• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

କାର୍ତ୍ତିକ ପାଣ୍ଡିଆନଙ୍କ ଉପକୂଳ ଓଡିଶାରେ ମାରାଥନ ପ୍ରଚାର

by Voice of Victims
May 15, 2024
in ମୁଖ୍ୟ ଖବର, ରାଜ୍ୟ
କାର୍ତ୍ତିକ ପାଣ୍ଡିଆନଙ୍କ ଉପକୂଳ ଓଡିଶାରେ ମାରାଥନ ପ୍ରଚାର

ଭୁବନେଶ୍ବର: ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ଉପକୂଳ ଓଡ଼ିଶାରେ ଧୂଆଁଧାର ପ୍ରଚାର କରି ବିରୋଧୀ ବିଜେପି ଦଳକୁ ଶାଣିତ ଆକ୍ରମଣ କରିଛନ୍ତି । ବିଜେପିର ମିଛ ଧରା ପକାଇଛନ୍ତି । କଟକ ଲୋକସଭା ନିର୍ବାଚନ ମଣ୍ଡଳୀର ସାଂସଦ ପ୍ରାର୍ଥୀ ସଂତୃପ୍ତ ମିଶ୍ର, ଖଣ୍ଡପଡ଼ା ବିଧାୟକ ପ୍ରାର୍ଥୀ ସାବିତ୍ରୀ ପ୍ରଧାନ, ବଡ଼ମ୍ୱା ବିଧାୟକ ଦେବୀ ପ୍ରସାଦ ମିଶ୍ର, ବାଙ୍କୀରେ ବିଧାୟକ ପ୍ରାର୍ଥୀ ଦେବୀରଞ୍ଜନ ତ୍ରିପାଠୀ, ଆଠଗଡ଼ ତିଗିରିଆରେ ବିଧାୟକ ପ୍ରାର୍ଥୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, କଟକ ସଦରରେ ଚନ୍ଦ୍ର ସାରଥୀ ବେହେରା ଓ କଟକ ଚୌଦ୍ୱାର ବିଧାୟକ ପ୍ରାର୍ଥୀ ସୌଭିକ୍‍ ବିଶ୍ୱାଳଙ୍କ ପାଇଁ ନିର୍ବାଚନ ପ୍ରଚାର କରିଥିଲେ । କାର୍ଯ୍ୟକ୍ରମରେ ସମସ୍ତ ଆୟୋଜିତ ଜନସଭାରେ ପାଣ୍ଡିଆନଙ୍କୁ ସ୍ୱାଗତ କରିଥିଲା ବିଶାଳ ଜନସମୁଦ୍ର । କଟକ ସଦରରେ ପ୍ରବଳ ବର୍ଷା ସତ୍ତ୍ୱେ ହଜାର ହଜାର ଲୋକ ପାଣ୍ଡିଆନଙ୍କୁ ଭବ୍ୟ ସ୍ୱାଗତ କରିଥିଲେ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗି, ଶ୍ରୀ ପାଣ୍ଡିଆନ କହିଲେ ଯେ ମୁଖ୍ୟମନ୍ତ୍ରୀ ଆପଣଙ୍କ ପାଇଁ ଦିନରାତି କାମ କରୁଛନ୍ତି । ଓଡ଼ିଶାକୁ ୧୦୦ ବର୍ଷ ଆଗକୁ ନେବା ପାଇଁ ସେ ଚିନ୍ତା କରୁଛନ୍ତି । କିନ୍ତୁ ବିଜେପି ଦଳ ଯାହା କରୁଛି ସେମାନେ ଓଡ଼ିଶା ୨୫ ବର୍ଷ ପଛକୁ ନେଇଯିବେ । ସେ ପୁଣି କହିଲେ ଯେ ନିର୍ବାଚନ ଆସିଲେ ବିରୋଧୀ ଆସିବେ, ମିଠା ମିଠା କଥା କହିବେ, ଓ କୁମ୍ଭୀର କାନ୍ଦଣା କାନ୍ଦିବେ । ଏମାନେ ସମସ୍ତେ ନିର୍ବାଚନ ପର୍ଯ୍ୟଟକ । ନିର୍ବାଚନ ସରିଗଲେ ଖୋଜିଲେ ବି ମିଳିବେ ନାହିଁ । କିନ୍ତୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବର୍ଷତମାମ ଦିନରାତି ୨୪ ଘଣ୍ଟା ଆପଣଙ୍କ ସୁଖଦୁଃଖରେ ଛିଡ଼ା ହୋଇ ରହିଛନ୍ତି । ସେ କହିଲେ ଯେ ଯିଏ ବି ଭତ୍ତା, ପକ୍କାଘର, ବି.ଏସ୍‍.କେ.ୱାଇ ଏବଂ ଅନ୍ୟାନ୍ୟ କଲ୍ୟାଣକାରୀ ଯୋଜନାରୁ ବଞ୍ଚିତ ହୋଇଛନ୍ତି, ସମସ୍ତେ ସାମିଲ ହେବେ, ସମସ୍ତଙ୍କ ପାଇଁ ନବୀନବାବୁଙ୍କ ଗ୍ୟାରେଣ୍ଟି ଅଛି । ଦୃଢ଼ୋକ୍ତି ପ୍ରକାଶ କରି ଶ୍ରୀ ପାଣ୍ଡିଆନ କହିଲେ ଯେ ନବୀନ ପଟ୍ଟନାୟକ ଜୁନ ୯ ତାରିଖରେ ଦିନ ୧୧.୩୦ରୁ ଦିନ ଗୋଟାଏ ମଧ୍ୟରେ ପୁଣି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ପ୍ରଥମ ଦସ୍ତଖତରେ ହିଁ ଓଡ଼ିଶାର ୯୦ ପ୍ରତିଶତ ଲୋକଙ୍କ ବିଜୁଳି ବିଲ୍‍ ଛାଡ଼ କରିବେ । ଆପଣମାନେ ବିଜୁଳି ପାଇବେ ଆଉ ବିରୋଧୀଙ୍କୁ ଲାଗିବ ସକ୍‍ । ଆପଣମାନେ ଖୁସି ତ ! ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବିଜୁଳି ବିଲ୍‍ ଛାଡ଼୍‍ ଗ୍ୟାରେଣ୍ଟି ବିଜେପି ଦଳକୁ ସକ୍‍ ଦେଇଛି ବୋଲି ମତ ଦେଇ ସେ କହିଲେ ସେଥିପାଇଁ ସେମାନେ ସୋଲାର ପ୍ୟାନେଲ ଜରିଆରେ ମାଗଣା ବିଜୁଳି ଦେବେ ବୋଲି କହୁଛନ୍ତି । ବିଜେପି କହୁଛି ମାଗଣା ବିଜୁଳି ଦେବ । କିନ୍ତୁ କେମିତି ହେବ ଜାଣିଛନ୍ତି ? ଆପଣଙ୍କୁ ୫୦ ହଜାର ଟଙ୍କା ଖର୍ଚ୍ଚ କରିବାକୁ ହେବ । ତା’ପରେ ଆପଣ ସୋଲାର ପ୍ୟାନେଲ ଲଗାଇ ପାରିବେ । ସୂର୍ଯ୍ୟ କିରଣରୁ ବିଜୁଳି ମିଳିବ । ଏମାନେ ଦିନରେ ଲଣ୍ଠନ ଦେଖାଉଛନ୍ତି । ବିଜେପି ଉପରେ ଆକ୍ରମଣ ଜାରିରଖି ସେ କହିଲେ ଯେ ଏହି ଦଳ ୧୦ ବର୍ଷ କ୍ଷମତାରେ ରହିଲା । ସମସ୍ତଙ୍କ ଆକାଉଣ୍ଟକୁ ୧୫ ଲକ୍ଷ ଟଙ୍କା ଦେବେ ବୋଲି କହିଥିଲେ, ମିଳିଲା କି ? ୨ କୋଟି ଚାକିରୀ ଦେବେ ବୋଲି କହିଥିଲେ, ମିଳିଲା କି ? ପେଟ୍ରୋଲ, ଡିଜେଲ ଦର କମିବା କଥା ସବୁ ଭୁଲିଗଲେ । ଏଲ୍‍.ପି.ଜି ଦର ଯୋଗୁଁ ମା’ମାନେ କାନ୍ଦୁଛନ୍ତି, ସେମାନେ କିଛି ଶୁଣିଲେ କି ? କିଛି କଲେ କି ? ନବୀନ ବାବୁ ପ୍ରତିଶ୍ରୁତି ଦିଅନ୍ତି ଓ ରଖନ୍ତି ମଧ୍ୟ । ମୁଖ୍ୟମନ୍ତ୍ରୀ କଥା କମ୍‌, କାମ ଅଧିକା କରିଥାନ୍ତି, ଆପଣଙ୍କ ଆଶୀର୍ବାଦରେ ସେ ଆହୁରି ସଶକ୍ତ ହୋଇ କାମ କରିବେ। ଶ୍ରୀମନ୍ଦିରର ରୂପାନ୍ତର କାମ ସମସ୍ତଙ୍କୁ ଦିଶୁଛି, କିନ୍ତୁ ଶୋଇ ରହିଥିବା ବିରୋଧୀଙ୍କୁ ଦିଶୁନି ।
ଚାଷୀଙ୍କୁ ଦେବେ ବିନା ସୁଧରେ ୧.୫୦ ଲକ୍ଷ ଟଙ୍କାର ଋଣ ଓ ଚାଷୀ ଝିଅ ବାହାଘର ପାଇଁ ୨୫ ହଜାର ଟଙ୍କା ଦେବେ । କଟକରେ ଶ୍ରୀ ପାଣ୍ଡିଆନ କହିଲେ ଯେ କଟକ ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଭୂମି । ସାରା ଓଡ଼ିଶା ତାଙ୍କ କର୍ମଭୂମି । ବସ୍ତିବାସିନ୍ଦାଙ୍କ ପାଇଁ ଅନେକ ଲୋକ ଅନେକ କଥା କରୁଛନ୍ତି । କିନ୍ତୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବସ୍ତିବାସିନ୍ଦାକୁ ସମ୍ମାନ ଦେବାରେ ସାରା ଭାରତ ବର୍ଷ ଏକ ନମ୍ବର । ବସ୍ତିବାସିନ୍ଦାଙ୍କୁ ପଟ୍ଟା ଆବଣ୍ଟନ, ବିଜୁ ଆଦର୍ଶ କଲୋନି ନିର୍ମାଣ, ଜାଗା ମିଶନ କାର୍ଯ୍ୟକାରୀ କରିବାରେ ମୁଖ୍ୟମନ୍ତ୍ରୀ ସର୍ବାଧିକ ଗୁରୁତ୍ୱ ଆରୋପ କରି କାମ କରିଛନ୍ତି । ସେ କହିଲେ ଯେ କଟକ ସବୁବେଳେ ବିଜେଡିର ଗଡ଼ ହୋଇ ରହିଛି ଓ ରହିଥିବ । ସାଂସଦ ପ୍ରାର୍ଥୀ ଶ୍ରୀ ସଂତୃପ୍ତ ମିଶ୍ରଙ୍କ ଉଚ୍ଚ ପ୍ରଶଂସା କରି ସେ କହିଲେ ଆପଣଙ୍କ ସାଂସଦ ପ୍ରାର୍ଥୀ ରାଜନୀତିକୁ ଆସିଛନ୍ତି କେବଳ ସେବା କରିବା ପାଇଁ । ଆପଣଙ୍କ ସେବା କରିବେ ଓ ଏ ଅଞ୍ଚଳକୁ ପୁଞ୍ଜି ଆଣିବେ । ଯୁବପୀଢ଼ିଙ୍କୁ ରୋଜଗାର ଦେବେ । ଭୋଟ ଦିନ ବିପୁଳ ସଂଖ୍ୟାରେ ଆସି ଭୋଟ ଦେବାକୁ ସେ ଅନୁରୋଧ କରିଥିଲେ । ସବୁଯାଗାରେ ୫୦ ହଜାରରୁ ଲକ୍ଷେ ବ୍ୟବଧାନରେ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସେ ଅନୁରୋଧ କରିଥିଲେ ।

