• About Us
  • Contact Us
Monday, August 17, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା

by Voice of Victims
December 24, 2024
in ମୁଖ୍ୟ ଖବର, ରାଜ୍ୟ
ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର :ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ବାହ୍ୟ ବଳୟ ପ୍ରଭାବରେ ଦକ୍ଷିଣ ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଉତ୍ତର ଉପକୂଳ ଓଡ଼ିଶାର କିଛି ଜିଲାରେ ବାଦଲ ଆଚ୍ଛାଦନରେ ବୃଦ୍ଧି ଘଟିଛି। ଆସନ୍ତା ୩ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା କାରଣରୁ ଧନଜୀବନ ପ୍ରଭାବିତ ହୋଇପାରେ ଓ ରାତି ତାପମାତ୍ରା ୨ରୁ ୪ଡିଗ୍ରୀ କମିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ମଙ୍ଗଳବାର ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ଉତ୍ତର ଉପକୂଳ ଓଡ଼ିଶାର କେତେକାଂଶରେ ହାଲୁକା ବର୍ଷା ହେବ ଓ ୨୫ ତାରିଖ ବେଳକୁ ବର୍ଷା ପରିମାଣ ବଢ଼ିବ। ଏଥିପାଇଁ ଗଜପତି, ଗଞ୍ଜାମ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଓ କୋରାପୁଟ ଆଦି ୫ ଜିଲାରେ ବର୍ଷା ହେବାକୁ ଥିବାବେଳେ କେତେକ ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଖୋର୍ଦ୍ଧା, ପୁରୀ, ବାଲେଶ୍ୱର, ବୌଦ୍ଧ, ଯାଜପୁର, କଟକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ମାଲକାନଗିରି ଆଦି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ୨୬ ତାରିଖରେ ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ଆଶଙ୍କା ରହିଥିବାରୁ ସମ୍ପୃକ୍ତ ୨ ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି। ଆସନ୍ତା ୨ଦିନ କନ୍ଧମାଳ, ରାୟଗଡ଼ା, କୋରାପୁଟ, ବଲାଙ୍ଗୀର, ବରଗଡ଼ ଓ ସୋନପୁରରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ହେବ ବୋଲି ସୂଚନା ଦିଆଯାଇଛି।

Post Views: 52
Share199Tweet124Send
Voice of Victims

Voice of Victims

Recent Posts

  • ପତଞ୍ଜଳି ଯୋଗପୀଠ ପକ୍ଷରୁ ଜଳାଭିଷେକ
  • ଅଶୋକଧାମ ପରେ ମହାକାଳ ମନ୍ଦିରରେ ଦଳାଚକଟା ସ୍ଥିତି, ଅନେକ ଶ୍ରଦ୍ଧାଳୁ ଆହତ
  • ରେଡ୍ ଆଲର୍ଟରେ କେନ୍ଦୁଝର, ସ୍କୁଲ-କଲେଜ ଓ ଅଙ୍ଗନୱାଡ଼ି ବନ୍ଦ
  • ହୀରାକୁଦର ୭ ଗେଟ୍ ଖୋଲା, ନିଷ୍କାସିତ ହେଉଛି ବନ୍ୟାଜଳ
  • ବାଲେଶ୍ଵରରେ ତୁହାକୁ ତୁହା ବର୍ଷା, ତଳିଆ ଅଞ୍ଚଳ ଜଳମଗ୍ନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In