• About Us
  • Contact Us
Monday, August 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫିଡନାବିସ୍

by Voice of Victims
December 4, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର
ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫିଡନାବିସ୍

ମୁମ୍ବାଇ: ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫିଡନାବିସ । ବିଜେପି କୋର କମିଟି ବୈଠକରେ ଦେବେନ୍ଦ୍ରେ ଫିଡନାବିସଙ୍କ ନାଁରେ ମୋହର ବାଜିଛି । ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଫିଡନାବିସ । ବିଧାୟକ ଦଳ ବୈଠକ ଚାଲିଛି, ଯେଉଁଥିରେ ନିର୍ବାଚନ କରାଯିବ ।କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ଗୁଜରାଟର ପୂର୍ବ ମୁଖ୍ୟମନ୍ତ୍ରୀ ବିଜୟ ରୁପାଣୀଙ୍କ ଉପସ୍ଥିତିରେ ବିଧାୟକ ଦଳ ନେତା ଚୟନ କରାଯିବ । ତେବେ ଫିଡନାବିସଙ୍କ ନାଁରେ ମୋହର ବାଜିଛି । ବିଧାୟକଙ୍କ ଦଳର ବୈଠକ ପରେ ଅପରାହ୍ନ ସାଢେ ୩ରେ ମହାୟୁତିର ନେତା ରାଜ୍ୟପାଳଙ୍କ ସହିତ ସାକ୍ଷାତ କରିବା ପରେ ସରକାର କରିବା ପାଇଁ ଦାବି ରଖିବେ । ଏହାପରେ ଆସନ୍ତାକାଲି ମୁମ୍ବାଇର ଆଜାଦ ମଇଦାନରେ ଐତିହାସିବ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ ।୨ ବର୍ଷ ଧରି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ କାମ କରୁଥିବା ସିନ୍ଦେ ପ୍ରଥମେ ଉପ ମୁଖ୍ୟମନ୍ତ୍ରୀ ହେବାକୁ ରାଜି ହୋଇ ନଥିଲେ । ବିଜେପି ପକ୍ଷରୁ ତାଙ୍କୁ ଉପ ମୁଖ୍ୟମନ୍ତ୍ରୀ ପଦ ଅଫର କରାଯାଇଥିଲା । ଉପ ମୁଖ୍ୟମନ୍ତ୍ରୀ ହେବାକୁ ରାଜି ହୋଇଛନ୍ତି ଏକନାଥ ସିନ୍ଦେ । ମହାରାଷ୍ଟ୍ରର କାମଚଳା ମୁଖ୍ୟମନ୍ତ୍ରୀ ସିନ୍ଦେ ଆଗାମୀ ମହାୟୁତି ସରକାରରେ ଉପ ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିବାକୁ ହଁ ଭରିଛନ୍ତି । ସିନ୍ଦେ ଉପ ମୁଖ୍ୟମନ୍ତ୍ରୀ ହେବାକୁ ରାଜି ହୋଇଥିବାରୁ ଆସନ୍ତା ଗୁରୁବାର ମହାରାଷ୍ଟ୍ରରେ ମହାୟୁତି ସରକାର ଶପଥ ଗ୍ରହଣ କରିବେ । ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଜଣ ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ଏହାପରେ ମନ୍ତ୍ରିମଣ୍ଡଳ ଗଠନ କରାଯିବ ବୋଲି ଜଣାପଡ଼ିଛି । ଫଡନାଭିସ ୫ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଥିବା ବେଳେ ସିନ୍ଦେ ଓ ଏନସିପିର ଅଜିତ ପାୱାର ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ।

Post Views: 51
Share199Tweet124Send
Voice of Victims

Voice of Victims

Recent Posts

  • Weekly News Paper (August 10- 16, 2026)
  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In