାତ୍ରାକୁ ଇସ୍ପନ ବନ୍ଦ କରିଛି। ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ବୟାନ୍ ପରେ ଇସ୍କନ ତା’ର ନିଷ୍ପତ୍ତିର ପରିବର୍ତ୍ତନ କରିଛି। ଓଡ଼ିଆ ଶ୍ରଦ୍ଧାଳୁଙ୍କ ଭାବାବେଗକୁ ବିଚାର କରି ଇସ୍କନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। ରଥଯାତ୍ରା ବଦଳରେ ସେଦିନ ହେବ ଗୌର ନିତାଇ ସଂକୀର୍ତ୍ତନ ଯାତ୍ରା। ପ୍ରେସ ରିଲିଜ ଜରିଆରେ ଇସ୍କନ ପରିଚାଳନା ପରିଷଦ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। କୋଟିକୋଟି ଓଡ଼ିଆ ଶ୍ରଦ୍ଧାଳୁଙ୍କ ଭାବାବେଗକୁ ବିଚାର କରି ଆୟୋଜକ ସଂସ୍ଥା ତରଫରୁ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ରଥଯାତ୍ରା ବଦଳରେ ନିତାଇ ଗୌର ସଂକୀର୍ତ୍ତନ ଯାତ୍ରା ଅନୁଷ୍ଠିତ ହେବ ବୋଲି କୁହାଯାଇଛି। ଇସ୍କନର ଜାତୀୟ ଯୋଗାଯୋଗ ନିର୍ଦ୍ଦେଶକ ଯୁଧିଷ୍ଠିର ଗୋବିନ୍ଦା ପ୍ରଭୁ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ବିଦେଶରେ ଇସ୍କନର ଅଦିନିଆ ରଥଯାତ୍ରାର ଆୟୋଜନ ନେଇ ଗଜପତି ଦିବ୍ୟସିଂହ ଦେବ କଡ଼ା ଆଭିମୁଖ୍ୟ ପ୍ରଦର୍ଶନ କରିଥିଲେ। ଏନେଇ ସେ ସାମ୍ବାଦିକ ସମ୍ମିଳନୀରେ କହିଥିଲେ, ଅନ୍ୟ ଧର୍ମରେ ଏଭଳି କରାଯାଇଥିଲେ, ତାକୁ ସହ୍ୟ କରାଯାଇନଥାନ୍ତା। ଯଦି ବୈଠକରେ ଅଦିନିଆ ରଥଯାତ୍ରାର ଆୟୋଜକ ମାନିଗଲେ ଭଲ କଥା, ନହେଲେ ଆଇନଗତ ବିକଳ୍ପ ରହିଛି। ମାର୍ଚ୍ଚ ଯାଏ ଇସ୍କନକୁ ସମୟ ଦିଆଯାଇଛି। ଏଣୁ ସେଯାଏ ଅପେକ୍ଷା କରିବାକୁ ପଡ଼ିବ। ଏହାପରେ ଆଉ ବରଦାସ୍ତ କରାଯିବନାହିଁ। ଅଦିନିଆ ରଥଯାତ୍ରାର ଆୟୋଜନ ଜଗନ୍ନାଥ ସଂସ୍କୃତି ଓ ଶ୍ରୀମନ୍ଦିରର ପରମ୍ପରା ଭାଙ୍ଗିବା ଭଳି। ୧୯୬୭ରୁ ଇସ୍କନ ଅଦିନିଆ ରଥଯାତ୍ରା ଆୟୋଜନ କରିଆସୁଛି। ବାରମ୍ବାର କହିବା ପରେ ୨୦୨୧ରୁ ଭାରତରେ ଅଦିନିଆ ରଥଯାତ୍ରା ହେଉନି। କିନ୍ତୁ ବିଦେଶରେ ନିୟମ ଭାଙ୍ଗି ଇସ୍କନ ଅଦିନିଆ ରଥଯାତ୍ରା କରୁଛି।

Post Views: 55
Share199Tweet124Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In