• About Us
  • Contact Us
Tuesday, April 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପ୍ରବଳ ବର୍ଷା ନେଇ ଆସିଲା ଲଘୁଚାପ: ଓଡ଼ିଶାକୁ ରେଡ୍‌ ଆଲର୍ଟ

by Voice of Victims
June 18, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର: ଓଡ଼ିଶାକୁ ବଡ଼ ବର୍ଷା ଭୟ । ପ୍ରବଳରୁ ଅତିପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଓଡ଼ିଶାକୁ ସତର୍କ କରିଛି ଭାରତୀୟ ପାଣିପାଗ ବିଭାଗ । ଏପରିକି ଓଡ଼ିଶା ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି । କେବଳ ଓଡ଼ିଶା ନୁହେଁ ଲଘୁଚାପ ପ୍ରଭାବରେ ୫ଟି ରାଜ୍ୟକୁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଆସାମ ଓ ମେଘାଳୟକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ୨୦ ସେମିରୁ ଅଧିକ ବୃଷ୍ଟିପାତର ସମ୍ଭାବନା ରହିଛି ।

ଓଡ଼ିଶାର ପୂର୍ବ ଓ ପଶ୍ଚିମ ଭାଗରେ ୨ଟି ଲଘୁଚାପ ସକ୍ରିୟ ରହିଛି । ପୂର୍ବରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର  ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ଏହା ଆହୁରି ଘନୀଭୂତ ହୋଇ ସ୍ପଷ୍ଟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଯାହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି ।

ଆଗାମୀ ୩୬ ଘଣ୍ଟା ଲଘୁଚାପ ବର୍ଷା ଓଡ଼ିଶାକୁ କଲବଲ କରିବ । ଲଘୁଚାପ ଝାଡ଼ଖଣ୍ଡ ମୁହାଁ ହୋଇଥିବାରୁ ଉତ୍ତର-ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ହେବ । କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ରେଡ୍‌ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ଏହି ଦୁଇ ସ୍ଥାନରେ ଅତିପ୍ରବଳ ବର୍ଷା ହେବ । ଏହା ସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର ଓ ଅନୁଗୁଳରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୧୯ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ସମ୍ବଲପୁର, ଝାରସୁଗୁଡ଼ାରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଆଲର୍ଟ ରହିଛି ।

ଏହାପରେ ଲଘୁଚାପ ଦୁର୍ବଳ ହେବା ସହ ବର୍ଷାର ପରିମାଣ କମିବ । ଲଘୁଚାପ ବର୍ଷାରେ ୩ ଦିନରେ ୨୯ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ଅନ୍ୟପଟେ ରେଡ୍ ଆଲର୍ଟ ଭିତରେ ସମସ୍ତ ଜିଲ୍ଲାପାଳଙ୍କୁ ସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । କୌଣସି ଅଘଟଣ ଏଡ଼ାଇବାକୁ ଆଗୁଆ ପଦକ୍ଷେପ ନେବାକୁ କୁହାଯାଇଛି ।

Post Views: 45
Share199Tweet125Send
Voice of Victims

Voice of Victims

Recent Posts

  • ବିମାନ ଯାତ୍ରୀଙ୍କୁ ବଡ଼ ଝଟକା, ଭଡ଼ା ବଢାଇଲା ଏୟାର ଇଣ୍ଡିଆ
  • ଖୁବଶୀଘ୍ର ଝାରସୁଗୁଡ଼ାରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା , ସିଧାସଳଖ ଦେଶବିଦେଶକୁ ପଠାଯିବ ସାମଗ୍ରୀ
  • ପ୍ରବାସୀ ଶ୍ରମିକଙ୍କ ପାଇଁ ବଢ଼ିଲା ସୁବିଧା, ଏଣିକି କୋଟାରେ ମିଳିବ ଗ୍ୟାସ୍ ସିଲିଣ୍ଡର
  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In