ଖଣ୍ଡପଡ଼ାର ବିଭିନ୍ନ ବିକାଶମୂଳକ କାର୍ଯ୍ୟର ହିସାବ ଦେଇ ଶ୍ରୀ ପାଣ୍ଡିଆନ କହିଲେ ଯେ ଶ୍ରୀ ନୀଳମାଧବ ପୀଠର ବିକାଶ ପାଇଁ ୩୧ କୋଟି ଟଙ୍କା, ଖଣ୍ଡପଡ଼ା ଚାଷୀଭାଇଙ୍କ ପାଇଁ ବୃତଙ୍ଗ ଜଳସେଚନ ପ୍ରକଳ୍ପରେ ୧୬୬୦ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ଦେଇଛନ୍ତି । ଖଣ୍ଡପଡ଼ା, ଭାପୁର ଓ ନୟାଗଡ଼ ବ୍ଲକର ଚାଷୀଭାଇମାନଙ୍କ ପାଇଁ ୩୩୦ କୋଟି ଟଙ୍କାରେ କୁସୁମୀ ଜଳସେଚନ ପ୍ରକଳ୍ପ କରାଯାଉଛି । ଡିମିରିଆ-ରାଉତପଡ଼ା ମହାନଦୀ ଆଡ଼ିବନ୍ଧ ପାଇଁ ୧୫୨୦ କୋଟି ଟଙ୍କା ଦିଆଯାଇଛି । ଖଣ୍ଡପଡ଼ାରେ ରାମ ମନ୍ଦିରକୁ ଐତିହ୍ୟ ସ୍ଥଳ ଭାବରେ ବିକାଶ କରାଯିବ, ନୀଳମାଧବ ମନ୍ଦିରର ଆହୁରି ବିକାଶ ହେବ, ଦକ୍ଷତା ବିକାଶ କେନ୍ଦ୍ର କରାଯିବ

