• About Us
  • Contact Us
Thursday, September 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜି ଲଘୁଚାପ ସମ୍ଭାବନା, ଉତ୍ତର ଓଡ଼ିଶାରେ ବଢ଼ିବ ବର୍ଷା

by Voice of Victims
September 10, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଆଜି ଲଘୁଚାପ ସମ୍ଭାବନା, ଉତ୍ତର ଓଡ଼ିଶାରେ ବଢ଼ିବ ବର୍ଷା

ଭୁବନେଶ୍ୱର : ଆଜି ଲଘୁଚାପ ସମ୍ଭାବନା, ଉତ୍ତର ଓଡ଼ିଶାରେ ବଢ଼ିବ ବର୍ଷା । ମୟୂରଭଞ୍ଜକୁ ରେଡ୍ ୱାର୍ଣ୍ଣିଂ । ୨୦ ସେମିରୁ ଅଧିକ ବର୍ଷା ଆଶଙ୍କା, କେନ୍ଦୁଝର-ବାଲେଶ୍ୱର-ଭଦ୍ରକକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । ଆଜି ଉତ୍ତର ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବା ସହ ଆଗାମୀ ୩ ଦିନ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା, ଘଡ଼ଘଡ଼ି, ବିଜୁଳି ଓ ଝଟକା ପବନର ଆଶଙ୍କା ରହିଛି ।

ବିଶେଷ କରି ଆଜିଠାରୁ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିପାରେ । ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ପ୍ରାୟ ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି । ଏହି ଘୂର୍ଣ୍ଣିବଳୟର ପ୍ରଭାବରେ ଆଜି ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ଗଠନର ସମ୍ଭାବନା ରହିଛି । ସବୁଠାରୁ ଅଧିକ ବର୍ଷାର ଆଶଙ୍କା ମୟୂରଭଞ୍ଜ ଜିଲ୍ଲାରେ ରହିଛି । ଆଜି ସକାଳ ସାଢ଼େ ୮ଟାରୁ କାଲି ସକାଳ ସାଢ଼େ ୮ଟା ମଧ୍ୟରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଗୋଟିଏ ଦୁଇଟି ସ୍ଥାନରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବାର ମଧ୍ୟ ଆଶଙ୍କା ରହିଛି । ଏଥିପାଇଁ ମୟୂରଭଞ୍ଜକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହି ୩ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ରହିଛି । ଅନ୍ୟ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଏବଂ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିପାରେ। ଆସନ୍ତକାଲି ବର୍ଷାର ମୁଖ୍ୟ ପ୍ରଭାବ ଦକ୍ଷିଣ-ପଶ୍ଚିମ ଓଡ଼ିଶା ଆଡ଼କୁ ସ୍ଥାନାନ୍ତର ହେବ । କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଏହି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ରାଜ୍ୟର ଅଧିକାଂଶ ଅନ୍ୟ ଜିଲ୍ଲା ୟେଲୋ ୱାର୍ଣ୍ଣିଂରେ ରହିବେ। ତେବେ ଏହି ସମୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ବରଗଡ଼ ପାଇଁ କୌଣସି ପାଣିପାଗ ଚେତାବନୀ ରହିନାହିଁ । ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇପାରେ । ଘଡ଼ଘଡ଼ି ଓ ବିଜୁଳି ସମୟରେ ଘର ଭିତରେ କିମ୍ବା ସୁରକ୍ଷିତ ସ୍ଥାନରେ ରହିବା ସହ ଖୋଲା ପଡ଼ିଆ ଓ ଜଳାଶୟଠାରୁ ଦୂରେଇ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।

Post Views: 16
Share197Tweet123Send
Voice of Victims

Voice of Victims

Recent Posts

  • ବିହାରରେ ବନ୍ୟା ତାଣ୍ଡବ: ୧୪ ଜିଲ୍ଲାରେ ୩୫.୮୯ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ
  • ଇଣ୍ଡିଆ-ଏ’ ଟିମ୍ ଘୋଷଣା: ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ମିଳିଲା ସ୍ଥାନ
  • ଆଜି ଲଘୁଚାପ ସମ୍ଭାବନା, ଉତ୍ତର ଓଡ଼ିଶାରେ ବଢ଼ିବ ବର୍ଷା
  • ଓରାଙ୍ଗଉଟାନ ମିଳିବା ଘଟଣାରେ ଜୋରଦାର ତଦନ୍ତ, ରହସ୍ୟ ଖୋଲିବାକୁ STFର ୨ ଟି ଟିମ୍ ଗଠନ
  • Puri Young Roller Skaters Shine at All India Open Inter-School Roller Skating Championship – 2026

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In