• About Us
  • Contact Us
Wednesday, July 16, 2025
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଜମ୍ମୁ କଶ୍ମୀର : ଡୋଡାରେ ଖାଇକୁ ଖସିଲା ଗାଡ଼ି, ୫ ମୃତ, ୧୦ରୁ ଅଧିକ ଆହତ

by Voice of Victims
July 15, 2025
in ଦେଶ ବିଦେଶ, ମୁଖ୍ୟ ଖବର, ରାଜ୍ୟ
ଜମ୍ମୁ କଶ୍ମୀର : ଡୋଡାରେ ଖାଇକୁ ଖସିଲା ଗାଡ଼ି, ୫ ମୃତ, ୧୦ରୁ ଅଧିକ ଆହତ

ଜମ୍ମୁ କଶ୍ମୀର : ଜମ୍ମୁ-କଶ୍ମୀରରେ ଡୋଡାରେ ଗଭୀର ଖାତକୁ ଖସିଲା ଟେମ୍ପୋ ଟ୍ରାଭେଲର । ଫଳରେ ୫ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି । ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଆହତଙ୍କୁ ସ୍ଥାନୀୟ ହସପିଟାଲରେ ଭର୍ତ୍ତି କରାଯାଇଛି ।

ଖବର ମୁତାବକ, ଗାଡ଼ିଟି ଏକ ପାହାଡିଆ ଅଞ୍ଚଳ ଦେଇ ଯାଉଥିବା ବେଳେ ଡ୍ରାଇଭର ନିୟନ୍ତ୍ରଣ ହରାଇଥିଲା । ଫଳରେ ଗାଡ଼ିଟି ରାସ୍ତାରୁ ଓଲଟି ଯାଇ ପାହାଡ଼ ତଳକୁ ଖସି ପଡ଼ିଥିଲା । ତେବେ ୫ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି । ଗାଡ଼ିରେ କେତେ ଜଣ ଯାତ୍ରୀ ଥିଲେ ତାହାର ସଠିକ୍ ସଂଖ୍ୟା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଘଟଣା ପରେ ସ୍ଥାନୀୟ ପୋଲିସ ଏବଂ ଉଦ୍ଧାରକାରୀ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।

ଯେଉଁମାନେ ଆହତ ହୋଇଛନ୍ତି, ସେମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାକୁ ପଠାଯାଇଛି । କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ଏକ୍ସରେ ପୋଷ୍ଟ କରି ସମସ୍ତ ସମ୍ଭାବ୍ୟ ସହଯୋଗ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି । ଏହାସହିତ ଡୋଡାର ଉପରାଜ୍ୟପାଳ ମନୋଜ ସିହ୍ନା ଦୁଃଖ ପ୍ରକାଶ କରିଛନ୍ତି । ମୃତକଙ୍କ ପ୍ରତି ସମବେଦନା ପ୍ରକାଶ କରିବା ସହିତ ଆହତଙ୍କୁ ଶୀଘ୍ର ସୁସ୍ଥ ପାଇଁ କାମନା କରିଛନ୍ତି ।

ସୂଚନାଯୋଗ୍ୟ, ଜମ୍ମୁ ଓ କାଶ୍ମୀରର ରାମବନ ଜିଲ୍ଲାରେ ଏକ ଘରୋଇ ଯାତ୍ରୀବାହୀ ଗାଡ଼ି ରାସ୍ତାରୁ ଖସି ୬୦୦ଫୁଟ ଗଭୀର ଖାତରେ ପଡ଼ିଯିବାରୁ ୫ ଜଣଙ୍କର ମୃତ୍ୟୁ ହୋଇଥିଲା ଏବଂ ଅନ୍ୟ ଜଣେ ଗୁରୁତର ଆହତ ହୋଇଥିଲେ ।

Post Views: 15
Share198Tweet124Send
Voice of Victims

Voice of Victims

Recent Posts

  • ସାପ୍ତାହିକ ପତ୍ରିକା ତେଜସ୍ବିନୀର ଡିଜିଟାଲ ମିଡିଆ ଲୋକାର୍ପଣ
  • ସୌମ୍ୟଶ୍ରୀଙ୍କ ଆତ୍ମାର ସଦଗତି ସହ ରାଜ୍ୟ ସରକାରଙ୍କ ବିଫଳତା ପ୍ରତିବାଦରେ କ୍ୟାଣ୍ଡେଲ ଶୋଭାଯାତ୍ରା
  • ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ
  • ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ଦୁଃଖପ୍ରକାଶ କଲେ ନବୀନ, କହିଲେ ଏହା ଏକ ଯୋଜନାବଦ୍ଧ ଅନ୍ୟାୟ
  • ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ଆସନ୍ତାକାଲି ଲୋକସେବା ଭବନ ଘେରାଉ କରିବ ବିଜେଡି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In