• About Us
  • Contact Us
Sunday, March 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ସାଇବର କ୍ରାଇମ ପୋଲିସର ପରିଚୟ ଦେଇ କୋଟିଏରୁ ଉର୍ଦ୍ଧ୍ଵ ଠକେଇ: ଅଭିଯୁକ୍ତକୁ ବାନ୍ଧିଲା କ୍ରାଇମବ୍ରାଞ୍ଚ

by Voice of Victims
November 28, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ସାଇବର କ୍ରାଇମ ପୋଲିସର ପରିଚୟ ଦେଇ କୋଟିଏରୁ ଉର୍ଦ୍ଧ୍ଵ ଠକେଇ: ଅଭିଯୁକ୍ତକୁ ବାନ୍ଧିଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ଵର: ନିଜକୁ  ଟ୍ରାଇ ଏବଂ ମୁମ୍ବାଇ ସାଇବର କ୍ରାଇମ ଡିଭିଜନ ପୋଲିସ କର୍ମଚାରୀର ପରିଚୟ ଦେଇ ଗିରଫ କରିବାର ଧମକ ଦେବା ସହ ଜଣେ ବ୍ୟକ୍ତିଙ୍କ ଠାରୁ କୋଟିଏରୁ ଉର୍ଦ୍ଧ୍ଵ ଟଙ୍କା ଠକିବାର ଅଭିଯୋଗରେ କ୍ରାଇମବ୍ରାଞ୍ଚ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଉଛନ୍ତି ତେଲେଙ୍ଗାନା ନିଜାମାବାଦର ଅବଦୁଲ ସଲିମ (୩୩)। ପୋଲିସ ଅଭିଯୁକ୍ତ ଠାରୁ ମୋବାଇଲ ଫୋନ, ୩ଟି ସିମ କାର୍ଡ, ସାଉଦି ଆରବର ସିମକାର୍ଡ, ପାସବୁକ, ପାସପୋର୍ଟ, ଆଧାର କାର୍ଡ, ପାନ କାର୍ଡ, ଡେବିଟ କାର୍ଡ ଓ କ୍ରେଡିଟ କାର୍ଡ ଜବତ କରିଛି। ଅଭିଯୁକ୍ତ ସଲିମ ନାମରେ ସାରା ଦେଶରେ ୧୩ରୁ ଅଧିକ ମାମଲାରେ ସମ୍ପୃକ୍ତି  ଥିବା ତଦନ୍ତରେ ପୋଲିସ ଜାଣିବାକୁ ପାଇଛି। ବ୍ରହ୍ମପୁରରେ ରହୁଥିବା ଜଣେ ବରିଷ୍ଠ ନାଗରିକ ଏହି ଡିଜିଟାଲ ଗିରଫ ଭଳି ଠକାମୀର ଶିକାର ହୋଇଥିଲେ। ଠକମାନେ ନିଜକୁ ଟ୍ରାଇ ଏବଂ ମୁମ୍ବାଇ ସାଇବର କ୍ରାଇମ ଡିଭିଜନର ପୋଲିସ କର୍ମଚାରୀ ବୋଲି ପରିଚୟ ଦେବା ସହ ତାଙ୍କ ଆଧାରକାର୍ଡରେ  ଲିଙ୍କ ହୋଇଥିବା ଏକ ଅଜଣା ମୋବାଇଲ ନମ୍ବର ସମ୍ପର୍କରେ ପଚାରିଥିଲେ। ସେହି ମୋବାଇଲ ନମ୍ବରଟି ବେଆଇନ ଅସ୍ତ୍ରଶସ୍ତ୍ର ଏବଂ  ଡ୍ରଗ୍ସ ଭଳି ମାରାତ୍ମକ ଜିନିଷ  କିଣିବାରେ  ବ୍ୟବହୃତ ହୋଇଛି ବୋଲି ପ୍ରଥମେ ଭୟଭୀତ କରିଥିଲେ। ଏହା ବ୍ୟତୀତ ଉକ୍ତ ନମ୍ବରରୁ ମହାରାଷ୍ଟ୍ରର ଅନେକ ବ୍ୟକ୍ତିଙ୍କୁ ଧମକ ପୂର୍ଣ୍ଣ କଲ୍ ଯାଇଥିବା କଥା ସମ୍ପର୍କରେ ମଧ୍ୟ ଠକମାନେ ଉଲ୍ଲେଖ କରିଥିଲେ। ଏଥିନିମନ୍ତେ ତାଙ୍କୁ ୩ ରୁ ୭ ବର୍ଷ ପର୍ଯ୍ୟନ୍ତ ଜେଲଦଣ୍ଡ ହେବ ବୋଲି କହିବା ସହ  ଠକ ମାନେ ତାଙ୍କୁ ହ୍ଵାଟ୍ସଆପ ଜରିଆରେ ଭିଡିଓ କଲ କରି ଅଟକ ରଖିଥିଲେ। ଅଭିଯୋଗକାରୀ ଜଣକ ମାନସିକ ଅବସାଦର ସମ୍ମୁଖୀନ ହୋଇଥିଲେ  ଯାଞ୍ଚ ପାଇଁ ତାଙ୍କର ସମସ୍ତ ଟଙ୍କାକୁ ଅଭିଯୁକ୍ତର ଆକାଉଣ୍ଟକୁ ଟ୍ରାନ୍ସଫର କରିବାକୁ କହିଥିଲେ। ଏହାସହ ଯାଞ୍ଚ ସମାପ୍ତ ହେବାପରେ ସମ୍ପୂର୍ଣ ଟଙ୍କା ତାଙ୍କ ଆକାଉଣ୍ଟକୁ  ଫେରାଇ ଦିଆଯିବ ବୋଲି ଅଭିଯୁକ୍ତ କହିଥିଲେ। ସେହି ଅନୁଯାୟୀ  ଅଭିଯୋଗକାରୀ ବରିଷ୍ଠ ନାଗରିକ ଠକର  ଆକାଉଣ୍ଟକୁ  ଦୁଇଥରରେ ୧  କୋଟି ଟଙ୍କା ଜମା  କରିଥିଲେ। ପରେ ସେ ଠକାମୀର ଶିକାର ହୋଇଛନ୍ତି ବୋଲି ଜାଣିବା ପରେ କ୍ରାଇମବ୍ରାଞ୍ଚର ଦ୍ୱାରସ୍ଥ ହୋଇଥିଲେ। ପୋଲିସ ତଦନ୍ତ ଆରମ୍ଭ କରି ଅଭିଯୁକ୍ତ ସଲିମକୁ ଗିରଫ କରିଛି। ଉଲ୍ଲେଖଯୋଗ୍ୟ ଯେ, ୨୦୧୭  ମସିହାରେ ଅଭିଯୁକ୍ତ ସଲିମ ୯  ମାସ ପାଇଁ  ଏବଂ ୨୦୨୪ ରେ ମଧ୍ୟ ସାଉଦି ଆରବ ଯାଇଥିଲା ବୋଲି ପୋଲିସ ତଦନ୍ତରେ ଜାଣିବାକୁ ପାଇଛି।

Post Views: 42
Share198Tweet124Send
Voice of Victims

Voice of Victims

Recent Posts

  • ଦେଶର ସମସ୍ତ ପେଟ୍ରୋଲ ପମ୍ପରେ ପର୍ଯ୍ୟାପ୍ତ ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ଉପଲବ୍ଧ: କେନ୍ଦ୍ର
  • ନୂତନ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଏପ୍ରିଲ ୧ ରୁ ଆରମ୍ଭ ହେବ ସୁଭଦ୍ରା ପଞ୍ଜୀକରଣ ପ୍ରକ୍ରିୟା
  • ରତ୍ନ ଭଣ୍ଡାର ଗଣତି କଥା ମୁଁ ଜାଣିନି: ପୁରୀ ଶଙ୍କରାଚାର୍ଯ୍ୟ
  • ଫାଙ୍କା ଗୁଳିଚାଳନା ଭାଇରାଲ ଭିଡିଓ ଘଟଣା, ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କ PSO ନିଲମ୍ବିତ
  • କ୍ୟାଟ ବାର ନିର୍ବାଚନ : ଦେବେନ୍ଦ୍ର ସଭାପତି, ରମାକାନ୍ତ ସମ୍ପାଦକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In