• About Us
  • Contact Us
Monday, March 30, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

କେନ୍ଦ୍ରାପଡ଼ା ଜିଲ୍ଲାପରିଷଦ ଅଧ୍ୟକ୍ଷ ପଦ ବଜାୟ ରଖିଲା ବିଜେଡି, ନବୀନ ପଟ୍ଟନାୟକଙ୍କୁ କଲେ ସାକ୍ଷାତ

by Voice of Victims
August 22, 2024
in ମୁଖ୍ୟ ଖବର, ରାଜ୍ୟ
କେନ୍ଦ୍ରାପଡ଼ା ଜିଲ୍ଲାପରିଷଦ ଅଧ୍ୟକ୍ଷ ପଦ ବଜାୟ ରଖିଲା ବିଜେଡି, ନବୀନ ପଟ୍ଟନାୟକଙ୍କୁ କଲେ ସାକ୍ଷାତ

ଭୁବନେଶ୍ବର: କେନ୍ଦ୍ରାପଡ଼ା ଜିଲ୍ଲାପରିଷଦ ଅଧ୍ୟକ୍ଷ ପଦ ବଜାୟ ରଖିଲା ବିଜୁ ଜନତା ଦଳ । ଆଜି ଅନୁଷ୍ଠିତ ନିର୍ବାଚନରେ କେନ୍ଦ୍ରାପଡ଼ା ଜିଲ୍ଲାପରିଷଦର ଅଧ୍ୟକ୍ଷା ଭାବେ ନିର୍ନ୍ଦ୍ୱନ୍ଦରେ ନିର୍ବାଚିତ ହେବା ପରେ ଶ୍ରୀମତି ଲିଲିତା ଦାସ, ନବୀନ ନିବାସକୁ ଆସି ବିଜୁ ଜନତା ଦଳ ସଭାପତି ତଥା ବିରୋଧିଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଆଶୀର୍ବାଦ ନେଇଥିଲେ.ଏହି ଅବସରରେ ଶ୍ରୀ ପଟ୍ଟନାୟକ ଅଧ୍ୟକ୍ଷା ଶ୍ରୀମତୀ ଦାସଙ୍କୁ ଅଭିନନ୍ଦନ ଜଣାଇବା ସହିତ ଜିଲ୍ଲାପରିଷଦ ସଦସ୍ୟମାନଙ୍କୁ ଧନ୍ୟବାଦ ଜଣାଇଥିଲେ । ଆଜି ଅନୁଷ୍ଠିତ ନିର୍ବାଚନରେ ଶ୍ରୀମତୀ ଲିଲିତା ଦାସ ନିର୍ନ୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ । ଜିଲ୍ଲାପରିଷଦର ୩୧ ଜଣ ସଦସ୍ୟଙ୍କ ମଧ୍ୟରୁ ୨୯ଜଣ ହେଉଛନ୍ତି ବିଜୁ ଜନତା ଦଳର । ଏହି ଅବସରରେ ବିରୋଧିଦଳ ନେତା ଶ୍ରୀ ପଟ୍ଟନାୟକ କହିଥିଲେ ବିଜୁ ଜନତା ଦଳ ସବୁବେଳେ ଲୋକଙ୍କ ସାଥିରେ ଅଛି । ଲୋକଙ୍କ ପାଇଁ କାମ କରୁଛି ଓ କରିଚାଲିବ । ଆପଣମାନେ ଲୋକଙ୍କ ପାଇଁ ଭଲ କାମ ଜାରି ରଖନ୍ତୁ, ମୁଁ ସବୁବେଳେ ଆପଣମାନଙ୍କ ସାଥିରେ ଅଛି । ଏହି ସାକ୍ଷାତ ସମୟରେ ବିଧାୟକ ପ୍ରତାପ ଦେବ, ବିଧାୟକ ଧ୍ରୁବ ସାହୁ, ବିଧାୟକ ଶ୍ରୀ ଅରବିନ୍ଦ ମହାପାତ୍ର, ବିଧାୟକ ଶ୍ରୀ ଗଣେଶ୍ୱର ବେହେରା, ପୂର୍ବତନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା ଓ ସାଂସଦ ପ୍ରାଥି ଶ୍ରୀ ଅଂଶୁମାନ ମହାନ୍ତି ଙ୍କ ସମେତ କେନ୍ଦ୍ରାପଡ଼ା ଜିଲ୍ଲା ବିଜୁ ଜନତା ଦଳର ଅନେକ କର୍ମୀ ଉପସ୍ଥିତ ଥିଲେ ।

Post Views: 35
Tags: Kendrapara district council retained the post of chairman
Share200Tweet125Send
Voice of Victims

Voice of Victims

Recent Posts

  • ଦେଶର ସମସ୍ତ ପେଟ୍ରୋଲ ପମ୍ପରେ ପର୍ଯ୍ୟାପ୍ତ ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ଉପଲବ୍ଧ: କେନ୍ଦ୍ର
  • ନୂତନ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଏପ୍ରିଲ ୧ ରୁ ଆରମ୍ଭ ହେବ ସୁଭଦ୍ରା ପଞ୍ଜୀକରଣ ପ୍ରକ୍ରିୟା
  • ରତ୍ନ ଭଣ୍ଡାର ଗଣତି କଥା ମୁଁ ଜାଣିନି: ପୁରୀ ଶଙ୍କରାଚାର୍ଯ୍ୟ
  • ଫାଙ୍କା ଗୁଳିଚାଳନା ଭାଇରାଲ ଭିଡିଓ ଘଟଣା, ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କ PSO ନିଲମ୍ବିତ
  • କ୍ୟାଟ ବାର ନିର୍ବାଚନ : ଦେବେନ୍ଦ୍ର ସଭାପତି, ରମାକାନ୍ତ ସମ୍ପାଦକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In