• About Us
  • Contact Us
Sunday, July 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପଛକୁ ପଛ ୨ ଲଘୁଚାପ; IMD କଲା ସତର୍କ

by Voice of Victims
July 12, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା ଅଭିଯୋଗ
ସୃଷ୍ଟି ହେଲା ଲଘୁଚାପ, ୨୪ ଘଣ୍ଟାରେ ଆହୁରି ହେବ ଘନୀଭୂତ

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଗାଙ୍ଗେଟିକ୍‌ ୱେଷ୍ଟବେଙ୍ଗଲ ଓ ପାଖାପାଖି ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ୧୩ ତାରିଖରେ ପ୍ରବଳ ବର୍ଷା ହେବା ନେଇ ଉପକୂଳ ସମେତ ଏକାଧିକ ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି। ଅପରପକ୍ଷେ ଚଳିତ ମାସରେ ଆଗ ପଛ ହୋଇ ଆଉ ଦୁଇଟି ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ଡ. ଶରତ ସାହୁ ପୂର୍ୱାନୁମାନ କରିଛନ୍ତି। ସେ କହିଛନ୍ତି, ୧୩ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଉକ୍ତ ଘୂର୍ଣ୍ଣିବଳୟ ଲଘୁଚାପରେ କେବେ ପରିଣତ ହେବ ସେ ନେଇ ଏବେ ସ୍ପଷ୍ଟ ହୋଇନାହିଁ।

ସେହିପରି ୧୭ ତାରିଖରେ ଆଉଏକ ଲଘୁଚାପ ଆସିବାର ସମ୍ଭାବନା ରହିଛି। ଫଳରେ ଆସନ୍ତା ୨୨ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଡ. ସାହୁ ସୂଚନା ଦେଇଛନ୍ତି।ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ମିଳିଥିବା ତଥ୍ୟ ଅନୁଯାୟୀ, ରବିବାର ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବା ନେଇ ପୂର୍ୱାନୁମାନ କରାଯାଇଛି। ବିଶେଷକରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୁରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ୟେଲୋ ଓ୍ୱାର୍ନିଂ ଦିଆଯାଇଛି। ତେବେ କେନ୍ଦୁଝର ଏବଂ ମୟୁରଭଞ୍ଜରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଦିଆଯାଇଛି।

Post Views: 14
Share197Tweet123Send
Voice of Victims

Voice of Victims

Recent Posts

  • ୩୯ ନୂଆ ଔଷଧର ଖୁଚୁରା ମୂଲ୍ୟଧାର୍ଯ୍ୟ, ରୋଗୀଙ୍କ ଲାଗି ଶସ୍ତା ହେଲା
  • କଟକରେ ବିଜେଡି ନେତାଙ୍କ ମେଳି, ଏକାଠି ହେଲେ ବରିଷ୍ଠ ନେତା
  • ପଛକୁ ପଛ ୨ ଲଘୁଚାପ; IMD କଲା ସତର୍କ
  • ଶ୍ରୀମନ୍ଦିର ପ୍ରଶାସନର କଡ଼ା ନିୟମ, ରଥ ଉପରେ ମୋବାଇଲ ଫୋନ୍ ବ୍ୟବହାର ସମ୍ପୂର୍ଣ୍ଣ ମନା
  • ବାଲେଶ୍ୱର ଟ୍ରାଜେଡିକୁ ପୂରିଲା ବର୍ଷେ, ନ୍ୟାୟ ଅପେକ୍ଷାରେ ଏଫଏମ୍ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In