• About Us
  • Contact Us
Monday, August 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

୧୩ରେ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା

by Voice of Victims
August 10, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଆସନ୍ତା ୯ ରେ ଆଉ ଏକ ଲଘୁଚାପ ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର : ୧୩ ତାରିଖରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା । ଉତ୍ତର ପଶ୍ଚିମ ବଙ୍ଗୋପସାଗର ତଥା ସଂଲଗ୍ନ ବାଂଲାଦେଶ-ପଶ୍ଚିମବଙ୍ଗ ନିକଟବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ସମାନ ଅଞ୍ଚଳରେ ୧୩ ତାରିଖରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଉତ୍ତର ଓଡିଶା ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଜିଲ୍ଲାମାନଙ୍କରେ ଆଜି ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । 

ପାଣିପାଗ ବିଭାଗର ଆକଳନ ଅନୁସାରେ ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ନୟାଗଡ଼, ଯାଜପୁର, ଢେଙ୍କାନାଳ, ଗଞ୍ଜାମ, ଅନୁଗୋଳ, ଦେବଗଡ଼ ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ବର୍ଷାର ପ୍ରଭାବ ରହିପାରେ । ଉତ୍ତର ଓଡ଼ିଶାରେ ବର୍ଷା ସହ ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ମଧ୍ୟମରୁ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।

ସେହିପରି ଦ୍ୱୈତ ସହର ଭୁବନେଶ୍ୱର ଓ କଟକ ପାଇଁ ମଧ୍ୟ ରହିଛି ବର୍ଷାର ସତର୍କତା । ଆଜି ଅପରାହ୍ନ ୧୨ଟାରୁ ସନ୍ଧ୍ୟା ୭ଟା ମଧ୍ୟରେ ଉଭୟ ସହରରେ ତୀବ୍ର ବୃଷ୍ଟିପାତର ସମ୍ଭାବନା ରହିଛି ।  ଏଭଳି ସ୍ଥିତିରେ ଅତ୍ୟଧିକ ବର୍ଷା ହେଲେ ରାସ୍ତାଘାଟରେ ପାଣି ଜମିବା, ଟ୍ରାଫିକ୍‌ ସମସ୍ୟା ଏବଂ ତଳିଆ ଅଞ୍ଚଳରେ ଜଳବନ୍ଦୀ ଭଳି ସମସ୍ୟା ଦେଖାଦେଇପାରେ । ତେଣୁ ଆବଶ୍ୟକ ନଥିଲେ ତୀବ୍ର ବର୍ଷା ସମୟରେ ବାହାରକୁ ନଯିବା ଏବଂ ପାଣିପାଗ ବିଭାଗର ପରବର୍ତ୍ତୀ ସୂଚନା ଉପରେ ନଜର ରଖିବା ଜରୁରୀ । ଏବେ ନଜର ରହିଛି ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଉପରେ ।

Post Views: 9
Share196Tweet123Send
Voice of Victims

Voice of Victims

Recent Posts

  • କ୍ରାନ୍ତି ଦିବସରେ ରଣପୁରରେ ଦେଶପ୍ରେମର ମହାସମାଗମ; ୧୨୦ ମିଟର ତ୍ରିରଙ୍ଗା ସହ ଗୁଞ୍ଜିଲା ‘ଭାରତ ମାତା କୀ ଜୟ’ ଧ୍ୱନି
  • ୧୩ରେ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା
  • ଏଗ୍ରିଷ୍ଟେକ ଆଇଡି ବାଧ୍ୟତାମୂଳକ ନୁହେଁ, ଯେଉଁ ଚାଷୀ ଆସିପାରିବେନି ସେମାନଙ୍କ ପାଖକୁ ଯିବେ ସରକାର
  • CWG ଚାମ୍ପିଅନ୍ସଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ, ଦେଶକୁ ଦେଲେ ଏଭଳି ବାର୍ତ୍ତା
  • ଭାରତରୁ ରୁଷକୁ ଚାଲିବ ଟ୍ରେନ୍, ସିଧାସଳଖ ନୂଆଦିଲ୍ଲୀରୁ ମସ୍କୋକୁ କରିହେବ ଯାତ୍ରା !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In