ବଡ଼ମ୍ୱାରେ ବଡ଼ମ୍ୱା ନିର୍ବାଚନ ମଣ୍ଡଳୀରେ ମନ୍ଦିର ବିକାଶ ପାଇଁ ସବୁଠୁଁ ଅଧିକ ଟଙ୍କା ଦିଆଯାଇଛି ବୋଲି ସେ କହିଥିଲେ । ସେହିପରି ମା ଭଟ୍ଟାରିକା ମନ୍ଦିର ବିକାଶ ପାଇଁ ୮.୫୦ କୋଟି ଟଙ୍କା, ମା ପ୍ରଗଳା ପୀଠର ବିକାଶ ପାଇଁ ୫.୩୦ କୋଟି ଟଙ୍କା, ସିଂହନାଥ ପୀଠର ବିକାଶ ପାଇଁ ୫.୩୦ କୋଟି ଟଙ୍କା ଯୋଗାଇ ଦିଆଯାଇଛି, ୧୪୦ କୋଟି ଟଙ୍କାରେ ଗୋପୀନାଥପୁର-ବୈଦେଶ୍ୱର ଟି-ବ୍ରିଜ୍‍ ନିର୍ମାଣ, ବଡ଼ମ୍ୱାରେ ପିଇବା ପାଣି ସମସ୍ୟା ଦୂର ହେବ ବୋଲି ସେ କହିଥିଲେ ।

ନୂଆ ଓଡ଼ିଶାରେ ବାଙ୍କୀରେ ହେବ ମେଟ୍ରୋ ରେଲ୍‍ ଗଡ଼ିବ ବୋଲି ପ୍ରକାଶ କରି ସେ କହିଲେ ଯେ ଏ ମାଟିର ପରିଚୟ ଆହୁରି ଉଜ୍ୱଳ ହେବ । ପ୍ରଭାତ ତ୍ରିପାଠୀ ଏ ଅଞ୍ଚଳର ବହୁତ ସମ୍ମାନିତ ନେତା ବୋଲି ମତ ଦେଇ ସେ କହିଲେ ମୁଁ ତାଙ୍କୁ ବହୁତ ସମ୍ମାନ ଦିଏ । ଦଳର ସଂକଟ ସମୟରେ ସେ ଦଳ ପାଇଁ ଖୁବ୍‍ କାମ କରିଛନ୍ତି, ସହାୟତା କରିଛନ୍ତି । ଦେବୀ ରଞ୍ଜନ ତ୍ରିପାଠୀ ଛାତ୍ର ସମାଜର ସେନାପତି, ସେ ଆପଣଙ୍କ ଅଞ୍ଚଳର ଯୁବ ସମାଜର ନେତୃତ୍ୱ ନେଇଛନ୍ତି । ଏ ଦୁଇ ସେନାପତିଙ୍କୁ ଆପଣ ୨୫ ତାରିଖରେ ୫୦ ହଜାର ଭୋଟରେ ଜିତାନ୍ତୁ ବୋଲି ସେ ଅନୁରୋଧ କରିଥିଲେ ।

ଆଠଗଡ଼ରେ ସେ କହିଲେ ଯେ ଧବଳେଶ୍ୱର ପୀଠର ବିକାଶ ପାଇଁ ୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଆପଣଙ୍କ ନିର୍ବାଚନ ମଣ୍ଡଳୀରେ ପିଇବା ପାଣି ପାଇଁ ୩୦୦ କୋଟି ଟଙ୍କା । କାଳିଆ ଯୋଜନାରେ ଆଠଗଡ ତିଗିରିଆର ୪୬ ହଜାର ଚାଷୀ ଉପକାର ପାଉଛନ୍ତି, ଚାଷୀ ପରିବାରର ପିଲାମାନେ ମଧ୍ୟ ଉଚ୍ଚ ଶିକ୍ଷା ପାଇଁ କାଳିଆ ଛାତ୍ରବୃତ୍ତି ପାଉଛନ୍ତି । ଚାଷୀଙ୍କ ପାଇଁ ବିନା ସୁଧରେ ୧.୫ ଲକ୍ଷ ଟଙ୍କା ଋଣ । ଚାଷୀ ପରିବାରର ଝିଅ ବାହାଘର ପାଇଁ ୨୫ ହଜାର ଟଙ୍କା । ଶଙ୍ଖ ଚିହ୍ନରେ ଦୁଇ ଥର ଭୋଟ ଦେଇ ବିଜୁ ଜନତା ଦଳର ଉଭୟ ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ୧ ଲକ୍ଷ ଭୋଟ ବ୍ୟବଧାନରେ ଜିତାଇବା ପାଇଁ ପାଣ୍ଡିଆନଙ୍କ ନିବେଦନ କରିଥିଲେ ।

Post Views: 22
Share198Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In