• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

କାଳିଆ ଛାତ୍ରବୃତ୍ତି ଅନଲାଇନ ଆବେଦନ ସମୟସୀମା ୮ ତାରିଖକୁ ବୃଦ୍ଧି

by Voice of Victims
February 1, 2024
in ମୁଖ୍ୟ ଖବର, ରାଜ୍ୟ
କାଳିଆ ଛାତ୍ରବୃତ୍ତି ଅନଲାଇନ ଆବେଦନ ସମୟସୀମା ୮ ତାରିଖକୁ ବୃଦ୍ଧି

ଭୁବନେଶ୍ବର: ଅନଲାଇନ ମାଧ୍ୟମରେ କାଳିଆ ଛାତ୍ରବୃତ୍ତି ଆବେଦନ ସମୟସୀମା ୨୦୨୪ ଜାନୁୟାରୀ ୩୧ ତାରିଖରୁ ଫେବ୍ରୁଆରୀ ୮ ତାରିଖ, ୨୦୨୪ ପର୍ୟ୍ୟନ୍ତ ବୃଦ୍ଧି କରାଯାଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ସମୟସୀମା ବୃଦ୍ଧି ପ୍ରସ୍ତାବକୁ  ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ନୂତନ କାର୍ୟ୍ୟସୂଚୀ ଅନୁଯାୟୀ, କାଳିଆ ହିତାଧିକାରୀଙ୍କ ପିଲାମାନେ ରାଜ୍ୟର ଉଭୟ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଓ ପ୍ରିମିୟର ଶିକ୍ଷାନୁଷ୍ଠାନରେ ବୈଷୟିକ ଶିକ୍ଷାନୁଷ୍ଠାନ ନିମନ୍ତେ କାଳିଆ ଛାତ୍ରବୃତ୍ତି ପାଇବା ପାଇଁ ଅନଲାଇନରେ ଆବେଦନ ସମୟସୀମାକୁ ଚଳିତ ଫେବ୍ରୁଆରୀ ୮ ତାରିଖକୁ ବୃଦ୍ଧି କରାଯାଇଛି। ସୂଚନାଯୋଗ୍ୟ ଯେ, ପରିବର୍ଦ୍ଧିତ କାଳିଆ ଛାତ୍ରବୃତ୍ତି ମାର୍ଗଦର୍ଶୀକା ଅନୁଯାୟୀ ଜାନୁଆରୀ ୯ ତାରିଖରୁ ଜାନୁଆରୀ ୩୧ ତାରିଖ ପର୍ୟ୍ୟନ୍ତ ଏହି ପୋର୍ଟାଲ ଖୋଲା ରଖିବା ପାଇଁ ସମୟସୀମା ଧାର୍ୟ୍ୟ କରାଯାଇଥିଲା। ମାତ୍ର କାଳିଆ ଛାତ୍ରବୃତ୍ତି ନିମନ୍ତେ ପିଲାମାନଙ୍କ ମଧ୍ୟରେ ଆଗ୍ରହ ଏବଂ ଆବେଦନ ସମୟସୀମା ବୃଦ୍ଧି ନିମନ୍ତେ ଅନେକ ଛାତ୍ରଛାତ୍ରୀଙ୍କ ଅନୁରୋଧକୁ ଦୃଷ୍ଟିରେ ରଖି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁଙ୍କ ପରାମର୍ଶ କ୍ରମେ ଅନଲାଇନ ଆବେଦନ ସମୟସୀମା ଫେବ୍ରୁଆରୀ ୮ ତାରିଖ ପର୍ୟ୍ୟନ୍ତ ବୃଦ୍ଧି ପାଇଁ ବିଭାଗ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି।

Post Views: 47
Share200Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In