• About Us
  • Contact Us
Tuesday, September 22, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପ୍ରବଳ ବର୍ଷାରେ ଜିଲ୍ଲା ପ୍ରଶାସନଙ୍କ ବଡ଼ ନିଷ୍ପତ୍ତି, ୪ ଜିଲ୍ଲାରେ ସ୍କୁଲ ଓ ଅଙ୍ଗନୱାଡି ବନ୍ଦ

by Voice of Victims
September 22, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଲଗାଣ ବର୍ଷା, ଭଦ୍ରକରେ ଦିନକ ପାଇଁ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର: ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୪ ଜିଲ୍ଲାରେ ସ୍କୁଲ ଛୁଟି । ଖୋର୍ଦ୍ଧା , ଗଜପତି, ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଶିଶୁ ବାଟିକା ଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଥିବା ବିଦ୍ୟାଳୟ ଗୁଡିକ ବନ୍ଦ ରହିବ । ସେହିଭଳି ଜିଲ୍ଲାର ସମସ୍ତ ଅଙ୍ଗନୱାଡି କେନ୍ଦ୍ର ମଧ୍ୟ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଜି ହେବାକୁ ଥିବା ପୂର୍ବ ନିର୍ଦ୍ଧାରିତ ଏନଆରଟିଏସ ପରୀକ୍ଷା ଅନୁଷ୍ଠିତ ହେବ । ସେହିଭଳି ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀ ବିଦ୍ୟାଳୟରେ ଉପସ୍ଥିତ ରହିବେ । ଏହି ସମୟରେ ବିଦ୍ୟାଳୟ କୋଠା ଓ ଆନୁଷଙ୍ଗିକ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଖୋର୍ଦ୍ଧାରେ ଆଜିଠୁ ୨୪ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ, ଶିଶୁ ବାଟିକା ଇତ୍ୟାଦି ବନ୍ଦ ରହିବ । ଗଞ୍ଜାମ ଜିଲ୍ଲାରେ ଅଙ୍ଗନବାଡି କେନ୍ଦ୍ରଗୁଡ଼ିକ ପାଇଁ ୩ ଦିନିଆ ଛୁଟି ଘୋଷଣା କରାଯାଇଛି । ଆଜିଠାରୁ ୨୪ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ । ଜଗତସିଂହପୁର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ଆଶଙ୍କାକୁ ଦୃଷ୍ଟିରେ ରଖି ଆଜି ଜିଲ୍ଲାର ସମସ୍ତ ବିଦ୍ୟାଳୟ ବନ୍ଦ ରହିବ। ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ସମ୍ଭାବ୍ୟ ବର୍ଷାଜନିତ ସମସ୍ୟାକୁ ନଜରରେ ରଖି ପ୍ରଶାସନ ଏହି ପଦକ୍ଷେପ ନେଇଛି । ଗଜପତି ଜିଲ୍ଲାରେ ସମ୍ଭାବ୍ୟ ଗଭୀର ଅବପାତକୁ ଦୃଷ୍ଟିରେ ରଖି ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ପ୍ରାଥମିକ ଠାରୁ ଉଚ୍ଚ ବିଦ୍ୟାଳୟ ପର୍ଯ୍ୟନ୍ତ ଏବଂ ସମସ୍ତ ଅଙ୍ଗନବାଡି କେନ୍ଦ୍ର ଆଜିଠୁ ୨୪ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛି ଜିଲ୍ଲା ଶିକ୍ଷା ବିଭାଗ ।

Post Views: 6
Share196Tweet123Send
Voice of Victims

Voice of Victims

Recent Posts

  • ଶୋଲର ସେବକ ଜରାଶ୍ରମରେ ମେମୁ ଗୃପ୍ ପକ୍ଷରୁ ସେବା ଆୟୋଜନ
  • କାନାଡ଼ାରେ ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ
  • ପ୍ରବଳ ବର୍ଷାରେ ଜିଲ୍ଲା ପ୍ରଶାସନଙ୍କ ବଡ଼ ନିଷ୍ପତ୍ତି, ୪ ଜିଲ୍ଲାରେ ସ୍କୁଲ ଓ ଅଙ୍ଗନୱାଡି ବନ୍ଦ
  • ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା, ୪ ଦିନ ଭିଜିବ ଓଡ଼ିଶା
  • ଆଜିଠୁ ମୌସୁମୀ ଅଧିବେଶନ ଆରମ୍ଭ, ୬ଟି ବିଲ୍ ଆଣିବେ ସରକାର

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In