• About Us
  • Contact Us
Saturday, March 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଜିଓର ତ୍ରୈମାସିକ ନେଟ ଲାଭ ୨୩.୪ ପ୍ରତିଶତ ବୃଦ୍ଧି, ରେକର୍ଡ ୬୫୩୯ କୋଟି ଟଙ୍କା ଲାଭ

by Voice of Victims
October 14, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର
ଜିଓର ତ୍ରୈମାସିକ ନେଟ ଲାଭ ୨୩.୪ ପ୍ରତିଶତ ବୃଦ୍ଧି, ରେକର୍ଡ ୬୫୩୯ କୋଟି ଟଙ୍କା ଲାଭ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ପକ୍ଷରୁ ଚଳିତ ଆର୍ଥିକବର୍ଷର ଦ୍ଵିତୀୟ ତ୍ରୈୟମାସ ପାଇଁ କମ୍ପାନୀର ପରିଚାଳନାଗତ ଏବଂ ଆର୍ଥିକ ଫଳାଫଳ ଘୋଷଣା କରାଯାଇଛି। ଡିଜିଟାଲ କ୍ଷେତ୍ରରେ କମ୍ପାନୀ ଜୁଲାଇରୁ ସେପ୍ଟେମ୍ବର ଯାଏଁ ରହିଥିବା ଏହି ତ୍ରୟମାସରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଛି। ଜିଓ ପ୍ଲାଟଫର୍ମସର ନେଟ ଲାଭ ପୂର୍ବ ବର୍ଷ ସମାନ ତ୍ରୈୟମାସ ତୁଳନାରେ ଏହି ତ୍ରୟମାସରେ ୨୩.୪ ପ୍ରତିଶତ ବୃଦ୍ଧି ସହିତ ରେକର୍ଡ ୬୫୩୯ କୋଟି ଟଙ୍କାରେ ପହଞ୍ଚିଥିବା କମ୍ପାନୀ ପକ୍ଷରୁ ପ୍ରକାଶ କରାଯାଇଛି। ଜିଓ ପ୍ଲାଟଫର୍ମସର ତ୍ରୈମାସିକ ମୋଟ ରାଜସ୍ୱ ପୂର୍ବ ବର୍ଷ ସମାନ ଅବଧି ତୁଳନାରେ ୧୭.୭ ପ୍ରତିଶତ ବୃଦ୍ଧି ପାଇ ୩୭୧୧୯ କୋଟି ଟଙ୍କା ହୋଇଛି। ଏହି ତ୍ରୈୟମାସରେ ଜିଓର ଗ୍ରାହକ ସଂଖ୍ୟାରେ ପୂର୍ଵ ବର୍ଷ ସମାନ ସମୟ ତୁଳନାରେ ୪.୨ ପ୍ରତିଶତ ବୃଦ୍ଧି ସହିତ ସେପ୍ଟେମ୍ବର ଶେଷ ସୁଦ୍ଧା ଜିଓର ମୋଟ ଗ୍ରାହକ ସଂଖ୍ୟା ୪୭.୮୮ କୋଟି ହୋଇଥିବା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ୧୪.୮ କୋଟି ଜିଓ ୫ଜି ନେଟୱାର୍କ ଆପଣାଇବା ସହିତ ୫ଜି କ୍ଷେତ୍ରରେ ଜିଓ ଏହାର ଅଗ୍ରଣୀ ସ୍ଥିତିକୁ ଆହୁରି ସୁଦୃଢ କରିଛି। ଏହି ତ୍ରୈୟମାସରେ ଜିଓ ନେଟୱର୍କରେ ଡାଟା ଟ୍ରାଫିକ ପୂର୍ବ ବର୍ଷ ସମାନ ସମୟ ତୁଳନାରେ ୨୪ ପ୍ରତିଶତ ବୃଦ୍ଧି ପାଇ ୪୫ ବିଲିୟନ ଜିବି ହୋଇଥିବା ବେଳେ ଭଏସ ଟ୍ରାଫିକ ୬.୪ ପ୍ରତିଶତ ବୃଦ୍ଧି ସହିତ ୧.୪୨ ଟ୍ରିଲିୟନ ମିନିଟ ରହିଥିବା ଜଣାପଡିଛି। ୫ଜି ଏବଂ ଗୃହ ବ୍ରଡ଼ବ୍ୟାଣ୍ଡ ଉପଭୋକ୍ତା ସଂଖ୍ୟାରେ ବୃଦ୍ଧି ସହିତ ଗ୍ରାହକ ପ୍ରତି ମାସିକ ଡାଟା ବ୍ୟବହାର ୩୧ ଜିବିକୁ ବୃଦ୍ଧି ପାଇଥିବା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଏହି ତ୍ରୈୟମାସରେ ଜିଓ ୨.୮ ନିୟୁତରୁ ଉର୍ଦ୍ଧ୍ବ ଜିଓ ଏୟାର ଫାଇବର ଗ୍ରାହକଙ୍କ ସହିତ ବିଶ୍ୱର ଦୁତତମ ଅଭିବୃଦ୍ଧିଶୀଳ ଫିକ୍ସଡ ୱେରଲେସ ଅପରେଟର ହୋଇଛି। ଜିଓର ପ୍ରତି ଗ୍ରାହକ ପିଛା ମାସିକ ରାଜସ୍ବ ୧୯୫.୧ ଟଙ୍କାକୁ ବୃଦ୍ଧି ପାଇଛି। ଚଳିତ ଆର୍ଥିକ ବର୍ଷର ଦ୍ଵିତୀୟ ତ୍ରୈୟମାସରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ମୋଟ ରାଜସ୍ୱ ପୂର୍ବ ବର୍ଷ ସମାନ ଅବଧି ତୁଳନାରେ ସାମାନ୍ୟ ବୃଦ୍ଧି ସହିତ ୨୫୮୦୨୭ କୋଟି ଟଙ୍କା ହୋଇଥିବା କମ୍ପାନୀ ପକ୍ଷରୁ ପ୍ରକାଶ କରାଯାଇଛି। ସେହିଭଳି ରିଲାଏନ୍ସ ରିଟେଲ ର ତ୍ରୈମାସିକ ମୋଟ ରାଜସ୍ୱ ୭୬୩୦୨ କୋଟି ଟଙ୍କା ରହିଥିବା ବେଳେ ତୈଳ, ରସାୟନ ଏବଂ ଉତ୍ତୋଳନ କ୍ଷେତ୍ରର ମୋଟ ରାଜସ୍ୱ ପୂର୍ବ ବର୍ଷ ତୁଳନାରେ ୫.୧ ପ୍ରତିଶତ ବୃଦ୍ଧି ପାଇ ୧୫୫୫୮୦ କୋଟି ଟଙ୍କା ହୋଇଥିବା କମ୍ପାନୀ ପକ୍ଷରୁ ପ୍ରକାଶ କରାଯାଇଛି। ଏହି ତ୍ରୈୟମାସରେ ରିଲାଏନ୍ସ ରିଟେଲ ୪୬୪ ନୂଆ ଷ୍ଟୋର ଖୋଲିବା ସହିତ କମ୍ପାନୀର ମୋଟ ଷ୍ଟୋର ସଂଖ୍ୟା ସେପ୍ଟେମ୍ବର ଶେଷ ସୁଦ୍ଧା ୧୮୯୪୬ ହୋଇଥିବା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି।

Post Views: 46
Share198Tweet124Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In